ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ: ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼,୧୯ା୧(ଡି.ଏନ୍‌.ଏ.) -ଜାନୁୟାରୀ ୧୮ ରୁ ଫେବୃୟାରୀ ୧୭ ତାରିଖ ପର୍ଯ୍ୟନ୍ତ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଅବସରରେ ସୋମବାର ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଜିଲା ସଡକ ସୁରକ୍ଷା ସମିତିଙ୍କ ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ସଡକ ସୁରକ୍ଷା ସପ୍ତାହ ପାଳନ କରାଯାଉଛି ା ଏହି ଉପଲକ୍ଷେ ସୋମବାର ପୂର୍ବାହ୍ନରେ କଲେକ୍ଟରେଟ୍‌ଠାରେ ସଡକ ସୁରକ୍ଷା ସମ୍ବନ୍ଧୀୟ ଏକ ସଚେତନତା ରଥକୁ ଜିଲାପାଳ ସୁଧାଂଶୁ ମୋହନ ସାମଲ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ମନୋଜ କୁମାର ମହନ୍ତ ପତାକା ଦେଖାଇ ଶୁଭାରମ୍ଭ କରିବା ସହିତ ସପ୍ତାହ ବ୍ୟାପୀ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଥିଲେ ା ଦେବଗଡ ମହାବିଦ୍ୟାଳୟର ଏନସିସି କ୍ୟାଡେଟ୍‌ ମାନେ ପ୍ଲାକାର୍ଡ ସହିତ ସଚେନତା ଶୋଭାଯାତ୍ରାରେ ରଥ ସହିତ ସହର ପରିକ୍ରମା କରିଥିଲେ ା ଏହି ଉପଲକ୍ଷେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ଲିଫ୍‌ଲେଟ୍‌ ବଣ୍ଟନ କରାଯାଇ ଦୁଇ ଚକିଆ ଯାନ ଚଳାଇବା ସମୟରେ ହେଲମେଟ୍‌ର ବ୍ୟବହାର, ଚାରି ଚକିଆ ଯାନରେ ସିଟ୍‌ ବେଲ୍‌ଟର ବ୍ୟବହାର, ନିଶାଶକ୍ତ ଅବସ୍ଥାରେ ଗାଡି ଚାଳନା ନ କରିବା ଏବଂ ଟ୍ରାଫିକ୍‌ ନିୟମ ମାନି ଗାଡି ଚଳାଇବା ସମ୍ପର୍କରେ ସଚେତନ କରାଯାଇଥିଲା। ସୋମବାରଠାରୁ ଆରମ୍ଭ ହୋଇଥିବା ଏହି ଜିଲାସ୍ତରୀୟ ଜାତୀୟ ସଡକ ସୁରକ୍ଷା ସପ୍ତାହ ଆସନ୍ତା ୨୪ ତାରିଖ ଉଦ୍‌ଯାପିତ ହେବ ା ଆଜିର ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡା, ସହକାରୀ ପରିବହନ ଅଧିକାରୀ ଗୋଲାପ ଚନ୍ଦ୍ର ହାଁସଦା, ଦେବଗଡ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର, ଦେବଗଡ ମହାବିଦ୍ୟାଳୟର ଏନସିସି. ଅଧିକାରୀ ସଂଗ୍ରାମ କିଶୋର ନନ୍ଦ, ବ୍ରହ୍ମା ଗାଡି ଚାଳନା ପ୍ରଶିକ୍ଷଣ କେନ୍ଦ୍ରର ଅଧ୍ୟକ୍ଷ ସୁଧୀର କୁମାର ବ୍ରହ୍ମାଙ୍କ ସମେତ ପୋଲିସ ପ୍ରଶାସନ ଓ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର କର୍ମକର୍ତ୍ତାମାନେ ଯୋଗଦେଇଥିଲେ ା ସୂଚନାଯୋଗ୍ୟ ଯେ,ଏହି ସପ୍ତାହ ପାଳନ ଅବସରରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ା ୧୯ ତାରିଖ ପୂର୍ବାହ୍ନରେ ତିଲେଇବଣିଠାରେ ଏବଂ ୨୦ ତାରିଖ ପୂର୍ବାହ୍ନରେ ରିଆମାଳଠାରେ ସଚେତନତା ର଼୍ୟାଲି ଆୟୋଜନ କରାଯିବ ା ୨୧ ତାରିଖ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଜାତୀୟ ସଡକ ସୁରକ୍ଷା ସମ୍ବନ୍ଧୀୟ ୱାଲ ପେଣ୍ଟିଂ ପ୍ରତିଯୋଗିତା, ୨୨ ତାରିଖ ସାଇକଲ ସଚେତନତା ଶୋଭାଯାତ୍ରା, ୨୩ ତାରିଖ କଲ୍ୟାଣ ମଣ୍ଡପ ଓ ଟାଉନ ହଲଠାରେ ଡ୍ରାଇଭରମାନଙ୍କ ନିମନ୍ତେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଏବଂ ଚକ୍ଷୁ ପରୀକ୍ଷା କରାଯିବାର କାର୍ଯ୍ୟକ୍ରମ ରହିଛି ା ଏହି ଅବସରରେ ଜିଲାର ବିଭିନ୍ନ ସ୍ଥାନରେ ସଡକ ସୁରକ୍ଷା ସଚେତନତା ସହିତ ଏନଫୋର୍ସମେଣ୍ଟ କାର୍ଯ୍ୟକ୍ରମ ମଧ୍ୟ ଜାରି ରହିବ। ଟ୍ରାଫିକ ନିୟମ ମାନି ଗାଡି ଚଳାଇ ଜିଲାରେ ଦୁର୍ଘଟଣାହାର ହ୍ରାସ କରିବାରେ ସହଯୋଗ ନିମନ୍ତେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri