ବରଗଡ଼ରେ ହେବ ହଳଧର ନାଗ ଜାତୀୟ ସେମିନାର

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସମ୍ବଲପୁରୀ-କୋଶଲି ଭାଷାର ପ୍ରଥିତଯଶା ଲୋକକବି ପଦ୍ମଶ୍ରୀ ପ୍ରାପ୍ତ ହଳଧର ନାଗ ଓ ତାଙ୍କ ସାହିତ୍ୟ ସଂକ୍ରାନ୍ତରେ ଦ୍ୱିଦିବସୀୟ ଜାତୀୟ ସେମିନାର ଅନୁଷ୍ଠିତ ହେବ। ଏ ନେଇ ରବିବାର ସାହିତ୍ୟ ଅନୁଷ୍ଠାନ ଅଭିମନ୍ୟୁ ସାହିତ୍ୟ ସଂସଦ, ଘେଁସ ଓ କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନ, ବରଗଡ ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଆସନ୍ତା ୨୮ ଓ ୨୯ ତାରିଖ ଦୁଇଦିନ ଧରି ‘ହଳଧର- ସୃଜନ ଆର୍‌ ଦର୍ଶନ’ ଶୀର୍ଷକରେ ବହୁଭାଷୀ ଜାତୀୟ ସେମିନାର କ୍ରିଷ୍ଣା ବିକାଶ ଅଡିଟୋରିୟମରେ ଅନୁଷ୍ଠିତ ହେବ। ଏ ନେଇ ବିକାଶ ଫାଷ୍ଟ ଷ୍ଟେପ୍‌ ବିଦ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେମିନାର ଆୟୋଜକ କମିଟି ଅଧ୍ୟକ୍ଷ ତଥା କ୍ରିଷ୍ଣା ବିକାଶର ଚେୟାରମ୍ୟାନ ଡି. ମୁରଲୀକ୍ରିଷ୍ଣା, ଅଭିମନ୍ୟୁ ସାହିତ୍ୟ ସଂସଦ ସଭାପତି ତଥା ସେମିନାର କମିଟିର ସଂଯୋଜକ ସୁଶାନ୍ତ କୁମାର ମିଶ୍ର, ସଂସଦର ବରିଷ୍ଠ ସଦସ୍ୟ ତଥା ସେମିନାର କମିଟି ଆବାହକ ସାହିତି୍ୟକ ଅଶୋକ କୁମାର ପୂଜାହାରୀ, କମିଟି ସଦସ୍ୟ ଡ. ସମରେନ୍ଦ୍ର ପଣ୍ଡା, ଉପଦେଷ୍ଟା ଡ. ସୁବାସ ମେହେର, ନାଟ୍ୟକାର କେଶରଞ୍ଜନ ପଧାନ, ଗବେଷକ ଉତ୍ପନ୍ନ ଭୋଇ, ବିକାଶ ଶିକ୍ଷାନୁଷ୍ଠାନର କାର୍ଯ୍ୟକାରୀ ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ମାଧ୍ୟମିକ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ଚିତ୍ତରଞ୍ଜନ ପତି, ମାନବ ସମ୍ବଳ ଅଧିକାରୀ ଅଶ୍ୱିନୀ ନାୟକ, ବିକାଶ ଫାଷ୍ଟ ଷ୍ଟେପ୍‌ ଅଧ୍ୟକ୍ଷା ପୁଷ୍ପଲତା ମହାପାତ୍ର ପ୍ରମୁଖ ଜାତୀୟ ସେମିନାରର ଉପରେ ବିବରଣୀ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାଟ୍ୟକାର ଅଶୋକ ବହିଦାର, ଦିଲ୍ଲୀପ ଦେବତା, ମାନଭଞ୍ଜନ ପାଣିଗ୍ରାହୀ, ତେଜରୁ ବାରିକ, ତୁଳସୀ ବାରିକ, ସୁବାସ ଭୁଏ, ହରିଲାଳ ସାହୁ, ଉମେଶ ପଧାନ, ରାଜକିଶୋର ବେହେରାଙ୍କ ସମେତ ସଦସ୍ୟମାନେ ଏହି ଅବସରରେ ଉପସ୍ଥିତ ଥିଲେ। ସେମିନାର କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଂସ୍କୃତି ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଯୋଗଦାନ କରିବେ ବୋଲି ସୂଚନା ଦିଆଯାଇଥିଲା। ବରଗଡ ଏମ୍‌ପି ପ୍ରଦୀପ ପୁରୋହିତ, ବରଗଡ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ ଗଡତିଆ, ଅତାବିରା ବିଧାୟକ ନିହାର ମହାନନ୍ଦ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକମାନେ କହିଥିଲେ। ହଳଧର ସାହିତ୍ୟ ଉପରେ କାମ କରୁଥିବା ଓଡ଼ିଶା ଓ ଓଡ଼ିଶା ବାହାରୁ ୨୫ଜଣ ଗବେଷକ, ଦିଲ୍ଲୀ ବିଶ୍ୱବିଦ୍ୟାଳୟ, ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟ, ଜାମିଆମିଲ୍ଲା ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ ବିଶ୍ୱବିଦ୍ୟାଳୟର ପ୍ରଫେସର, ଗବେଷକ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମରେ କବି, ସାହିତି୍ୟକ, ସାହିତ୍ୟ ପ୍ରେମୀ, ବୁଦ୍ଧିଜୀବୀ ତଥା ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଯୋଗଦାନ କରିବାକୁ କମିଟିର କର୍ମକର୍ତ୍ତା ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri