ବରଗଡ଼ରେ ହେବ ହଳଧର ନାଗ ଜାତୀୟ ସେମିନାର

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସମ୍ବଲପୁରୀ-କୋଶଲି ଭାଷାର ପ୍ରଥିତଯଶା ଲୋକକବି ପଦ୍ମଶ୍ରୀ ପ୍ରାପ୍ତ ହଳଧର ନାଗ ଓ ତାଙ୍କ ସାହିତ୍ୟ ସଂକ୍ରାନ୍ତରେ ଦ୍ୱିଦିବସୀୟ ଜାତୀୟ ସେମିନାର ଅନୁଷ୍ଠିତ ହେବ। ଏ ନେଇ ରବିବାର ସାହିତ୍ୟ ଅନୁଷ୍ଠାନ ଅଭିମନ୍ୟୁ ସାହିତ୍ୟ ସଂସଦ, ଘେଁସ ଓ କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନ, ବରଗଡ ପକ୍ଷରୁ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଆସନ୍ତା ୨୮ ଓ ୨୯ ତାରିଖ ଦୁଇଦିନ ଧରି ‘ହଳଧର- ସୃଜନ ଆର୍‌ ଦର୍ଶନ’ ଶୀର୍ଷକରେ ବହୁଭାଷୀ ଜାତୀୟ ସେମିନାର କ୍ରିଷ୍ଣା ବିକାଶ ଅଡିଟୋରିୟମରେ ଅନୁଷ୍ଠିତ ହେବ। ଏ ନେଇ ବିକାଶ ଫାଷ୍ଟ ଷ୍ଟେପ୍‌ ବିଦ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେମିନାର ଆୟୋଜକ କମିଟି ଅଧ୍ୟକ୍ଷ ତଥା କ୍ରିଷ୍ଣା ବିକାଶର ଚେୟାରମ୍ୟାନ ଡି. ମୁରଲୀକ୍ରିଷ୍ଣା, ଅଭିମନ୍ୟୁ ସାହିତ୍ୟ ସଂସଦ ସଭାପତି ତଥା ସେମିନାର କମିଟିର ସଂଯୋଜକ ସୁଶାନ୍ତ କୁମାର ମିଶ୍ର, ସଂସଦର ବରିଷ୍ଠ ସଦସ୍ୟ ତଥା ସେମିନାର କମିଟି ଆବାହକ ସାହିତି୍ୟକ ଅଶୋକ କୁମାର ପୂଜାହାରୀ, କମିଟି ସଦସ୍ୟ ଡ. ସମରେନ୍ଦ୍ର ପଣ୍ଡା, ଉପଦେଷ୍ଟା ଡ. ସୁବାସ ମେହେର, ନାଟ୍ୟକାର କେଶରଞ୍ଜନ ପଧାନ, ଗବେଷକ ଉତ୍ପନ୍ନ ଭୋଇ, ବିକାଶ ଶିକ୍ଷାନୁଷ୍ଠାନର କାର୍ଯ୍ୟକାରୀ ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ମାଧ୍ୟମିକ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ଚିତ୍ତରଞ୍ଜନ ପତି, ମାନବ ସମ୍ବଳ ଅଧିକାରୀ ଅଶ୍ୱିନୀ ନାୟକ, ବିକାଶ ଫାଷ୍ଟ ଷ୍ଟେପ୍‌ ଅଧ୍ୟକ୍ଷା ପୁଷ୍ପଲତା ମହାପାତ୍ର ପ୍ରମୁଖ ଜାତୀୟ ସେମିନାରର ଉପରେ ବିବରଣୀ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାଟ୍ୟକାର ଅଶୋକ ବହିଦାର, ଦିଲ୍ଲୀପ ଦେବତା, ମାନଭଞ୍ଜନ ପାଣିଗ୍ରାହୀ, ତେଜରୁ ବାରିକ, ତୁଳସୀ ବାରିକ, ସୁବାସ ଭୁଏ, ହରିଲାଳ ସାହୁ, ଉମେଶ ପଧାନ, ରାଜକିଶୋର ବେହେରାଙ୍କ ସମେତ ସଦସ୍ୟମାନେ ଏହି ଅବସରରେ ଉପସ୍ଥିତ ଥିଲେ। ସେମିନାର କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଂସ୍କୃତି ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଯୋଗଦାନ କରିବେ ବୋଲି ସୂଚନା ଦିଆଯାଇଥିଲା। ବରଗଡ ଏମ୍‌ପି ପ୍ରଦୀପ ପୁରୋହିତ, ବରଗଡ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବିଜେପୁର ବିଧାୟକ ସନତ ଗଡତିଆ, ଅତାବିରା ବିଧାୟକ ନିହାର ମହାନନ୍ଦ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକମାନେ କହିଥିଲେ। ହଳଧର ସାହିତ୍ୟ ଉପରେ କାମ କରୁଥିବା ଓଡ଼ିଶା ଓ ଓଡ଼ିଶା ବାହାରୁ ୨୫ଜଣ ଗବେଷକ, ଦିଲ୍ଲୀ ବିଶ୍ୱବିଦ୍ୟାଳୟ, ପଣ୍ଡିଚେରୀ ବିଶ୍ୱବିଦ୍ୟାଳୟ, ଜାମିଆମିଲ୍ଲା ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ ବିଶ୍ୱବିଦ୍ୟାଳୟର ପ୍ରଫେସର, ଗବେଷକ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମରେ କବି, ସାହିତି୍ୟକ, ସାହିତ୍ୟ ପ୍ରେମୀ, ବୁଦ୍ଧିଜୀବୀ ତଥା ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଯୋଗଦାନ କରିବାକୁ କମିଟିର କର୍ମକର୍ତ୍ତା ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri