Posted inଖେଳ

ଜାତୀୟ ସିନିୟର ଟେନିସ କ୍ରିକେଟ: ପ୍ରି-କ୍ୱାର୍ଟର ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୧୩।୩(କ୍ରୀଡ଼ା ପ୍ରତିନିଧି)-
ଓଡ଼ିଶା ରାଜ୍ୟ ଟେନିସ କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ୫ମ ଜାତୀୟ ସିନିୟର ଟେନିସ କ୍ରିକେଟ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ କର୍ନାଟକକୁ ହରାଇ ଅଭିଯାନ ଆରମ୍ଭ କରିଥିବା ଓଡ଼ିଶା ଶୁକ୍ରବାର ଦ୍ୱିତୀୟ ମ୍ୟାଚରେ ଗୋଆକୁ ପରାସ୍ତ କରିଛି। ଫଳରେ ଓଡ଼ିଶା ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଆଲୋକ ଅଭାବ ଯୋଗୁ ମ୍ୟାଚ ଗୁରୁବାର ଅଧାରୁ ବନ୍ଦ ଥିଲା। ଶୁକ୍ରବାର ଓଡ଼ିଶା ୧୪ ରନରେ ବିଜୟୀ ହୋଇଥିଲା। ସେଞ୍ଚୁରିଅନ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଓଡ଼ିଶା ୮ ଓଭରରେ ୪ ଉଇକେଟ ହରାଇ ୮୩ ରନ କରିଥିଲା। ଦଳ ପକ୍ଷରୁ ସୌମ୍ୟ ମହାନ୍ତି ସର୍ବାଧିକ ୫୮ ରନ କରିଥିବାବେଳେ ବିପକ୍ଷ ଦଳର ଓଁକାର ୨ଟି ଉଇକେଟ ନେଇଥିଲେ। ୮୪ ରନ ବିଜୟ ଲକ୍ଷ୍ୟନେଇ ବ୍ୟାଟିଂ କରିଥିବା ଗୋଆ ୮ ଓଭରରେ ୪ ଉଇକେଟ ହରାଇ ୬୯ ରନ କରିବାକୁ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଅନୀଲ ସର୍ବାଧିକ ୩୩ ରନ କରିଥିଲେ। ଓଡ଼ିଶାର ସ୍ବାଗତ ଚକ୍ର ଓ ସୌମ୍ୟ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ସୌମ୍ୟଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା। ଓଡ଼ିଶା ପ୍ରି-କ୍ୱାର୍ଟର ଫାଇନାଲରେ ପଶ୍ଚିମବଙ୍ଗକୁ ଭେଟିବ।
ତୃତୀୟ ଦିବସରେ ଅନୁଷ୍ଠିତ ଅନ୍ୟ ମ୍ୟାଚ ଗୁଡ଼ିକ ମଧ୍ୟରେ ଲାକ୍ଷାଦୀପ ୧୦ ଉଇକେଟରେ ଆସାମକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଆସାମ ୮ ଓଭରରେ ୮ ଉଇକେଟ ହରାଇ ୫୩ ରନ କରିଥିବାବେଳେ ଲାକ୍ଷାଦୀପ ୫ ଓଭରରେ କୌଣସି ଉଇକେଟ ନ ହରାଇ ୫୭ ରନ ସଂଗ୍ରହ କରି ନେଇଥିଲା। ବିଜୟୀ ଦଳର ମହମ୍ମଦ ରସିକ ଗୋଟିଏ ଉଇକେଟ ନେଇଥିବାବେଳେ ୨୭ ରନ ସ୍କୋର କରି ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ସେହିପରି ଗୁଜରାଟ ୭ ଉଇକେଟରେ ଆନ୍ଧ୍ର ପ୍ରଦେଶ, ଗୋଆ ୭ ଉଇକେଟରେ କର୍ନାଟକ, ଛତିଶଗଡ଼ ୮ ଉଇକେଟରେ ରାଜସ୍ଥାନ, ମୁମ୍ବାଇ ୨୩ ରନରେ ବିହାର, ତାମିଲନାଡ଼ୁ ‘ବି’ ୨୮ ରନରେ ଆନ୍ଧ୍ରପ୍ରଦେଶକୁ ପରାସ୍ତ କରିଛି। ଏଥିସହ ପ୍ରି-କ୍ୱାର୍ଟର ଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ଏହି ପର୍ଯ୍ୟାୟରେ ମଧ୍ୟପ୍ରଦେଶ-ବିଦର୍ଭ, ଛତିଶଗଡ଼-ଗୋଆ, ମହାରାଷ୍ଟ୍ର-ହରିୟାଣା, ପଣ୍ଡିଚେରୀ-ଝାଡ଼ଖଣ୍ଡ, ତାମିଲନାଡ଼ୁ-ଗୁଜରାଟ, ଡାମନ-ଲାକ୍ଷାଦ୍ୱିପ ଓ କେରଳ-ମୁମ୍ବାଇ ମଧ୍ୟରେ ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri