Posted inଖେଳ

ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ: ପୁରୁଷ ବର୍ଗରେ ଓଡ଼ିଶାର ବିଜୟ ଅଭିଯାନ

ଭୁବନେଶ୍ୱର,୬।୩(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ସେହିପରି ଭଲିବଲ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଭିଏଫ୍‌ଆଇ) ସାଧାରଣ ସମ୍ପାଦକ ଅନିଲ ଚୌଧୁରୀ, ଭିଏଫ୍‌ଆଇ ବରିଷ୍ଠ ଉପସଭାପତି ତଥା କଣ୍ଟ୍ରୋଲ କମିଟି ଅଧ୍ୟକ୍ଷ ରଥିନ ରାୟ, ଏମ୍‌ପି ତଥା ଭିଏଫ୍‌ଆଇ ଅଧ୍ୟକ୍ଷ ଏବଂ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, ଆୟୋଜନ କମିଟି ଅଧ୍ୟକ୍ଷା ତଥା କିଟ୍‌ ବିଶ୍ୱବିଦ୍ୟାଳୟ ଉପକୁଳପତି ପ୍ରଫେସର ସସ୍ମିତା ସାମନ୍ତ, କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, ଆୟୋଜନ କମିଟି ସମ୍ପାଦକ ତଥା ଭିଏଫ୍‌ଆଇ ଯୁଗ୍ମ ସମ୍ପାଦକ ଓ ଓଡ଼ିଶା ଭଲିବଲ୍‌ ଆସୋସିଏଶନ ସାଧାରଣ ସମ୍ପାଦକ ତଥା କିଟ୍‌ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।
ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ଅବସରରେ ଏହି ଚାମ୍ପିୟନଶିପ୍‌ରେ ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ରଶାସିତ ଅଞ୍ଚଳରୁ ୧୨ଶହରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ଖେଳାଳି ଅଂଶଗ୍ରହଣ କରିଛନ୍ତି। ଖେଳାଳି ଓ ଅଫିସିଆଲଙ୍କ ଉପସ୍ଥିତିରେ ଅତିଥିମାନେ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ପରେ ଉଦ୍‌ଘାଟନୀ କାର୍ଯ୍ୟ ଆରମ୍ଭ ହୋଇଥିଲା।
ଭାରତୀୟ ଭଲିବଲ୍‌ ଇତିହାସରେ ଓଡ଼ିଶା ପ୍ରଥମଥର ପାଇଁ ଲଗାତର ଦୁଇଥର ଏହି ଚାମ୍ପିୟନଶିପ୍‌ ଆୟୋଜନ କରୁଛି। ଏହାପୂର୍ବରୁ ଗତବର୍ଷ ଚାମ୍ପିୟନଶିପ୍‌ର ୬୮ତମ ସଂସ୍କରଣ ସଫଳତାର ସହ କିଟ୍‌ରେ ଆୟୋଜିତ ହୋଇଥିଲା। ପ୍ରଥମଥର ଲାଗି ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ କୋର୍ଟରେ ମ୍ୟାଚ୍‌ଗୁଡିକ ଆୟୋଜିତ ହେବ। ଏହି ଚାମ୍ପିୟନଶିପ୍‌ ମାଧ୍ୟମରେ ନିକଟରେ ଆୟୋଜନ ହେବାକୁ ଥିବା ଏସିଆନ ଚାମ୍ପିୟନଶିପ୍‌ ଓ ଅନ୍ୟ ଅନ୍ତର୍ଜାତୀୟ ମିଟ୍‌ରେ ଯୋଗଦେବା ପାଇଁ ଖେଳାଳି ଚୟନ କରାଯିବ। ରାଜ୍ୟ ସରକାରଙ୍କ କୋଭିଡ୍‌-୧୯ ନିୟମାବଳୀକୁ ଦୃଷ୍ଟିରେ ରଖି ଏହି ଇଭେଣ୍ଟ ଆୟୋଜନ କରାଯାଉଛି। ପ୍ରଥମ ଦିବସରେ ପୁରୁଷ ବିଭାଗରେ ଓଡ଼ିଶା ଓ ମଧ୍ୟପ୍ରଦେଶ ମଧ୍ୟରେ ଓ ମହିଳା ବିଭାଗରେ ଓଡ଼ିଶା ଓ ରାଜସ୍ଥାନ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଓଡ଼ିଶାରେ ପୂର୍ବରୁ ଏକାଧିକ ଜାତୀୟ ଭଲିବଲ୍‌ ଚାମ୍ପିୟନଶିପ୍‌ ସଫଳତା ସହ ଆୟୋଜିତ ହୋଇଛି। ପୂର୍ବରୁ ଓଡ଼ିଶାରେ ୨୦୦୯ରେ ୩୬ତମ ଜୁନିୟର ଭଲିବଲ ଚାମ୍ପିୟନଶିପ୍‌, ୨୦୧୯ରେ ୪୧ତମ ଜାତୀୟ ସବ୍‌ଜୁନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ ଆୟୋଜନ ହୋଇଛି।
ପୁରୁଷ ବର୍ଗରେ ଓଡ଼ିଶା ଉଦ୍‌ଘାଟନୀ ମ୍ୟାଚ୍‌ରେ ୩-୦ରେ ମଧ୍ୟପ୍ରଦେଶକୁ ହରାଇ ବିଜୟ ଅଭିଯାନ ଆରମ୍ଭ କରିଛି। ଓଡ଼ିଶା ୨୫-୨୦, ୨୫-୨୦, ୨୮- ୨୬ରେ ମଧ୍ୟପ୍ରଦେଶକୁ ହରାଇଛି। ସେହିପରି ଦ୍ୱିତୀୟ ମ୍ୟାଚ୍‌ରେ ପଶ୍ଚିମବଙ୍ଗ ୩-୦ରେ ଦିଲ୍ଲୀକୁ ହରାଇଛି। ତୃତୀୟ ମ୍ୟାଚ୍‌ରେ ଛତିଶଗଡ଼ ପୁରୁଷ ଦଳ ୩-୦ରେ ଲଦାଖକୁ ହରାଇ ଅଭିଯାନ ଆରମ୍ଭ କରିଛି। ମହିଳା ବିଭାଗରେ କିନ୍ତୁ ଓଡ଼ିଶା ଏହାର ପ୍ରଥମ ମ୍ୟାଚ ହାରି ଯାଇଛି। କଡ଼ା ସଂଘର୍ଷ ପରେ ଓଡ଼ିଶା ଦଳ ରାଜସ୍ଥାନଠାରୁ ୧୯-୨୫, ୨୫-୯, ୧୭-୨୫, ୨୫-୧୮ ଓ ୧୪-୧୬ ପଏଣ୍ଟରେ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri