Posted inଖେଳ

ଜାତୀୟ କ୍ରୀଡ଼ା ପୁରସ୍କାର ବିଜେତା କରୋନା ପଜିଟିଭ୍‌: ଭର୍ଚୁଆଲ ସେରିମନିରେ ଯୋଗ ଦେବେନି

ନୂଆଦିଲ୍ଲୀ,୨୮।୮(ପି.ଟି.): ବ୍ୟାଡମିଣ୍ଟନ ତାରକା ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀଙ୍କ ସମେତ ଜାତୀୟ କ୍ରୀଡ଼ା ପୁରସ୍କାର ପାଇବାକୁ ଥିବା ୩ଜଣ କ୍ରୀଡ଼ାବିତ୍‌ କୋଭିଡ୍‌-୧୯ ପଜିଟିଭ୍‌ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ କୁହାଯାଇଛି। ଶନିବାର ଅଗଷ୍ଟ ୨୯ରେ ଆୟୋଜନ ହେବାକୁଥିବା ଭର୍ଚୁଆଲ ସେରିମନିରେ ଯୋଗ ଦେବେନାହିଁ ବୋଲି ସାଇ ସୂଚନା ଦେଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ପ୍ରଥମଥର ପାଇଁ ଭର୍ଚୁଆଲ ଜାତୀୟ କ୍ରୀଡ଼ା ପୁରସ୍କାର ଉତ୍ସବ ଆୟୋଜନ ହେବ। ୭୪ଜଣ ବିଜେତାଙ୍କ ମଧ୍ୟରୁ ୬୫ ଜଣ ଏଥିରେ ଯୋଗ ଦେବେ। ୯ଜଣ ଖେଳାଳି ବିଭିନ୍ନ କାରଣରୁ ଏଥିରେ ଯୋଗ ଦେଇପାରିବେନି। ଏମାନଙ୍କ ମଧ୍ୟରୁ କେତେଜଣ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଆଉ କେତେଜଣ ସ୍ବାସ୍ଥ୍ୟଗତ ସମସ୍ୟା ଓ ବିଦେଶରେ ରହିବା କାରଣରୁ ଯୋଗ ଦେଇପାରିବେନି।
ସାତ୍ତିକ କୋଭିଡ୍‌-୧୯ ପଜିଟିଭ୍‌ ବୋଲି ପୂର୍ବରୁ ସୂଚାନ ଦେଇସାରିଛନ୍ତି। ଏହି ଉତ୍ସବରେ ୫ ଜଣ ଖେଳରତ୍ନ ଓ ୨୭ଜଣ ଅର୍ଜୁନ ପୁରସ୍କାର ବିଜେତାଙ୍କୁ ପୁରସ୍କୃତ କରାଯିବ। ଉତ୍ସବ ଆୟୋଜିତ ହେବାକୁ ଥିବା ଭେନ୍ୟୁରେ ସବୁ ହେଲ୍‌ଥ ପ୍ରୋଟୋକଲକୁ ଅନୁସରଣ କରାଯିବ। ରାଷ୍ଟ୍ରପତି ରାମ ନାଥ କୋଭିନ୍ଦ ଏହି ପୁରସ୍କାର ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?