Posted inଫୁରସତ

ଜାତୀୟ ପରିସଂଖ୍ୟାନ ଦିବସ

ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ପ୍ରତିବର୍ଷ ଜୁନ୍‌ ୨୯ରେ ପାଳନ କରାଯାଏ। ପରିସଂଖ୍ୟାନ ଏବଂ ଅର୍ଥନୈତିକ ଯୋଜନା କ୍ଷେତ୍ରରେ ପ୍ରଫେସର ପ୍ରଶାନ୍ତ ଚନ୍ଦ୍ର ମହଲାନୋବିସଙ୍କ ଅବଦାନକୁ ମନେ ରଖିବା ପାଇଁ ଏହି ଦିନ ପାଳନ କରାଯାଇଥାଏ। ପ୍ରଫେସର ମହଲାନୋବିସ ଯିଏକି ଭାରତୀୟ ପରିସଂଖ୍ୟାନର ପିତା ଭାବରେ ପରିଗଣିତ। ସେ ୨୯ ଜୁନ୍‌ ୧୮୮୩ରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ। ସେ ଭାରତର ପ୍ରଥମ ଯୋଜନା ଆୟୋଗର ସଦସ୍ୟ ଥିଲେ ଏବଂ ୧୯୫୦ରେ ଭାରତୀୟ ପରିସଂଖ୍ୟାନ ପ୍ରତିଷ୍ଠାନ (ଆଇଏସ୍‌ଆଇ) ପ୍ରତିଷ୍ଠା କରିଥିଲେ। ୨୮ ଜୁନ୍‌ ୧୯୭୨ରେ ତାଙ୍କର ବିୟୋଗ ହୋଇଥିଲା।

ସାମାଜିକ-ଅର୍ଥନୈତିକ ଯୋଜନା ଏବଂ ନୀତି ପ୍ରଣୟନରେ ପରିସଂଖ୍ୟାନର ମହତ୍ତ୍ୱ ବିଷୟରେ ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ଏହି ଦିନର ମୂଳ ଲକ୍ଷ୍ୟ ରହିଛି। ଏହି ଦିନକୁ ସ୍ମରଣୀୟ କରିବା ପାଇଁ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟାନ୍ବୟନ ମନ୍ତ୍ରଣାଳୟ(ଏମ୍‌ଓଏସ୍‌ପିଆଇ) ସେମିନାର, ଆଲୋଚନା ଏବଂ ପ୍ରତିଯୋଗିତା ଭଳି କାର୍ଯ୍ୟକ୍ରମ ଆୟୋଜନ କରିଥାଏ। ବିଶେଷକରି ଏଥିରେ ଯୁବ ପ୍ରତିଭାମାନେ ଅଂଶଗ୍ରହଣ କରିଥାନ୍ତି।

୨୦୦୭ରେ ଦେଶର ପ୍ରଥମ ଜାତୀୟ ପରିସଂଖ୍ୟାନ ଦିବସ ପାଳନ କରାଯାଇଥିଲା। ଏହି ବିଷୟରେ ଏକ ବିଜ୍ଞପ୍ତ ୫ ଜୁନ୍‌ ୨୦୦୭ରେ ଇଣ୍ଡିଆନ ଗେଜେଟ୍‌ରେ କରାଯାଇଥିଲା। ଏହି ସମୟରେ ଦେଶବ୍ୟାପୀ ପ୍ରଗତିରେ ପ୍ରାମାଣିକ ତଥ୍ୟର ଭୂମିକାକୁ ଧ୍ୟାନରେ ରଖି ଜାତୀୟ ପରିସଂଖ୍ୟାନ ଦିବସ ପ୍ରତିବର୍ଷ ଏକ ଭିନ୍ନ ଥିମ୍‌ ଉପରେ ପାଳନ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri