Posted inଖେଳ

ରାଉରକେଲାରେ ଜାତୀୟ ସବ୍‌ଜୁନିୟର ହକି ଚାମ୍ପିୟନଶିପ୍‌

ଭୁବନେଶ୍ୱର,୩ା୫(ସ୍ପୋଟର୍‌ସ ବ୍ୟୁରୋ): ରାଉରକେଲା ସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଜାତୀୟ ସବ୍‌ ଜୁନିୟର ହକି ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ହକି ବିଶ୍ୱକପ ଓ ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ସଫଳତାର ସହିତ ଆୟୋଜନ କରିଥିବା ବିର୍ସାମୁଣ୍ଡା ଷ୍ଟାଡିୟମରେ ୧୩ ତମ ମହିଳା ସବ୍‌ ଜୁନିୟର ହକି ଚାମ୍ପିୟନଶିପ୍‌ ମେ ୪ରୁ ୧୪ ତାରିଖ ମଧ୍ୟରେ ଖେଳାଯିବ। ଅନ୍ୟ ପକ୍ଷରେ ମେ ୧୮ରୁ ୨୮ ତାରିଖ ମଧ୍ୟରେ ୧୩ ତମ ପୁରୁଷ ସବ୍‌ ଜୁନିୟର ହକି ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ବିଶ୍ୱକପ ଓ ପ୍ରୋ ହକି ଲିଗ୍‌ ପରି ଟୁର୍ନାମେଣ୍ଟ ଖେଳା ଯାଇଥିବା ଭେନ୍ୟୁରେ ଯୁବ ଖେଳାଳି ମାନଙ୍କୁ ସୁଯୋଗ ମିଳିବା ଏକ ବୃହତ ଉପଲବ୍ଧି ହେବ। ନିଜ ବୟସ ବର୍ଗରେ ବିଶ୍ୱର ଶ୍ରେଷ୍ଠ ଖେଳାଳିଙ୍କ ସହିତ ଖେଳିବାର ଅନୁଭବ ମିଳି ପାରିବ ବୋଲି କୁହାଯାଇଛି। ଅନ୍ୟ ରାଜ୍ୟର ଯୁବ ଖେଳାଳି ମାନଙ୍କ ସ୍ବାଗତ ପାଇଁ ତଥା ଜାତୀୟ ସବ୍‌ ଜୁନିୟର ହକି ଚାମ୍ପିୟନଶିପର ଆୟୋଜନ ପାଇଁ ଆମେ ଅତ୍ୟନ୍ତ ଉତ୍ସାହିତ ବୋଲି କହିଛନ୍ତି କ୍ରୀଡା ଓ ଯୁବସେବା ବ୍ୟପାର ମନ୍ତ୍ରୀ ତୁଷାରକାନ୍ତି ବେହେରା। ହକି ପ୍ରତି ଏହା ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ବୋଲି ସେ କହିଛନ୍ତି। ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତୀର୍କି ମଧ୍ୟ ରାଉରକେଲାରେ ଜାତୀୟ ସବ୍‌ ଜୁନିୟର ହକି ଚାମ୍ପିୟନଶିପ ଆୟୋଜନ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ହକି ସହିତ ରାଉରକେଲାର ଇତିହାସ ଅତ୍ୟନ୍ତ ରୁଦ୍ଧିମନ୍ତ, ହକି ବିଶ୍ୱକପ ଓ ପ୍ରୋ ହକି ଲିଗ୍‌ ସମୟରେ ଏହା ଦେଖିବାକୁ ମିଳିଥିଲା। ଏହି ଟୁର୍ନାମେଣ୍ଟ ମଧ୍ୟ ବିଶ୍ୱକପ ପରି ସଫଳ ହେବା ନେଇ ସେ ଆଶାବାଦୀ ବୋଲି କହିଛନ୍ତି ତୀର୍କି। ଯୁବ ଖେଳାଳି ମାନେ ନିଜ ସ୍ବପ୍ନ ପୂରଣ ଦିଗରେ ଅଗ୍ରସର ହେବାରେ ଏହି ଭେନ୍ୟୁର ଏକ ସ୍ବତନ୍ତ୍ର ଅବଦାନ ରହିବ ବୋଲି ତୀର୍କି କହିଛନ୍ତି। ଏହି ମ୍ୟାଚ୍‌ ଗୁଡିକ ପାଇଁ ସ୍କୁଲ ପିଲାଙ୍କୁ ମାଗଣା ପାଶ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri