Posted inଜାତୀୟ

‘ଯାହା ଘର ଉପରେ ବୁଲଡୋଜର ଚଢ଼ାଉଛ, ତାକୁ ୨୫ ଲକ୍ଷ ଦିଅ…’ଯୋଗୀ ସରକାରଙ୍କୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଲଡୋଜର ଜରିଆରେ ଯାହାଙ୍କ ଘର ଭଙ୍ଗାଯାଇଛି, ତାଙ୍କୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଦିଅନ୍ତୁ ବୋଲି କୋର୍ଟ ଆଦେଶ ଦେଇଛନ୍ତି। ଏହି ମାମଲାରେ ମୁଖ୍ୟ ବିଚାରପତି କହିଛନ୍ତି ଯେ ଘର ଭାଙ୍ଗିବା ସମୟରେ କୌଣସି ପ୍ରକ୍ରିୟା ପାଳନ କରାଯାଇ ନାହିଁ। ଏନେଇ କୌଣସି ନୋଟିସ୍‌ ଜାରି କରାଯାଇ ନ ଥିବା ଖୋଦ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ କୁହାଯାଇଛି।

ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ଼ କହିଛନ୍ତି, ୟୁପି ସରକାର କେବଳ ୩.୬ ବର୍ଗମିଟର ଅତିକ୍ରମଣ କରିଥିବା କହିଥିଲେ। ହେଲେ କୌଣସି ପ୍ରମାଣ ମିଳି ନାହିଁ। ନୋଟିସ ନ ଦେଇ କାହା ଘର କିଭଳି ଭଙ୍ଗାଯାଇପାରିବ। କାହା ଘରେ ପଶିବା ହେଉଛି ଅରାଜକତା। ପୀଡ଼ିତ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଅନ୍ତୁ ବୋଲି ସେ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି।

କେବଳ ଏତିକି ନୁହେଁ ୟୁପି ସରକାରଙ୍କ କାର୍ଯ୍ୟ ମନମୁଖୀ। ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ହଠାତ ଘର ଭାଙ୍ଗିଦେବା ଉଚିତ ନୁହେଁ। ରାସ୍ତା ପ୍ରଶସ୍ତିକରଣ ବେଳେ ମଧ୍ୟ ସମାନ ଘଟଣା ଘଟୁଛି। ଲୋକଙ୍କୁ ଘର ଛାଡ଼ିବାକୁ ସମୟ ଦିଆଯାଉ ନାହିଁ। ଏଣୁ ରାସ୍ତା ପ୍ରଶସ୍ତିକରଣ ଏକ ବାହାନା ବୋଲି ମନେହେଉଛି ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri