ଆଜିଠୁ ଜାତୀୟ ତୋଷାଳି ମେଳା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ସୋମବାର ୨୮ ତାରିଖରୁ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବ। ଏପ୍ରିଲ ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସା ୬ଟାରେ ଉଦ୍‌ଘାଟନ କରିବେ। ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାର ଏଥିରେ ଅଂଶଗ୍ରହଣ କରି ସେମାନଙ୍କ ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ। ଚଳିତ ବର୍ଷ ୩୯୦ଟି ହସ୍ତତନ୍ତ ଏବଂ ହସ୍ତଶିଳ୍ପ ଷ୍ଟଲ୍‌ ଖୋଲିବ। ଚଳିତବର୍ଷ ପ୍ରଥମକରି ଅନ୍ୟ ରାଜ୍ୟର ହସ୍ତଶିଳ୍ପ ଓ ହସ୍ତତନ୍ତ ନିଗମଗୁଡିକୁ ଆମନ୍ତ୍ରଣ କରାଯାଇଛି। ଓଡ଼ିଆ ପାରମ୍ପରିକ ଖାଦ୍ୟ ସହିତ ସମସ୍ତ ପ୍ରକାର ସୁସ୍ବାଦୁ ଖାଦ୍ୟର ମଜା ଉଠାଇବା ନିମନ୍ତେ ୩୦ ଷ୍ଟଲ ବିଶିଷ୍ଟ ଏକ ଖାଦ୍ୟ ବଜାରର ବ୍ୟବସ୍ଥା କରାଯାଇଛି। ଖରାକୁ ଦୃଷ୍ଟିରେ ରଖି ଏହି ମେଳା ଅପରାହ୍ନ ୩ରୁ ରାତି ୧୦ ଯାଏ ଚାଲିବ। ମେଳା ପରିସରରେ ମାସ୍କ ବ୍ୟବହାର ଏବଂ ସାମାଜିକ ଦୂରତା ବାଧ୍ୟତାମୂଳକ କରାଯାଇଛି। ମେଳାର ଥିମ୍‌ ପାଭିଲିଅନ୍‌ରେ ସଂକଳ୍ପ ଜାତୀୟ ପ୍ରକଳ୍ପ ଅଧୀନରେ କେନ୍ଦ୍ରାପଡାର କାଇଁଚ ହସ୍ତଶିଳ୍ପକୁ ପ୍ରଦର୍ଶନ କରାଯିବ। କୌଣସି ଉଚ୍ଚମାନର ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ନାହିଁ। ଛୋଟ ତଥା ପାରମ୍ପରିକ ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ଧୁଡୁକି, କେନ୍ଦରା, ଦାସକାଠିଆ, ପାଲା, କୀର୍ତ୍ତନ ଏବଂ ସ୍ଥାନୀୟ ଲୋକନୃତ୍ୟ ଇତ୍ୟାଦି ତୋଷାଳି ଜାତୀୟ ମେଳା ପରିସରରେ ପ୍ରଦର୍ଶିତ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହିତ ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ) ତରଫରୁ ଏହି ଜାତୀୟ ମେଳାର ଆୟୋଜନ କରାଯାଉଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ୍‌ ଏ ସମ୍ପର୍କରେ ସୂଚନା ଦେଇଥିବାବେଳେ ଶାସନ ସଚିବ ଶୁଭାଶର୍ମା, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ ଏବଂ ବିଭାଗୀୟ ସ୍ବତନ୍ତ୍ର ସଚିବ ସରୋଜ କୁମାର ପଟେଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri