ଉଦ୍‌ଘାଟିତ ହେଲା ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ

ବଡ଼ବିଲ,୧୯।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଉତ୍ସବ ପଡ଼ିଆରେ ଆୟୋଜିତ ତିନିଦିନିଆ ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସବ ଶୁକ୍ରବାର ସଂଧ୍ୟାାରେ ଉଦ୍‌ଘାଟିତ ହୋଇଛି। ରବିବାର ପର୍ଯ୍ୟନ୍ତ ଏହି ମହୋତ୍ସବ ହେବାର କାର୍ଯ୍ୟକ୍ରମ ରହିଥିଲାବେଳେ ଶୁକ୍ରବାର କାଳ ବୈଶାଖୀ ପ୍ରଭାବରେ ପବନ ଓ ବର୍ଷା କାର୍ଯ୍ୟକ୍ରମରେ ବାଧକ ସାଜିଛି।

ସୂଚନା ଅନୁଯାୟୀ, ଅଲ ଇଣ୍ଡିଆ ଆଦିବାସୀ କମ୍ୟୁନିଟି ପକ୍ଷରୁ କେନ୍ଦୁଝର ଜିଲା ବଡ଼ବିଲ ଉତ୍ସବ ପଡ଼ିଆରେ ଶୁକ୍ରବାର ଠାରୁ ୩ଦିନିଆ ଜାତୀୟ ସ୍ତରୀୟ ଆଦିବାସୀ ମହୋତ୍ସ ଅନୁଷ୍ଠିତ ହୋଇଛି। ଏହାକୁ ଉଦ୍‌ଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ , ଝାଡ଼ଖଣ୍ଡର ପୂର୍ବତନ ମନ୍ତ୍ରୀ ବଡ଼କୁଅଁର ଗାଗରାଇ , କେନ୍ଦୁଝରର ବିଧାୟକ ମୋହନ ମାଝୀ , ପଦ୍ମଶ୍ରୀ ଡ଼. ତୁଳସୀ ମୁଣ୍ଡା , ଭାଜପା ନେତା ମୁରଲୀ ମନୋହର ଶର୍ମା , ଅଲ ଇଣ୍ଡିଆ ଆଦିବାସୀ କମ୍ୟୁନିଟିର ସଭାପତି ପୁରୁଷୋତ୍ତମ ଗାଗରାଇ ପ୍ରମୁଖ ଯୋଗଦେଇଥିଲେ । ଏହି ମହୋତ୍ସବ କେନ୍ଦୁଝର ଜିଲାର ପ୍ରଥମ ଜାତୀୟ ସ୍ତରର ଆଦିବାସୀ ମହୋତ୍ସବ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା , ଝାଡ଼ଖଣ୍ଡ , ପଶ୍ଚିମବଙ୍ଗ , ଛତିଶଗଡ଼ , ଆସାମ , ମଧ୍ୟପ୍ରଦେଶ , ମିଜୋରାମ , ଅରୁଣାଞ୍ଚଳ ପ୍ରଦେଶ ଏବଂ ରାଜସ୍ଥାନ ଆଦି ୧୦ଟି ରାଜ୍ୟର ଆଦିବାସୀ ନେତୃବୃନ୍ଦ ଯୋଗଦେଇଛନ୍ତି। ଆୟୋଜନରେ ଆବଶ୍ୟକ ବନ୍ଦୋବସ୍ତ ହୋଇ ନ ଥିବାରୁ ଉଦ୍‌ଘାଟନ ପରେ ପବନ ଓ ବର୍ଷା ଯୋଗୁଁ କାର୍ଯ୍ୟକ୍ରମରେ ବାଧା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri