ରାଷ୍ଟ୍ରୀୟ ଏକତା ଶିବିର: ଚମକିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏନଏସଏସ ସ୍ବେଚ୍ଛାସେବୀ

ଭଞ୍ଜନଗର,୧୨/୧୧(ବାବୁଲା ପ୍ରଧାନ): ହରିୟାଣାର ରୋହତକସ୍ଥିତ ମହର୍ଷି ଦୟାନନ୍ଦ ବିଶବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ଚାଲିଥିବା ସପ୍ତାହ ବ୍ୟାପୀ ଜାତୀୟ ଏକତା ଶିବିର ଉଦଯାପିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା (ବ୍ୟୁରୋ) ଅଧିନରେ ଥିବା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଶାଖାର
ଛାତ୍ରୀ ଶତାବ୍ଦୀ ତ୍ରିପାଠୀ, ଜି. ଉଦୟଗିରି ଆଦିବାସୀ ମହାବିଦ୍ୟାଳୟର ଛାତ୍ର ଏଲିଓ ବଳିଆରସିଂହ, ଗୋପାଳପୁର କଲେଜର ଛାତ୍ର ସୁରଜ କାର୍ଜି, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀ ରାଜଲକ୍ଷ୍ମୀ ସାଇଁ, ଛାତ୍ର ସୁଧାଂଶୁ ଶେଖର ଦାସ, କଙ୍କରଡା ମହାବିଦ୍ୟାଳୟର ଛାତ୍ରୀ ନତାଶା କୁଆଁରୀ ସାଇଁ ଯୋଗଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ସେମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି ।

କଙ୍କରଡା ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଅଶୋକ କୁମାର ନାୟକଙ୍କ ନେତୃତ୍ୱରେ ସେମାନେ ରୋହତକ ଯାଇଥିଲେ। ବୁଧବାର ସକାଳେ ସେମାନେ ବ୍ରହ୍ମପୁର ଫେରିଛନ୍ତି। କୃତୀ ପ୍ରତିଯୋଗୀମାନଙ୍କୁ ବିଶବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିକାରୀ ଡ ଜୟନ୍ତ କୁମାର ପଣ୍ଡା, ଜିଲା ସଂଯୋଜକ ଗଣେଶ ସାହୁ, ଚିରଞ୍ଜୀବି ବାଡତ୍ୟା ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

ସୂଚନାଯୋଗ୍ୟ ଯେ, ଉକ୍ତ ଶିବିରରେ ଦେଶର ୧୧ ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ପ୍ରଦେଶ ଦିଲ୍ଲୀ ଭାଗ ନେଇଥିଲେ। ଏଥିରେ ୨୦୦ ସ୍ବେଛାସେବୀ ଭାଗ ନେଇ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ଶତାବ୍ଦୀ ତ୍ରିପାଠୀ ଲେମ୍ବୁ ଚାମଚ ପ୍ରତିଯୋଗୀତାରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏଥିସହ ଶିବିରରେ ସେ ରାଷ୍ଟ୍ରୀୟ ଏକତା ଉପରେ ଅନେକ କିଛି ଜ୍ଞାନ ଆହରଣ କରିଥିଲେ। ଶତାବ୍ଦୀଙ୍କ ଏହି ସଫଳତାରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ, ଶାଖା ୨ ଅଧିକାରିଣୀ ସସ୍ମିତା କୁମାରୀ ଦାସ ପ୍ରମୁଖ ଶତାବ୍ଦୀଙ୍କ ଏହି ସଫଳତାରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ପୁର୍ବରୁ ମଧ୍ୟ କେଏସୟୁବି କଲେଜର ସ୍ବେଚ୍ଛାସେବୀ ଶୁଭଶ୍ରୀ ଗୌଡ, ସୁଧା ଲେଙ୍କା, ଆରତୀ ବିଶାଳ, ରଞ୍ଜନ ନାୟକ, ବଣ୍ଟି ନାୟକ, ଜଗନ୍ନାଥ ନାୟକ କେନ୍ଦୁପଦରରେ ଅନୁଷ୍ଟିତ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ୱ ପ୍ରଶିକ୍ଷଣ ଶିବିରରେ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ଯାହାକି କଲେଜ ପାଇଁ ଗର୍ବର ବିଷୟ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri