ଦିଗପହଣ୍ଡିରେ ରାଷ୍ଟ୍ରୀୟ ଏକତା ଦିବସ : ପ୍ରତିଭା ଦେଖାଇଲେ …               

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି। ତାଲୁକ ଆଇନ ସେବା କମିଟିର ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସବଜଜ  ସିନିୟର୍ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ତଥା ତାଲୁକ୍ ଆଇନ ସେବା କମିଟି ଅଧ୍ୟକ୍ଷା ମାହାଶ୍ୱେତା ପରିଜା, ଜେଏମଏଫସି କୋର୍ଟର ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀଙ୍କ ସମେତ ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥ, କୋର୍ଟ କର୍ମଚାରୀ ଶିବରାମ ସାହୁ, ପ୍ରଦୀପ କୁମାର ଶତପଥୀ, ଅଶ୍ବିନୀ କୁମାର ପଟ୍ଟନାୟକ,ସସ୍ମିତା ମହାରଣା, ଅଞ୍ଜଳି ମହାରଣା, ସଂଗ୍ରାମ କେଶରୀ ପଣ୍ଡା,ପପୁନ ମହାରଣା, ରୁଦ୍ର ପ୍ରସାଦ ତାଣ୍ଡିଆ,ପିଲଚୁ ହେମ୍ବ୍ରମ, ନିରଞ୍ଜନ ଶବର, କେ. ନୋକେୟା ପ୍ରମୁଖ ରାଷ୍ଟ୍ରର ଏକତା,ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରିବା,ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁନିଶ୍ଚିତ କରିବା ନିମନ୍ତେ ନିଜକୁ ସମର୍ପଣ କରିବାକୁ ସତ୍ୟନିଷ୍ଠ ସଂକଳ୍ପ ନେଇ ଶପଥପାଠ କରିଥିଲେ।

ସେହିପରି ସ୍ଥାନୀୟ ସନ୍ଥ ଅରକ୍ଷିତ ବସଷ୍ଟାଣ୍ଡ ଠାରେ ଏନଏସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ସନ୍ତୋଷ କୁମାର ସାହୁ, ଖେମୁଣ୍ଡି କଲେଜ ଅଧ୍ୟକ୍ଷ ଅସିତ କୁମାର ଷଡ଼ଙ୍ଗୀ,ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର,କାଉନସିଲର ଦୀପକ କୁମାର ମିଶ୍ର ପ୍ରମୁଖ ସଭାରେ ମଞ୍ଚାସିନ ଥିଲେ। ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଚାରଣ କରାଯିବା ସହ ଦେଶ ସ୍ବାଧୀନତାର  ତାଙ୍କ ଅବଦାନ ସମ୍ପର୍କରେ ଉପସ୍ଥିତ ଛାତ୍ରୀ ଛାତ୍ରମାନଙ୍କୁ ସଚେତନ କରାଯାଇଥିଲା। ଦିଗପହଣ୍ଡି ଥାନା ପକ୍ଷରୁ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ରଙ୍କ ସଂଯୋଜନାରେ ଘୋଡ଼ା ହାଡ଼ ଡ଼୍ୟାମ ଛକରୁ କଲେଜ ଛାତ୍ରୀ ଛାତ୍ରଙ୍କ ପକ୍ଷରୁ ମାରାଥନ ଦୌଡ଼ ସହର ପରିକ୍ରମା କରିଥିଲା।ସ୍ଥାନୀୟ ପିଏମଶ୍ରୀ ସରକାରୀ ଗାର୍ଲ୍ସ ହାଇସ୍କୁଲ ପରିସରରେ ଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧ ସଙ୍ଗୀତ,ଚିତ୍ରକଳା ପ୍ରତିଯୋଗୀତା କରାଯିବା ସହ ଖେମୁଣ୍ଡି ଜୁନିୟର କଲେଜ ରେ ବତ୍କୃତା ପ୍ରତିଯୋଗିତା କରାଯାଇ  କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ପ୍ରଧାନଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀ,ଥାନା ଏସ.ଆଇ ରାଜ କିଶୋର ପାତ୍ର,ଜ୍ୟୋତି ରଞ୍ଜନ ବେହେରା, ସୋଫିଆ ମିଶ୍ର ଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।     

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?