ଭବାନୀପାଟଣାରେ ରାଷ୍ଟ୍ରୀୟ ଏକତା ପଦଯାତ୍ରା, ସାମିଲ ହେଲେ…

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସୋମବାର ଭବାନୀପାଟଣାରେ ଜିଲାସ୍ତରୀୟ ରାଷ୍ଟ୍ରୀୟ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ, ଜିଲା କ୍ରୀଡ଼ା ବିଭାଗ, ଜିଲା ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମା’ମାଣିକେଶ୍ୱରୀଙ୍କ ଫଟୋ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଏକ ଭାରତ ଆତ୍ମା ନିର୍ଭର ଭାରତର ଶପଥପାଠ କରାଯାଇଥିଲା। ପରେ ଅତିଥିମାନଙ୍କ ଦ୍ୱାରା ପତାକା ଦେଖାଇ ଏକତା ପଦଯାତ୍ରାର ଶୁଭାରମ୍ଭ କରାଯାଇଥିଲା। ଏହି ପଦଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଜିଲା କାରାଗାର, ନୂଆ ବସଷ୍ଟାଣ୍ଡ, ଘୋଡାଘାଟ, ସତ୍ୟମ ସିନେମା, ଦୟାନିଧି ଛକ, ମାଣିକେଶ୍ୱରୀ ଛକ ଦେଇ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ପରେ ବିଶ୍ୱବିଦ୍ୟାଳୟ ପରିସର ମଧ୍ୟରେ ଏକ ସମାବେଶ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏକତା ରଥ ମାଧ୍ୟମରେ ବନ୍ଦେ ମାତରମ ରାଷ୍ଟ୍ରୀୟ ସଙ୍ଗୀତ ଗାନ କରି ସମସ୍ତେ ଜାତୀୟ ପତାକା ହାତରେ ଧରି ସହର ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଏମ୍‌ପି ମାଳବିକା ଦେବୀ, ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, କଳାହାଣ୍ଡି ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥ, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ, ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡା, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଉପକୁଳ ସଚିବ ଡ. ଜୟଦେବ ସାହୁ, ୬୪ ବାଟାଲିୟନ ଡେପୁଟି କମାଣ୍ଡେଣ୍ଟ ସଚିଦାନନ୍ଦ ପାତ୍ର, ଭାଜପା ଜିଲା ସଭାପତି ଯୁଗଳ କିଶୋର ପୋଡ଼ ପ୍ରମୁଖ ଯୋଗଦେଇ ଥିଲେ। ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲା କ୍ରୀଡ଼ା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ଜିଲା ଯୁବ ବ୍ୟାପାର ଅଧିକାରୀ ପ୍ରସନ୍ନ ମେହେର ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରୁଥିବାବେଳେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ। ସେହିପରି ଜିଲା ଶାରିରୀକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଶିଶୁ ସୁରକ୍ଷା ୟୁନିଟର ଅଂଶୁମାନ ବାବୁ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ପୋଲିସ ବଳ, ଛାତ୍ରୀଛାତ୍ର, ସ୍ବୟଂ ସହାୟକ ଗୋଷ୍ଠୀ, ଜନସାଧାରଣ ଯୋଗଦେଇଥିଲେ। ଏଥି ଉପଲକ୍ଷେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri