Posted inଜାତୀୟ

ଜଳ ସଂରକ୍ଷଣ ପାଇଁ ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର’

ଦେଓଘର, ୨୯।୧୦: ଜଳ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଝାଡ଼ଖଣ୍ଡର ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର-୨୦୧୯’ ପ୍ରଦାନ କରାଯିବ। ଭାରତ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ଏହି ପୁରସ୍କାର ଲାଗି ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ଚୟନ କରାଯାଇଛି। ଜଳ ସମ୍ପଦ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ଓ୍ବାପକୋସ ଲିମିଟେଡ୍‌ର ସଦସ୍ୟ ଦିପେନ୍ଦ୍ର ଲାମ୍ବା ଧାର୍ମିକ ଅନୁଷ୍ଠାନ ଭାବେ ଦେଓଘର ଆଶ୍ରମକୁ ଜଳ ସଂରକ୍ଷଣ ଲାଗି ପ୍ରଥମ ପୁରସ୍କାର ମିଳିବ ବୋଲି ସୂଚନା ଦେଇଛନ୍ତି। ‘ରାଷ୍ଟ୍ରୀୟ ଜଳ ପୁରସ୍କାର-୨୦୧୯’ ପାଇଁ ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ଚୟନ କରାଯାଇଥିବା ନେଇ ଆଶ୍ରମର ଓ୍ବେବସାଇଟ୍‌କୁ ଇ-ମେଲ୍‌ ପଠାଯାଇଥିବା ବ୍ରଜ ସୁନ୍ଦର ସାହୁ ସୂଚନା ଦେଇଛନ୍ତି। ଓ୍ବାପକୋସ ପକ୍ଷରୁ ଦେଓଘର ସତ୍‌ସଙ୍ଗ ଆଶ୍ରମରୁ ଜଳ ସଂରକ୍ଷଣ ସମ୍ପର୍କିତ ୧୦ ସେକେଣ୍ଡର ଏକ ରେକର୍ଡିଂ ତଥ୍ୟ ଲୋଡ଼ାଯାଇଥିଲା। ଏହାକୁ ୨୦୨୦ ନଭେମ୍ବର ୨ ପୂର୍ବରୁ ଦାଖଲ କରାଯିବା ପାଇଁ କୁହାଯାଇଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ,ବର୍ଷାଜଳ ସଂରକ୍ଷଣ କରାଯିବା ଲାଗି ସତ୍‌ସଙ୍ଗ ଆଶ୍ରମରେ ବହୁ ଗୃହର ଛାତ ଉପରେ ବ୍ୟବସ୍ଥା କରାଯାଇଛି। ଏହା ସହିତ ଉପଯୋଗ ହୋଇଥିବା ଜଳର ପୁନଃ ବ୍ୟବହାର ପ୍ରକ୍ରିୟା ମଧ୍ୟ ଏଠାରେ କରାଯାଉଥିବା ବ୍ରଜ ସୁନ୍ଦର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri