Posted inଖେଳ

ଜାତୀୟ ମହିଳା ଫୁଟ୍‌ବଲ କ୍ୟାମ୍ପ : ଓଡ଼ିଶାରୁ ଯବାମଣି, ପ୍ୟାରୀ

ନୂଆଦିଲ୍ଲୀ, ୨୨ା୧୧ (ପି.ଟି.)-ଭାରତୀୟ ସିନିୟର ମହିଳା ଦଳର କ୍ୟାମ୍ପ ଡିସେମ୍ବର ୧ରୁ ଗୋଆରେ ଆରମ୍ଭ ହେବ। କରୋନା ଭାଇରସ୍‌ ପାଇଁ ଲକ୍‌ଡାଉନ୍‌ ପରେ ଏହା ମହିଳା ଖେଳାଳିଙ୍କର ପ୍ରଥମ ଜାତୀୟ କ୍ୟାମ୍ପ। ଏଥିପାଇଁ ୩୦ଜଣ ଖେଳାଳିଙ୍କ ମଧ୍ୟରେ ଓଡ଼ିଶାର ଦୁଇଜଣ ଯବାମଣି ଟୁଡୁ (ଡିଫେଣ୍ଡର) ଓ ପ୍ୟାରୀ ଖାଖା (ମିଡ୍‌ ଫିଲ୍ଡର) ସ୍ଥାନ ପାଇଛନ୍ତି। ୨୦୨୨ ଏଏଫ୍ସି ଏସିଆନ କପ୍‌ ଲାଗି ପ୍ରସ୍ତୁତି ପାଇଁ ଏହି କ୍ୟାମ୍ପ ଡକାଯାଇଛି। ଏହି ମହାଦେଶୀୟ ଇଭେଣ୍ଟ ଭାରତରେ ଆୟୋଜନ ହେବ। ମୁଖ୍ୟ କୋଚ୍‌ ମେମୋଲ ରକିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖେଳାଳିମାନେ ତାଲିମ ନେବେ। କ୍ୟାମ୍ପ ପାଇଁ ଭାରତୀୟ ଟିମ୍‌ ଡାକ୍ତର ଶେରଭିନ୍‌ ଶେରିଫ୍‌ଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ପ୍ରସ୍ତୁତ କରାଯାଇଛି। କ୍ୟାମ୍ପରେ ଯୋଗଦେବା ଲାଗି ନିଜ ସହ ଛାଡ଼ିବା ପୂର୍ବରୁ ଖେଳାଳିମାନଙ୍କୁ ଆଇସିଏମ୍‌ଆର ସ୍ବୀକୃତିପ୍ରାପ୍ତ ଲାବୋରେଟୋରି ଦ୍ୱାରା କୋଭିଡ୍‌ ଟେଷ୍ଟ (ଆରଟି-ପିସିଆର୍‌) କରାଇବା ବାଧ୍ୟତାମୂଳକ କରାଯାଇଛି। ନେଗେଟିଭ ଆସିଲାପରେ ସେମାନେ ସତର୍କତା ଅବଲମ୍ବନ କରି ଗନ୍ତବ୍ୟ ସ୍ଥଳକୁ ଯାଇ ପାରିବେ। ଗୋଆରେ ପହଞ୍ଚତ୍ବା ପରେ ସେମାନଙ୍କର ଏକ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ହେବ। ଏଥିରେ ନେଗେଟିଭ ଆସିଲେ ସେମାନେ ସେମାନଙ୍କ ହେଟେଲରୁମ୍‌କୁ ଯାଇ ପାରିବେ। ସେଠାରେ ସେମାନଙ୍କୁ ୭ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ଟ୍ରେନିଂରେ ଯୋଗଦେବା ପୂର୍ବରୁ ୮ମ ଦିବସରେ ସେମାନଙ୍କର ପୁନର୍ବାର ଟେଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri