Posted inଖେଳ

ରେଲଓ୍ବେକୁ ଜାତୀୟ ମହିଳା ଦିନିକିଆ ଟାଇଟଲ

ରାଜକୋଟ, ୫ା୪ (ପି.ଟି.)-ଝାଡ଼ଖଣ୍ଡକୁ ୭ ଉଇକେଟରେ ପରାସ୍ତ କରି ଭାରତୀୟ ରେଲଓ୍ବେ ଦଳ ପୁଣି ଥରେ ଜାତୀୟ ମହିଳା ଦିନିକିଆ କ୍ରିକେଟ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଛି। ଏ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ଦିନିକିଆ ଟୁର୍ନାମେଣ୍ଟର ୧୪ଟି ସଂସ୍କରଣ ମଧ୍ୟରୁ ରେଲଓ୍ବେ ଦଳ ୧୨ଥର ଚାମ୍ପିୟନ ହୋଇପାରିଛିି। ରେଲଓ୍ବେ ୩୭ ଓଭରରେ ୧୬୮ ରନର ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳର ଅଧିନାୟିକା ତଥା ଶ୍ରେଷ୍ଠ ବ୍ୟାଟ୍ସଓମ୍ୟାନ ମିଥାଲି ରାଜଙ୍କୁ ବ୍ୟାଟିଂ କରିବା ଲାଗି ଆସିବାକୁ ପଡ଼ି ନ ଥିଲା। ଭାରତର ଅନ୍ତର୍ଜାତୀୟ ଖେଳାଳି ପୁନମ ରାଉତ ୯୪ ବଲ୍‌ରୁ ଧୈର୍ଯ୍ୟପୂର୍ଣ୍ଣ ୫୯ରନ କରି ଅଲରାଉଣ୍ଡର ସ୍ନେହା ରାଣାଙ୍କ ପାଇଁ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ସେ ୨୨ ବଲ୍‌ରୁ ୩୪ରନ କରି ଅପରାଜିତ ରହିବା ସହ ବିଜୟ ଲକ୍ଷ୍ୟକୁ ଅତିକ୍ରମ କରାଇଥିଲେ। ବିସ୍ଫୋରକ ବ୍ୟାଟିଂ ପରେ ରାଣା ରେଲଓ୍ବେ ତରଫରୁ ସବୁଠାରୁ ସଫଳ ବୋଲର ଭାବେ ତାଙ୍କ ଅଫ୍‌-ବ୍ରେକ୍‌ ବୋଲିଂରେ ୩୪ ରନ ବିନିମୟରେ ୩ ଉଇକେଟ ଅକ୍ତିଆର କରିଥିଲେ। ଝାଡ଼ଖଣ୍ଡ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇ ୫୦ ଓଭରରେ ୧୬୭ ରନ କରିଥିଲା। ହେଲେ ରେଲଓ୍ବେ ଦଳ ସମସ୍ତ ବିଭାଗରେ ଉଚ୍ଚକୋଟୀର ପ୍ରଦର୍ଶନ ସହ ମ୍ୟାଚକୁ ସହଜରେ ଜିତିନେଇଥିଲା। ଝାଡ଼ଖଣ୍ଡର ୬ଜଣ ବ୍ୟାଟ୍ସଓମ୍ୟାନ ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଟପ୍‌ ସ୍କୋରର ଇନ୍ଦ୍ରାଣୀ ରୟ ୭୭ ବଲ୍‌ରୁ ୩ ଚୌକା ସହ ୪୯ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୁର୍ଗା ମୁର୍ମୁ ୩୧ ଓ ଅଧିନାୟିକା ମାନି ନିହାରିକା ୩୯ରନ କରି ଅପରାଜିତ ରହିଥିଲେ।
ସଂକ୍ଷିପ୍ତ ସ୍କୋର
ଝାଡ଼ଖଣ୍ଡ: ୫୦ ଓଭରରେ ୧୬୭/ଅଲଆଉଟ ( ଇନ୍ଦ୍ରାଣୀ ରୟ-୪୯; ସ୍ନେହା ରାଣା-୩/୩୩, ଏକତା ବିସ୍ତ-୨/୩୩, ପୁନମ ଯାଦବ-୧/୨୬)।
ରେଲଓ୍ବେ: ୩୭ ଓଭରରେ ୧୬୯/୩ (ପୁନମ ରାଉତ-୫୯, ଏସ୍‌. ମେଘନା-୫୩, ସ୍ନେହା ରାଣା-୩୪*)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri