Posted inଜାତୀୟ

ଜାତୀୟତାବାଦ ଦ୍ୱାରା ଜାଲିଆତିକୁ ଢଙ୍କାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩୧।୧(ପି.ଟି.): ଆମେରିକାର ଶର୍ଟ ସେଲର ହିଣ୍ଡେନବର୍ଗ ରିସର୍ଚ୍ଚ ଭାରତର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ର ଜାଲିଆତି ପଦାରେ ପକାଇବା ପରେ ଏହାର ତାଲିକାଭୁକ୍ତ କମ୍ପାନୀଗୁଡ଼ିକ ଜାନୁୟାରୀ ୨୪ରୁ ଇତିମଧ୍ୟରେ ୭୦ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ କ୍ଷତି ସହିଲେଣି। ହିଣ୍ଡେନ୍‌ବର୍ଗ ରିସର୍ଚ୍ଚର ଅଭିଯୋଗକୁ ଆଦାନୀ ଗ୍ରୁପ୍‌ ଖଣ୍ଡନ କରି ଏହାକୁ ଭାରତ ଓ ଏହାର ଅନୁଷ୍ଠାନଗୁଡ଼ିକ ଏବଂ ଗ୍ରୋଥ୍‌ ଷ୍ଟୋରି ଉପରେ ଯୋଜନାବଦ୍ଧ ଆକ୍ରମଣ ବୋଲି ଅଭିହିତ କରିଥିଲା। ହିଣ୍ଡେନ୍‌ବର୍ଗ ପକ୍ଷରୁ ଅଣାଯାଇଥିବା ସମସ୍ତ ଅଭିଯୋଗ ‘ମିଛ ଛଡ଼ା କିଛି ନୁହେଁ’ ବୋଲି ଏହି ଗ୍ରୁପ୍‌ ରବିବାର ଦାଖଲ କରିଥିବା ୪୧୩ ପୃଷ୍ଠାର ରିପୋର୍ଟରେ ଉଲ୍ଲେଖ କରିଥିଲା। ଆଦାନୀ ଗ୍ରୁପ୍‌ର ଏହି ଅଭିଯୋଗକୁ ହିଣ୍ଡେନ୍‌ବର୍ଗ ପ୍ରତ୍ୟାଖ୍ୟାନ କରିଦେଇଛି। ଜାତୀୟତାବାଦ ଦ୍ୱାରା କିମ୍ବା ମୁଖ୍ୟ ଅଭିଯୋଗକୁ ବାଦ୍‌ ଦେଇ ଅନାବଶ୍ୟକ ବିସ୍ତୃତ ଜବାବ ଦାଖଲ କରିବା ଦ୍ୱାରା ଜାଲିଆତିକୁ ଢଙ୍କାଯାଇପାରିବ ନାହିଁ ବୋଲି ହିଣ୍ଡେନ୍‌ବର୍ଗ କହିଛି।
ହିଣ୍ଡେନ୍‌ବର୍ଗ ପକ୍ଷରୁ କରାଯାଇଥିବା ୮୮ ପ୍ରଶ୍ନ ମଧ୍ୟରୁ ଆଦାନୀ ଗ୍ରୁପ୍‌ ୬୫ଟିର ଉତ୍ତର ଦେଇଥିବାବେଳେ ଅବଶିଷ୍ଟ ୨୩କୁ ଏଡ଼ାଇ ଯାଇଥିଲା। ସେଥିରୁ ୧୮ଟି ଅଂଶୀଦାରମାନଙ୍କ ସମ୍ପର୍କିତ ହୋଇଥିବାବେଳେ ୫ଟି ଅଭିଯୋଗ କାଳ୍ପନିକ ଓ ଭିତ୍ତିହୀନ ବୋଲି ଆଦାନୀଙ୍କ କମ୍ପାନୀ ପକ୍ଷରୁ କୁହାଯାଇଥିଲା। ଶେୟାର ହୋଲ୍ଡର୍ସଙ୍କ ସ୍ବାର୍ଥ ରକ୍ଷା ପାଇଁ ଆବଶ୍ୟକ ପ୍ରତିକାର ନିମନ୍ତେ ଆଦାନୀ ସମୂହ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ସମ୍ମୁଖରେ ନିଜ ଅଧିକାର ପ୍ରୟୋଗ କରିବ ବୋଲି ଏହି ସ୍ପଷ୍ଟୀକରଣରେ ଉଲ୍ଲେଖ କରାଯାଇଥିଲା।
ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ନ୍ୟୁୟର୍କଭିତ୍ତିକ ଆକ୍ଟିଭିଷ୍ଟ ଇନ୍‌ଭେଷ୍ଟର ହିଣ୍ଡେନ୍‌ବର୍ଗ ନିଜ ଓ୍ବେବ୍‌ସାଇଟ୍‌ରେ ଏକ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରକାଶ କରିଥିଲା। ଆଦାନୀ ଗ୍ରୁପ୍‌ ୧୭.୮ ଲକ୍ଷ କୋଟି ଟଙ୍କା (୨୧୮ ବିଲିୟନ୍‌ ଆମେରିକୀୟ ଡଲାର) ହେରଫେର କରିଥିବା ଏଥିରେ ଦର୍ଶାଯାଇଥିଲା। ଗୌତମ ଆଦାନୀ ଅନେକ ଦଶନ୍ଧି ଧରି ଅସାଧୁ ଉପାୟରେ ଷ୍ଟକ୍‌ ମୂଲ୍ୟରେ ବୃଦ୍ଧି ଘଟାଇବା ସହ ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୧୨୦ ବିଲିୟନ ଡଲାର ଠୁଳ କରିଛନ୍ତି। ପୁଞ୍ଜି ବଜାରରେ ତାଲିକାଭୁକ୍ତ ହୋଇଥିବା ଆଦାନୀ ସମୂହର ୭ ମୁଖ୍ୟ କମ୍ପାନୀ ଏହି ଅବଧି ମଧ୍ୟରେ ହାରାହାରି ୮୧୯% ଉପରକୁ ଉଠିଛି। ୨ ବର୍ଷର ଖୋଳତାଡ଼ ପରେ ପ୍ରମାଣ ମିଳିଥିବା ହିଣ୍ଡେନ୍‌ବର୍ଗ ନିଜ ରିପୋର୍ଟରେ ଦର୍ଶାଇଥିଲା। ଏହି ରିପୋର୍ଟ ପ୍ରକାଶ ପାଇବା ପରେ ଆଦାନୀ ଗ୍ରୁପ୍‌ ଅଧୀନ କମ୍ପାନୀଗୁଡ଼ିକର ବଜାର ପୁଞ୍ଜି ଗତ ବୁଧବାର ୯୭,୦୦୦ କୋଟି ଟଙ୍କା ହ୍ରାସ ପାଇଥିବାବେଳେ ଶୁକ୍ରବାର ଏହି କ୍ଷତିର ପରିମାଣ ୨.୮୩ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଥିଲା। ଏଥିସହ ଗୌତମ ଆଦାନୀଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୨୨ ବିଲିୟନ୍‌ ଡଲାର ହ୍ରାସ ପାଇବା ପରେ ସେ ବିଶ୍ୱର ତୃତୀୟ ଧନୀରୁ ସପ୍ତମ ସ୍ଥାନକୁ ଖସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri