Posted inରାଜ୍ୟ

କୃତ୍ରିମ ବୁଦ୍ଧିମତାର ସଦୁପଯୋଗ ମାଧ୍ୟମରେ ଦେଶର ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୧୧: ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାକୁ ହେଲେ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଅପରିହାର୍ଯ୍ୟ। କୃତ୍ରିମ ବୁଦ୍ଧିମତାର ସଦୁପଯୋଗ ମାଧ୍ୟମରେ ଦେଶର
ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ଆଜି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ପଞ୍ଚଦଶ ସମାବର୍ତ୍ତନ ଉତ୍ସବରେ ଉଦ୍‌‌ବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଦେଶର ଉନ୍ନତି ଦେଶବାସୀଙ୍କ ସାମଗ୍ରୀକ ଉନ୍ନତି ପାଇଁ ଉଦ୍ଦିଷ୍ଟ ହେବା ଆବଶ୍ୟକ। ଏହା ମାନବିକତା ପାଇଁ ସମର୍ପିତ ହେବା ଉଚିତ ବୋଲି ସେ କହିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ଆମ ଦେଶର ଭୌତିକ ପ୍ରଗତୀ ଯୁବପିଢ଼ିଙ୍କ ଉପରେ ନିର୍ଭର କରେ। ତେବେ ବ୍ୟକ୍ତିଗତ ସଫଳତା ସବୁବେଳେ ସଫଳତାର ମାପକାଠି ନୁହେଁ। ବରଂ ସମାଜ ପ୍ରତି ଜଣେ ବ୍ୟକ୍ତିର ଅବଦାନ ଏହା ନିର୍ଦ୍ଧାରିତ କରିଥାଏ। ଶ୍ରୀମତୀ ମୁର୍ମୁ ଏହି ଅବସରରେ ଝିଅମାନଙ୍କୁ ଶିକ୍ଷା ପ୍ରଦାନ ପାଇଁ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି, ଦେଶ ମହିଳାଙ୍କ ବିକାଶରୁ ମହିଳାଙ୍କ ନେତୃତ୍ୱରେ ବିକାଶ ଆଡକୁ ଅଗ୍ରସର ହେଉଛି।

ଚନ୍ଦ୍ରଯାନ-୩ର ସଫଳତା ପଛରେ ସେ ମହିଳା ବୈଜ୍ଞାନିକମାନଙ୍କ ଯୋଗଦାନକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ୨୭ ଜଣ ଛାତ୍ରଛାତ୍ରୀଙ୍କୁ ୩୭ ଟି ସ୍ୱର୍ଣ୍ଣପଦକ ପ୍ରଦାନ କରିଛନ୍ତି। ଏହାପରେ ରାଷ୍ଟ୍ରପତି ମା’ ସମଲେଶ୍ୱରୀଙ୍କ ଦର୍ଶନ କରିଥିଲେ। ଏହାପୂର୍ବରୁ ସେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ ରେଳଷ୍ଟେସନରୁ ୩ଟି ନୂତନ ଟ୍ରେନ୍‌‌ ଚଳାଚଳର ଶୁଭାରମ୍ଭ କରିଥିଲେ। ଏହା ପରେ ରାଷ୍ଟ୍ରପତି ପାହାଡପୁରରେ ଦକ୍ଷତାବିକାଶ କେନ୍ଦ୍ରର ଉଦ୍‌‌ଘାଟନ କରିବା ସହ ରାଇରଙ୍ଗପୁର ନୂତନ ଡାକମଣ୍ଡଳକୁ ଲୋକାର୍ପଣ
କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri