Posted inରାଜ୍ୟ

କୃତ୍ରିମ ବୁଦ୍ଧିମତାର ସଦୁପଯୋଗ ମାଧ୍ୟମରେ ଦେଶର ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୧୧: ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାକୁ ହେଲେ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଅପରିହାର୍ଯ୍ୟ। କୃତ୍ରିମ ବୁଦ୍ଧିମତାର ସଦୁପଯୋଗ ମାଧ୍ୟମରେ ଦେଶର
ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ଆଜି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ପଞ୍ଚଦଶ ସମାବର୍ତ୍ତନ ଉତ୍ସବରେ ଉଦ୍‌‌ବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଦେଶର ଉନ୍ନତି ଦେଶବାସୀଙ୍କ ସାମଗ୍ରୀକ ଉନ୍ନତି ପାଇଁ ଉଦ୍ଦିଷ୍ଟ ହେବା ଆବଶ୍ୟକ। ଏହା ମାନବିକତା ପାଇଁ ସମର୍ପିତ ହେବା ଉଚିତ ବୋଲି ସେ କହିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ଆମ ଦେଶର ଭୌତିକ ପ୍ରଗତୀ ଯୁବପିଢ଼ିଙ୍କ ଉପରେ ନିର୍ଭର କରେ। ତେବେ ବ୍ୟକ୍ତିଗତ ସଫଳତା ସବୁବେଳେ ସଫଳତାର ମାପକାଠି ନୁହେଁ। ବରଂ ସମାଜ ପ୍ରତି ଜଣେ ବ୍ୟକ୍ତିର ଅବଦାନ ଏହା ନିର୍ଦ୍ଧାରିତ କରିଥାଏ। ଶ୍ରୀମତୀ ମୁର୍ମୁ ଏହି ଅବସରରେ ଝିଅମାନଙ୍କୁ ଶିକ୍ଷା ପ୍ରଦାନ ପାଇଁ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ କହିଛନ୍ତି, ଦେଶ ମହିଳାଙ୍କ ବିକାଶରୁ ମହିଳାଙ୍କ ନେତୃତ୍ୱରେ ବିକାଶ ଆଡକୁ ଅଗ୍ରସର ହେଉଛି।

ଚନ୍ଦ୍ରଯାନ-୩ର ସଫଳତା ପଛରେ ସେ ମହିଳା ବୈଜ୍ଞାନିକମାନଙ୍କ ଯୋଗଦାନକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ୨୭ ଜଣ ଛାତ୍ରଛାତ୍ରୀଙ୍କୁ ୩୭ ଟି ସ୍ୱର୍ଣ୍ଣପଦକ ପ୍ରଦାନ କରିଛନ୍ତି। ଏହାପରେ ରାଷ୍ଟ୍ରପତି ମା’ ସମଲେଶ୍ୱରୀଙ୍କ ଦର୍ଶନ କରିଥିଲେ। ଏହାପୂର୍ବରୁ ସେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ ରେଳଷ୍ଟେସନରୁ ୩ଟି ନୂତନ ଟ୍ରେନ୍‌‌ ଚଳାଚଳର ଶୁଭାରମ୍ଭ କରିଥିଲେ। ଏହା ପରେ ରାଷ୍ଟ୍ରପତି ପାହାଡପୁରରେ ଦକ୍ଷତାବିକାଶ କେନ୍ଦ୍ରର ଉଦ୍‌‌ଘାଟନ କରିବା ସହ ରାଇରଙ୍ଗପୁର ନୂତନ ଡାକମଣ୍ଡଳକୁ ଲୋକାର୍ପଣ
କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି...

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ...

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ...

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ...

ମରୁଡ଼ି ପରେ ଦାଉ ସାଧିଲା ବର୍ଷା

ନୟାଗଡ଼,୭।୧୨(ଲୋକନାଥ ମିଶ୍ର)ମରୁଡି ପରେ ଦାଉ ସାଧିଛି ବର୍ଷା । ଚାଷୀଙ୍କ ବର୍ଷକର ପରିଶ୍ରମ ବାତ୍ୟା ମିଗଜୋମ ପ୍ରଭାବରେ ପାଣିରେ ଭିଜିଯାଇଛି। ପରିବା ଫସଲ ଉପରେ ପ୍ରଭାବ...

୫ମାସ ବିତିଲା, ହେଲାନି ସ୍ବତନ୍ତ୍ର ବୈଠକ

ନୟାଗଡ଼,୭ା୧୨(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ କରାଗଲାନି ସ୍ବତନ୍ତ୍ର ବୈଠକ। ଏକାଦଶୀରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri