Posted inଜାତୀୟ

ଚାକିରି ପାଇଁ ଧକ୍କା ଖାଉଛନ୍ତି ଦେଶର ଭବିଷ୍ୟତ: ରାହୁଲ

ନୂଆଦିଲ୍ଲୀ,୧୧।୭: କଂଗ୍ରେସ ଏମପି ତଥା ସଂସଦରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଦେଶରେ ବେକାରୀ ସମସ୍ୟାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଗୁଜୁରାଟର ଭରୁଚ ଜିଲାରେ ଚାକିରି ସାକ୍ଷାତକାରରେ ଏକାଠି ହୋଇଥିବା ଜନତାଙ୍କୁ ନେଇ ରାହୁଲ ଗାନ୍ଧୀ ରାଜ୍ୟ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ‘ବେକାରୀ ରୋଗ’ ଦେଶରେ ମହାମାରୀର ରୂପେ ଗ୍ରହଣ କରିଛି ଏବଂ ଭାଜପା ଶାସିତ ରାଜ୍ୟ ଏହି ରୋଗର କେନ୍ଦ୍ରବିନ୍ଦୁ ପାଲଟିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ରାହୁଲ ଗାନ୍ଧୀ କହିଛନ୍ତି ଯେ ଆଜି ‘ଭାରତର ଭବିଷ୍ୟତ’ ଚାକିରି ପାଇଁ ଧକ୍କା ଖାଉଛି। ସୂଚନାଯୋଗ୍ୟ, ଏହା ପ୍ରଥମ ଘଟଣା ନୁହେଁ ଯେ ରାହୁଲ ଗାନ୍ଧୀ ବେରୋଜଗାର ପ୍ରସଙ୍ଗରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି।
୨୦୨୪ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ଦେଶରେ ବେରୋଜଗାରକୁ ଏକ ବଡ ପ୍ରସଙ୍ଗ କରିଦେଇଥିଲେ। କଂଗ୍ରେସ ଏହାର ମନିଫେଷ୍ଟୋରେ ଏ ସମ୍ପର୍କରେ ଅନେକ ଘୋଷଣା କରିଛି। ଏଥିରୁ ତାଙ୍କ ଦଳ ମଧ୍ୟ ଉପକୃତ ହୋଇଥିଲେ। ଏହି କାରଣରୁ ଦଳର ଏମପିଙ୍କ ସଂଖ୍ୟା ଏଥର ବୃଦ୍ଧି ପାଇଛି। ବର୍ତ୍ତମାନ ରାହୁଲ ଗାନ୍ଧୀ ଗୁଜୁରାଟର ପରିସ୍ଥିତିକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି ଯେଉଁଥିରେ ରାହୁଲ ଚାକିରି ସାକ୍ଷାତକାର ପାଇଁ ଏକତ୍ରିତ ହୋଇଥିବା ଯୁବବର୍ଗଙ୍କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି।
ରାହୁଲ ଗାନ୍ଧୀ ଟୁଇଟରରେ ଲେଖିଛନ୍ତି ଯେ ବେକାରୀ ରୋଗ ଦେଶରେ ମହାମାରୀ ରୂପେ ପରିଣତ ହୋଇଛି ଏବଂ ଭାଜପା ଶାସିତ ରାଜ୍ୟମାନେ ଏହି ରୋଗର କେନ୍ଦ୍ର ପାଲଟିଛନ୍ତି। ଏକ ସାଧାରଣ ଚାକିରି ପାଇଁ ଧାଡ଼ିରେ ଠିଆ ହୋଇଥିବା ‘ଭାରତର ଭବିଷ୍ୟତ’ ହେଉଛି ନରେନ୍ଦ୍ର ମୋଦିଙ୍କ ’ଅମୃତ କାଲ’ର ବାସ୍ତବତା।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri