୯ରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୬।୭ (ଅନୁରାଧା ମହାରଣା): ଆସନ୍ତା ୯ ତାରିଖରେ ସର୍ବଭାରତୀୟ ବ୍ୟାଙ୍କର କର୍ମଚାରୀ ଓ ଅଫିସର୍ସ ସଂଘ ଏଆଇବିଇଏ, ବିଇଏଫ୍‌ଆଇ ଏବଂ ଏଆଇବିଓଏ ପକ୍ଷରୁ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଦେଶର ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଏବଂ ଶତାଧିକ କ୍ଷେତ୍ରୀୟ ଫେଡେରେଶନଙ୍କ ମିଳିତ ମଞ୍ଚର ଜାତୀୟ କନ୍‌ଭେନ୍‌ଶନରେ ଏହି ଘୋଷଣା କରାଯାଇଛି। କେନ୍ଦ୍ର ସରକାରଙ୍କ କଳା ୪ ଶ୍ରମକୋଡ୍‌ର ବାତିଲ, ବ୍ୟାଙ୍କ ସମେତ ରାଷ୍ଟ୍ରାୟତ୍ତ ସଂସ୍ଥାର ଘରୋଇକରଣ ବନ୍ଦ କରିବା, ସମସ୍ତଙ୍କୁ ସର୍ବନିମ୍ନ ପେନ୍‌ସନ ୯ ହଜାର ଟଙ୍କା ଦେବା, ଆଉଟ୍‌ସୋର୍ସିଂ ଠିକା ନିଯୁକ୍ତି ବନ୍ଦ କରି ସ୍ଥାୟୀ ନିଯୁକ୍ତି ପ୍ରଦାନ, ସମାନ କାମକୁ ସମାନ ଦରମା, ସରକାରୀ ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ଖାଲିଥିବା ପଦବୀ ପୂରଣ, ସର୍ବନିମ୍ନ ମାସିକ ମଜୁରି ୨୬ ହଜାର ଟଙ୍କା ଦେବା, ପୁରୁଣା ପେନ୍‌ସନ ସ୍କିମ୍‌ର ପୁନଃ ପ୍ରଚଳନ ଆଦି ୧୭ ଦଫା ଦାବି କରାଯାଇଛି। ଏଥିସହ ବ୍ୟାଙ୍କର ସାଧାରଣ ଗ୍ରାହକଙ୍କ ଉପରୁ ସେବାକର ପ୍ରତ୍ୟାହାର, କର୍ପୋରେଟ୍‌ଙ୍କ ଖିଲାପୀ ଋଣର ଅସୁଲ ପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଏବଂ ବୀମା ପଲିସି ଉପରୁ ଜିଏସ୍‌ଟି ପ୍ରତ୍ୟାହାର ଆଦି ଦାବିରେ ଏହି ଧର୍ମଘଟ ଆହ୍ବାନ ଦିଆଯାଇଛି। ବିଭିନ୍ନ ବ୍ୟାଙ୍କର କର୍ମଚାରୀ ଓ ଅଫିସର୍ସ ସଂଗଠନ ଏନ୍‌ସିବିଇ, ଏଆଇବିଓସି, ଆଇଏମ୍‌ବିଓସି ଏବଂ ଆଇଏନ୍‌ବିଇଏଫ୍‌ ଏହି ଧର୍ମଘଟକୁ ସମର୍ଥନ ଜଣାଇଛନ୍ତି। ଧର୍ମଘଟ ସଫଳ କରିବା ପାଇଁ ଏଓବିଇଏର ସାଧାରଣ ସମ୍ପାଦକ ପ୍ରଫୁଲ୍ଲ କୁମାର ତ୍ରିପାଠୀ, ଏଓବିଇଏଫ୍‌ର ସାଧାରଣ ସମ୍ପାଦକ ପ୍ରକାଶ କୁମାର ରାୟ ଏବଂ ଏଆଇବିଓଏ ଓଡ଼ିଶା ରାଜ୍ୟ କମିଟିର ସାଧାରଣ ସମ୍ପାଦକ ରବୀନ୍ଦ୍ରନାଥ ଦାସ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri