୯ରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୬।୭ (ଅନୁରାଧା ମହାରଣା): ଆସନ୍ତା ୯ ତାରିଖରେ ସର୍ବଭାରତୀୟ ବ୍ୟାଙ୍କର କର୍ମଚାରୀ ଓ ଅଫିସର୍ସ ସଂଘ ଏଆଇବିଇଏ, ବିଇଏଫ୍‌ଆଇ ଏବଂ ଏଆଇବିଓଏ ପକ୍ଷରୁ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଦେଶର ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଏବଂ ଶତାଧିକ କ୍ଷେତ୍ରୀୟ ଫେଡେରେଶନଙ୍କ ମିଳିତ ମଞ୍ଚର ଜାତୀୟ କନ୍‌ଭେନ୍‌ଶନରେ ଏହି ଘୋଷଣା କରାଯାଇଛି। କେନ୍ଦ୍ର ସରକାରଙ୍କ କଳା ୪ ଶ୍ରମକୋଡ୍‌ର ବାତିଲ, ବ୍ୟାଙ୍କ ସମେତ ରାଷ୍ଟ୍ରାୟତ୍ତ ସଂସ୍ଥାର ଘରୋଇକରଣ ବନ୍ଦ କରିବା, ସମସ୍ତଙ୍କୁ ସର୍ବନିମ୍ନ ପେନ୍‌ସନ ୯ ହଜାର ଟଙ୍କା ଦେବା, ଆଉଟ୍‌ସୋର୍ସିଂ ଠିକା ନିଯୁକ୍ତି ବନ୍ଦ କରି ସ୍ଥାୟୀ ନିଯୁକ୍ତି ପ୍ରଦାନ, ସମାନ କାମକୁ ସମାନ ଦରମା, ସରକାରୀ ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗରେ ଖାଲିଥିବା ପଦବୀ ପୂରଣ, ସର୍ବନିମ୍ନ ମାସିକ ମଜୁରି ୨୬ ହଜାର ଟଙ୍କା ଦେବା, ପୁରୁଣା ପେନ୍‌ସନ ସ୍କିମ୍‌ର ପୁନଃ ପ୍ରଚଳନ ଆଦି ୧୭ ଦଫା ଦାବି କରାଯାଇଛି। ଏଥିସହ ବ୍ୟାଙ୍କର ସାଧାରଣ ଗ୍ରାହକଙ୍କ ଉପରୁ ସେବାକର ପ୍ରତ୍ୟାହାର, କର୍ପୋରେଟ୍‌ଙ୍କ ଖିଲାପୀ ଋଣର ଅସୁଲ ପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଏବଂ ବୀମା ପଲିସି ଉପରୁ ଜିଏସ୍‌ଟି ପ୍ରତ୍ୟାହାର ଆଦି ଦାବିରେ ଏହି ଧର୍ମଘଟ ଆହ୍ବାନ ଦିଆଯାଇଛି। ବିଭିନ୍ନ ବ୍ୟାଙ୍କର କର୍ମଚାରୀ ଓ ଅଫିସର୍ସ ସଂଗଠନ ଏନ୍‌ସିବିଇ, ଏଆଇବିଓସି, ଆଇଏମ୍‌ବିଓସି ଏବଂ ଆଇଏନ୍‌ବିଇଏଫ୍‌ ଏହି ଧର୍ମଘଟକୁ ସମର୍ଥନ ଜଣାଇଛନ୍ତି। ଧର୍ମଘଟ ସଫଳ କରିବା ପାଇଁ ଏଓବିଇଏର ସାଧାରଣ ସମ୍ପାଦକ ପ୍ରଫୁଲ୍ଲ କୁମାର ତ୍ରିପାଠୀ, ଏଓବିଇଏଫ୍‌ର ସାଧାରଣ ସମ୍ପାଦକ ପ୍ରକାଶ କୁମାର ରାୟ ଏବଂ ଏଆଇବିଓଏ ଓଡ଼ିଶା ରାଜ୍ୟ କମିଟିର ସାଧାରଣ ସମ୍ପାଦକ ରବୀନ୍ଦ୍ରନାଥ ଦାସ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri