ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ

ଭୁବନେଶ୍ୱର,୧୭।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜୀକରଣ ଶିବିର ଆୟୋଜିତ ହୋଇଯାଇଛି। ଏପରିକି ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ଓ ଏସ୍‌ବିଆଇ ସିପିପିସି ଭୁବନେଶ୍ବର ସହଭାଗିତାରେ ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ଭାରତ ସରକାରଙ୍କ ଅନୁ ସଚିବ ବିଶାଲ କୁମାର,ୟୁଆଇଡିଏଆଇର ବରିଷ୍ଠ ଅଧିକାରୀ, ଏସ୍‌ବିଆଇର ଡିଜିଟାଲ ଏବଂ ଟ୍ରାଞ୍ଜାକ୍ସନ ବ୍ୟାଙ୍କିଙ୍ଗ୍‌ ବିଭାଗ ଡିଜିଏମ୍‌ ଅମରେନ୍ଦ୍ର କୁମାର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଶେଷକରି ଜୀବନ ପ୍ରମାଣ ଆପ୍‌ ଦ୍ବାରା ଫେସ୍‌ ଅଥେଣ୍ଟିକେସନ ଟେକ୍ନୋଲୋଜିର ବ୍ୟବହାର କରାଯାଇ ଜୀବନ ପ୍ରମାଣପତ୍ର ବା ଲାଇଫ୍‌ ସାର୍ଟିଫିକେଟ ଦାଖଲ କରାଯାଇଥିଲା।

ସେହିଭଳି ପେନ୍‌ସନଭୋଗୀଙ୍କୁ ଜୀବନ ପ୍ରମାଣପତ୍ର ଦାଖଲ ସୁବିଧା ପ୍ରଦାନ କରିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ଏଭଳି ଏକ ନୂଆ ପ୍ରୟାସ ଆରମ୍ଭ କରାଯାଇଛି। ପେନ୍‌ସନଭୋଗୀମାନେ ଡିଜିଟାଲ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଫେସ୍‌ ଅଥେଣ୍ଟିକେଶନ ପ୍ରଯୁକ୍ତି ବ୍ୟବହାରକରି ମଧ୍ୟ ପେନ୍‌ସନଭୋଗୀମାନେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଏହାଛଡ଼ା ଆଣ୍ଡ୍ରଏଡ୍‌ ଅପରେଟିଂ ସିଷ୍ଟମ ଥିବା ସ୍ମାର୍ଟଫୋନରେ ଜୀବନ ପ୍ରମାଣ ମୋବାଇଲ ଏପ୍ଲିକେଶନ ମାଧ୍ୟମରେ ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ ଦାଖଲ କରାଯାଇପାରିବ। ଉପରୋକ୍ତ ଯୋଜନା ସମ୍ପର୍କରେ ବ୍ୟାପକ ପ୍ରଚାରପ୍ରସାର କରିବା ଲାଗି ଭାରତ ସରକାରଙ୍କ ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ କେନ୍ଦ୍ରୀୟ ପେନ୍‌ସନଭୋଗୀଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ ଆରମ୍ଭ କରାଯାଇଛି।

ସେହିପରି ପେନ୍‌ସନ ଏବଂ ପେନ୍‌ସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ ଦେଶର ୩୭ଟି ଏବଂ ଓଡ଼ିଶାର ୩ଟି ସହରରେ ଡିଜିଟାଲ ଲାଇଫ୍‌ ସାର୍ଟିଫିକେଟ ଦାଖଲ ଶିବିରର ଆୟୋଜନ କରାଯାଉଛି। ଭୁବନେଶ୍ବର, କଟକ ଏବଂ ବାଲେଶ୍ବରଠାରେ ଏହି ସଚେତନତା ଶିବିର ଆୟୋଜନ ହେଉଛି। ସୂଚନାଯୋଗ୍ୟ, ଆଜି (ନଭେମ୍ବର ୧୭) ବାଲେଶ୍ୱରଠାରେ ଏବଂ ନଭେମ୍ବର ୧୯ରେ ଉକ୍ତ କାର୍ଯ୍ୟକ୍ରମ କଟକଠାରେ ମଧ୍ୟ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?