ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଘ ପକ୍ଷରୁ ୧୨ ଦଫା ଦାବି ନେଇ ଅତିରିକ୍ତ ଜିଲାପାଳ ଦେବଦତ୍ତ ପଣ୍ଡାଙ୍କୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ପ୍ରତିବାଦ ଭାରତର ସମସ୍ତ ଜିଲା ମୁଖ୍ୟାଳୟ ସମ୍ମୁଖରେ ଆୟୋଜନ କରାଯାଇଥିବା ସଂଘର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ସାହୁ କହିଛନ୍ତି। ପ୍ରତିବାଦର ମୁଖ୍ୟ ଉଦ୍ଦେଶ୍ୟ ଶ୍ରମିକମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାରଙ୍କ ନିକଟରେ ଦାବି କରାଯାଇଛି।

ସଂଘ ପକ୍ଷରୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି ଯେ, ଭାରତୀୟ ମଜଦୁର ସଂଘର ମୁଖ୍ୟ ଦାବିଗୁଡ଼ିକ ମଧ୍ୟରେ ଇଏସଆଇସି ବେତନ ସୀମାକୁ ୨୧୦୦୦ରୁ ଟଙ୍କା ୪୨,୦୦୦କୁ ବୃଦ୍ଧି କରିବା, ଇପିଏଫ ନ୍ୟୁନତମ ପେନସନକୁ ଟଙ୍କା ୧୦୦୦ରୁ ଟଙ୍କା ୭,୫୦୦କୁ ବୃଦ୍ଧି କରିବା, ଇପିଏଫ ବେତନ ସୀମାକୁ ୩୦ ହଜାର ଟଙ୍କା କରିବା ଏପରିକି ବୋନସ ଗଣନା ସୀମାକୁ ଟଙ୍କା ୧୮,୦୦୦ କରିବା, ବୋନସ ଯୋଗ୍ୟତା ସୀମାକୁ ଟଙ୍କା ୪୨,୦୦୦ କରିବା, ସ୍କିମ ଶ୍ରମିକମାନଙ୍କ(ଅଙ୍ଗନୱାଡ଼ି, ଆଶା ଇତ୍ୟାଦି) ମାନଦେୟ ବୃଦ୍ଧି, ଚୁକ୍ତିଭିତ୍ତିକ ଶ୍ରମିକଙ୍କୁ ସମାନ କାମକୁ ସମାନ ବେତନ ସୁନିଶ୍ଚିତ କରିବା, ଶ୍ରମ ଆଇନରୁ ଶ୍ରମିକ ବିରୋଧୀ ଧାରାଗୁଡ଼ିକୁ ବିଲୋପ କରିବା, ବ୍ୟାଙ୍କ କର୍ମଚାରୀମାନଙ୍କ ପାଇଁ ପାଞ୍ଚ ଦିନିଆ କାର୍ଯ୍ୟ ସପ୍ତାହ ଲାଗୁକରିବା, ଗ୍ରାଚୁଇଟି ସୀମାକୁ ୪୦ଲକ୍ଷ କୁ ବୃଦ୍ଧି କରିବା, କେନ୍ଦ୍ରୀୟ ନ୍ୟୁନତମ ବେତନକୁ ୩୦,୦୦୦ ଟଙ୍କା ପ୍ରତିମାସ ନର୍ଦ୍ଧାରଣ କରିବା ଓ ଜୀବନ ବୀମା ନିଗମରେ କାର୍ଯ୍ୟରତ ଡେଭଲପମେଣ୍ଟ ଅଫିସରମାନଙ୍କ ପାଇଁ ପୂର୍ଣ୍ଣ ଦାବିର ସୁରକ୍ଷା ଆଦି ଦାବି କରିଛନ୍ତି।

ଏହି ପରିପ୍ରେକ୍ଷୀରେ ଏକ ସାଧାରଣ ସଭା ଆୟୋଜନ ହୋଇଥିଲା ଏଥିରେ ଗଞ୍ଜାମ ଜିଲା ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଅଙ୍ଗନବାଡ଼ି କର୍ମୀ ସଂଘ, ଆଶା କର୍ମୀ ସଂଘ, ନିର୍ମାଣ ଶ୍ରମିକ ସଂଘ, ଆଇଆର୍‌ଇଏଲ ଶ୍ରମିକ ସଂଘ, ବିଦ୍ୟୁତ କର୍ମଚାରୀ ସଂଘ, ପୋଷ୍ଟ କର୍ମଚାରୀ ସଂଘ ସହ ଅନେକ ଶ୍ରମିକ ଏବଂ କର୍ମଚାରୀ ଯୋଗ ଦେଇଥିଲେ। ଭାରତୀୟ ମଜଦୁର ସଂଘ ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ସାହୁ, ତପସୀ ନାୟକ ଆଞ୍ଚଳିକ ରାଜ୍ୟ କୋଷାଧ୍ୟକ୍ଷା ମମତା ମହାନ୍ତି ଏବଂ ବିଭିନ୍ନ ସଂଘଠନର ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri