ଟ୍ରମ୍ପ୍‌ଙ୍କ ଆପ୍ରବାସନ ନୀତି ବିରୋଧରେ ଦେଶବ୍ୟାପୀ ଧର୍ମଘଟ

ଓ୍ବାଶିଂଟନ,୩୧ା୧: ମିନିଆପଲିସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆପ୍ରବାସନ ଚଢ଼ାଉ ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ବିକ୍ଷୋଭକାରୀ ଆହ୍ବାନ ଦେଇଥିଲେ। ତଦନୁଯାୟୀ ଶୁକ୍ରବାରଠାରୁ ବିଭିନ୍ନ ଅଞ୍ଚଳରେ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଦୋକାନବଜାର ବନ୍ଦ ରହିଥିତ୍ବା ଦେଖାଯାଇଛି। ଇଣ୍ଟେନ୍‌ସିଭ୍‌ କେୟାର ନର୍ସ ଆଲେକ୍ସ ପ୍ରେଟ୍ଟି ହତ୍ୟା ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ବିକ୍ଷୋଭ ଜାରି ରହିଛି। ଆପ୍ରବାସନକୁ ନେଇ ସୀମାନ୍ତ ପାଟ୍ରୋଲ ଅଫିସରମାନେ ଚଢ଼ାଉ ଚଳାଇଥିବାବେଳେ ଆଲେକ୍ସ ନିଜ ସେଲ୍‌ଫୋନ୍‌ରେ ଏହାକୁ ରେକର୍ଡ କରିବାରୁ ତାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଗତ ୭ ତାରିଖରେ ଆପ୍ରବାସନ ଓ ସୀମାଶୁଳ୍କ ପ୍ରବର୍ତ୍ତନ ଅଧିକାରୀମାନେ ରେନୀ ଗୁଡ୍‌ ନାମକ ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା କରିଥିଲେ। ଏହି ଦ୍ୱୈତ ନଗରୀର ଜନସାଧାରଣ ଆପ୍ରବାସନ ଚଢ଼ାଉ ବିରୋଧରେ ଏକାଠି ହେବାକୁ ଓ ବନ୍ଦ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି। ବନ୍ଦ ପାଳନ ପାଇଁ ଅନେକ ବ୍ୟବସାୟୀ ସ୍ବତଃ ଘୋଷଣା କରିଛନ୍ତି। ଆରିଜୋନା ଏବଂ କଲରାଡୋରେ କେତେକ ସ୍କୁଲ୍‌ରେ କ୍ଲାସ୍‌ ବାତିଲ କରିଦେଇଛନ୍ତି। ମିଶିଗାନ୍‌ର କେତେକ ସ୍କୁଲରେ ଛାତ୍ରୀଛାତ୍ର କ୍ଲାସ୍‌ ପରିତ୍ୟାଗ କରି ଚାଲିଯାଇଥିଲେ। ଆନ୍ଦୋଳନରେ କେବଳ ଛାତ୍ରୀଛାତ୍ର ସାମିଲ ହୋଇନାହାନ୍ତି, ଶିକ୍ଷକମାନେ ମଧ୍ୟ ଏହାକୁ ସମର୍ଥନ ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri