ଟ୍ରମ୍ପ୍‌ଙ୍କ ଆପ୍ରବାସନ ନୀତି ବିରୋଧରେ ଦେଶବ୍ୟାପୀ ଧର୍ମଘଟ

ଓ୍ବାଶିଂଟନ,୩୧ା୧: ମିନିଆପଲିସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆପ୍ରବାସନ ଚଢ଼ାଉ ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ବିକ୍ଷୋଭକାରୀ ଆହ୍ବାନ ଦେଇଥିଲେ। ତଦନୁଯାୟୀ ଶୁକ୍ରବାରଠାରୁ ବିଭିନ୍ନ ଅଞ୍ଚଳରେ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଦୋକାନବଜାର ବନ୍ଦ ରହିଥିତ୍ବା ଦେଖାଯାଇଛି। ଇଣ୍ଟେନ୍‌ସିଭ୍‌ କେୟାର ନର୍ସ ଆଲେକ୍ସ ପ୍ରେଟ୍ଟି ହତ୍ୟା ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ବିକ୍ଷୋଭ ଜାରି ରହିଛି। ଆପ୍ରବାସନକୁ ନେଇ ସୀମାନ୍ତ ପାଟ୍ରୋଲ ଅଫିସରମାନେ ଚଢ଼ାଉ ଚଳାଇଥିବାବେଳେ ଆଲେକ୍ସ ନିଜ ସେଲ୍‌ଫୋନ୍‌ରେ ଏହାକୁ ରେକର୍ଡ କରିବାରୁ ତାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ଗତ ୭ ତାରିଖରେ ଆପ୍ରବାସନ ଓ ସୀମାଶୁଳ୍କ ପ୍ରବର୍ତ୍ତନ ଅଧିକାରୀମାନେ ରେନୀ ଗୁଡ୍‌ ନାମକ ବ୍ୟକ୍ତିଙ୍କୁ ଗୁଳିକରି ହତ୍ୟା କରିଥିଲେ। ଏହି ଦ୍ୱୈତ ନଗରୀର ଜନସାଧାରଣ ଆପ୍ରବାସନ ଚଢ଼ାଉ ବିରୋଧରେ ଏକାଠି ହେବାକୁ ଓ ବନ୍ଦ ପାଳନ କରିବାକୁ ଆହ୍ବାନ ଦେଇଛନ୍ତି। ବନ୍ଦ ପାଳନ ପାଇଁ ଅନେକ ବ୍ୟବସାୟୀ ସ୍ବତଃ ଘୋଷଣା କରିଛନ୍ତି। ଆରିଜୋନା ଏବଂ କଲରାଡୋରେ କେତେକ ସ୍କୁଲ୍‌ରେ କ୍ଲାସ୍‌ ବାତିଲ କରିଦେଇଛନ୍ତି। ମିଶିଗାନ୍‌ର କେତେକ ସ୍କୁଲରେ ଛାତ୍ରୀଛାତ୍ର କ୍ଲାସ୍‌ ପରିତ୍ୟାଗ କରି ଚାଲିଯାଇଥିଲେ। ଆନ୍ଦୋଳନରେ କେବଳ ଛାତ୍ରୀଛାତ୍ର ସାମିଲ ହୋଇନାହାନ୍ତି, ଶିକ୍ଷକମାନେ ମଧ୍ୟ ଏହାକୁ ସମର୍ଥନ ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri