Posted inଜାତୀୟ

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ ବର୍ବରତାର ପ୍ରତିବାଦରେ ଶୁକ୍ରବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ସିଜେପି ଗୁରୁବାର ଡାକରା ଦେଇଛି। ଏଥିରେ ବହୁସଂଖ୍ୟାରେ ସମର୍ଥକ, ଛାତ୍ର ସଂଗଠନ ଏବଂ ସିଭିଲ୍‌ ସୋସାଇଟି ଗ୍ରୁପ୍‌ ସାମିଲ ହେବାକୁ ନିବେଦନ କରାଯାଇଛି। ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଥିବା ଛାତ୍ରୀଛାତ୍ର ଓ ଅନ୍ୟମାନଙ୍କ ସମର୍ଥନରେ ପ୍ରତି ଜିଲାରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରାଯିିବ। ସିଜେପି ପକ୍ଷରୁ ସୋସିଆଲ ମିଡିଆରେ ଏକ ପୋଷ୍ଟର ଶେୟାର କରାଯାଇଛି। ଏଥିରେ ସାରା ଦେଶର ଜନସାଧାରଣଙ୍କୁ ବିକ୍ଷୋଭରେ ସାମିଲ ହେବାକୁ ନିବେଦନ କରାଯାଇଥିବାବେଳେ ‘ପ୍ରତି ଜିଲା, ଗୋଟିଏ ଦିନ, ଗୋଟିଏ ଦାବି’ ବୋଲି ଲେଖାଯାଇଛି। ବିକ୍ଷୋଭରେ ଭାଗନେବାକୁ ଥିବା ଲୋକମାନେ ନିର୍ଦ୍ଦିଷ୍ଟ ସ୍ଥାନରେ ଏକାଠି ହେବାକୁ ଓ ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ଦାବି ସମ୍ପର୍କରେ ଜାଣିବାକୁ ସିଜେପି କହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri