Posted inଜାତୀୟ

ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ହାଥ୍‌ରସରେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ ଜାରି ରହିଛି।
କୋଲକାତା ରାଲିରେ ଭାଜପା ବିରୋଧରେ ବର୍ଷିଲେ ମମତା
ଶନିବାର କୋଲକାତାରେ ଘଟଣାକୁ ନେଇ ଟିଏମ୍‌ସି ପକ୍ଷରୁ ବିକ୍ଷୋଭ ରାଲି କରାଯାଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ସମର୍ଥକମାନେ କୋଲକାତାର ବିର୍ଲା ପ୍ଲାନେଟାରିୟମ୍‌ଠାରୁ ଗାନ୍ଧୀ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ପଦଯାତ୍ରାରେ ବାହାରି ପ୍ରତିବାଦ କରିଥିଲେ। ମମତା ଭାଜପା ଓ ଯୋଗୀ ସରକାରଙ୍କୁ ସମାଲୋଚନା କରିବା ସହ ଦଳିତ ଭାଇ ଭଉଣୀଙ୍କ ସହ ଆମେ ଅଛୁ ବୋଲି କହିଛନ୍ତି। ଏକଚ୍ଛତ୍ରବାଦ ବିରୋଧରେ ସ୍ବର ଉଠାଯିବ ବୋଲି ରାଲିକୁ ସମ୍ବୋଧନ କରି ମମତା ପ୍ରକାଶ କରିଛନ୍ତି।
ମାୟାବତୀଙ୍କ ସିବିଆଇ ତଦନ୍ତ ଦାବି
ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣାରେ ବିଏସ୍‌ପି ଅଧ୍ୟକ୍ଷ ମାୟାବତୀ ସିବିଆଇ ତଦନ୍ତ ଲାଗି ଶନିବାର ଦାବି କରିଛନ୍ତି। ଏହା ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ବିଦାକରି ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରିକରିବା ଲାଗି ସେ ଦାବି କରିଥିଲେ। ପ୍ରାରମ୍ଭିକ ତଦନ୍ତ ରିପୋର୍ଟରେ ଲୋକମାନେ ସନ୍ତୁଷ୍ଟ ନ ଥିବାରୁ ଏହାର ତଦନ୍ତ ସିବିଆଇ କିମ୍ବା ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ କରାଗଲେ ସତ୍ୟ ଲୋକଲୋଚନକୁ ଆସିପାରିବ ବୋଲି ସେ ଟୁଇଟ୍‌ କରି କହିଛନ୍ତି।
ସ୍ମୃତି ଇରାନିଙ୍କ ଗାଡ଼ି ଅଟକାଇ କଂଗ୍ରେସର ବିକ୍ଷୋଭ
କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ବାରାଣସୀ ଯିବା ବାଟରେ କଂଗ୍ରେସ କର୍ମକର୍ତ୍ତାମାନେ ତାଙ୍କ ଗାଡ଼ି ଅଟକାଇ ବିକ୍ଷୋଭ କରିଛନ୍ତି। ହାଥ୍‌ରାସ ଗଣବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସେମାନେ ସରକାରୀ ବିରୋଧୀ ସ୍ଳୋଗାନ ଦେବା ସହ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଓ ମହିଳାଙ୍କୁ ସୁରକ୍ଷା ଦେବା ଲାଗି ଦାବି କରିଛନ୍ତି।
ପୁଣି ଯୁବତୀଙ୍କୁ ବଳାତ୍କାର
ଉତ୍ତରପ୍ରଦେଶର ବାଲିଆ ଅନ୍ତର୍ଗତ ସିକନ୍ଦରପୁର ଥାନା ଅଞ୍ଚଳରେ ଜଣେ ଯୁବତୀ (୧୫)ଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଶନିବାର ପୋଲିସ ସୂତ୍ରରୁ ଜଣାପଡ଼ିଛି। ପୀଡ଼ିତାଙ୍କୁ ରସ୍‌ରା ବସ୍‌ଷ୍ଟାଣ୍ଡ ନିକଟରୁ ଉଦ୍ଧାର କରାଯାଇ ଜିଲା ହସ୍ପିଟାଲକୁ ପଠାଯାଇଛି। ଏହି ଘଟଣାରେ ୨୩ ବର୍ଷୀୟ ଆସିଫ୍‌ଙ୍କୁ ଗିରଫ କରାଯାଇଥିବା ସିକନ୍ଦରପୁର ଏସ୍‌ଏଚ୍‌ଓ ଅମରଜିତ୍‌ ଯାଦବ ପ୍ରକାଶ କରିଛନ୍ତି। ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିବା ପ୍ରକାଶ।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri