ୟୁକ୍ରେନ୍‌ରେ ନାଟୋ ମୁଖ୍ୟ

କିଭ୍‌,୨୧ା୪: ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ୍‌ (ନାଟୋ) ମହାସଚିବ ଜେନ୍ସ ଷ୍ଟୋଲ୍‌ଟେନ୍‌ବର୍ଗ ଗୁରୁବାର ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ଗସ୍ତ କରି ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଭେଟିଛନ୍ତି। ୨୦୨୨ ଫେବୃୟାରୀ ୨୪ରେ ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପରେ ଏହା ହେଉଛି ନାଟୋ ମୁଖ୍ୟଙ୍କ ପ୍ରଥମ କିଭ୍‌ ଗସ୍ତ। ଏହି ଅବସରରେ ସେ ୟୁକ୍ରେନ୍‌ ପ୍ରତି ସାମରିକ ମେଣ୍ଟର ସମର୍ଥନକୁ ଦୋହରାଇଛନ୍ତି। ଯୁଦ୍ଧରେ ପ୍ରାଣ ହରାଇଥିବା ୟୁକ୍ରେନୀୟ ସୈନ୍ୟଙ୍କ ସମାଧିସ୍ଥଳରେ ଷ୍ଟୋଲ୍‌ଟେନ୍‌ବର୍ଗ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ କିଭ୍‌ର ମାଇକେଲ୍‌ ସ୍କୋୟାରରେ ରଖାଯାଇଥିବା ରୁଷୀୟ ସେନା ଯାନଗୁଡ଼ିକୁ ଦେଖିଛନ୍ତି। ତେବେ ସେ ନିଜ ଗସ୍ତ ସମ୍ପର୍କିତ ଲକ୍ଷ୍ୟ ନେଇ ତତ୍କାଳ କୌଣସି ଘୋଷଣା କରିନାହାନ୍ତି। ନାଟୋକୁ ନିଜର ପରମ ଶତ୍ରୁ ବିବେଚନା କରୁଥିବା ମସ୍କୋ ପକ୍ଷରୁ ମଧ୍ୟ ଗସ୍ତ ଉପରେ କୌଣସି ପ୍ରତିକ୍ରିୟା ଆସିନାହିଁ। ପ୍ରକାଶ ଯେ, ୧୯୯୧ରେ ୟୁକ୍ରେନ୍‌ ରୁଷିଆ ନେତୃତ୍ୱାଧୀନ ସୋଭିଏଟ୍‌ ସଂଘରୁ ଅଲଗା ହୋଇ ସ୍ବାଧୀନ ରାଷ୍ଟ୍ର ପାଲଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri