ୟୁକ୍ରେନକୁ ଏକେଲା ଛାଡିଦେଲା ନାଟୋ ଦେଶ, ଆମେରିକା-ବ୍ରିଟେନ, ୟୁରୋପୀୟ ୟୁନିୟନ ରୁଷିଆ ଉପରେ ଲଗାଇଲେ କଡା ପ୍ରତିବନ୍ଧକ

ୱାଶିଂଟନ,୨୫ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଥିବା ବେଳେ ରୁଷିଆ ଆମେରିକାର ସମସ୍ତ ଆର୍ଥିକ ପ୍ରତିବନ୍ଧକକୁ ଏକ ପ୍ରକାର ଅଣଦେଖା କରି ଦେଇଛି କହିଲେ ଚଲେ । ଆମେରିକା ପାଖରେ ବି ଏହାର କୌଣସି ବିକଳ୍ପ ନ ଥିବା ଆଲୋଚନା ହେଉଛି । ଏବେ ରୁଷିଆ ଓ ଆମେରିକା ମଧ୍ୟରେ ଚାଳିଥିବା ବିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଗଣମାଧ୍ୟମ ସାମ୍ନାକୁ ଆସିଛନ୍ତି । ବାଇଡେନ ରୁଷିଆର ୪ ବଡ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇବା ସହ ଅନ୍ୟ ଆର୍ଥିକ ପ୍ରତିବନ୍ଧକ ବି ଲଗାଇଛନ୍ତି ।
ରୁଷିଆ-ୟୁକ୍ରେନ ଯୁଦ୍ଧ ହୋଇଛି ସତ । ହେଲେ ଏଥିରେ କଷ୍ଟ ଆମେରିକାକୁ ହୋଇଥିବା ସ୍ପଷ୍ଟ ବାରି ହୋଇ ପଡିଛି । କାରଣ ଆମେରିକା ରୁଷିଆ ଉପରେ ଭିନ୍ନ ଭିନ୍ନ ପ୍ରତିବନ୍ଧକ ଲଗାଇଛି । ଏଥିରେ ଆମେରିକାର ସୁପର ପାୱାର ଛବିକୁ ପୁଟିନ ବଡ ଝଟ୍‌କା ଦେଇଥିବା କୁହାଯାଉଛି । ଗଣମାଧ୍ୟମ ସାମ୍ନାରେ ରୁଷିଆ ଉପରେ ନିଜର କ୍ରୋଧ ପ୍ରକାଶ କରି ବାଇଡେନ ଗୋଟିଏ ପରେ ଗୋଟିଏ ଆର୍ଥିକ ପ୍ରତିବନ୍ଧକ ଲଗାଇ ଦେଇଛନ୍ତି । ଏପଟେ ୟୁକ୍ରେନକୁ ଆମେରିକା ତା’ର ସେନା ପଠାଇବ ନାହିଁ ବୋଲି ମନା କରି ଦେଇଛି । ଅନ୍ୟପଟେ ନାଟୋ ଦେଶ ୟୁକ୍ରେନକୁ ସେନା ନ ପଠାଇ ଏକେଲା କରିଦେଇଛନ୍ତି । ଶୁକ୍ରବାର ନାଟୋ ଦେଶ ସହ ଆମେରିକା ବଡ ବୈଠକ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri