କୃଷି ଅର୍ଥନୀତିକୁ ବିଗାଡୁଛି ପ୍ରାକୃତିକ ବିପର୍ଯ୍ୟୟ

କେନ୍ଦ୍ରାପଡ଼ା ଅଫିସ,୨୫ା୭: କେନ୍ଦ୍ରାପଡ଼ା ଜିଲାରେ ଉର୍ବର ଭୂମି ସହ ଲୋକସମ୍ବଳ ଅଛି। ଏହାସତ୍ତ୍ୱେ କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାର ସାମାଜିକ ଓ ଅର୍ଥନୀତି ଦୁର୍ବଳ ରହୁଛି। ଏହାର ମୁଖ୍ୟ କାରଣ ବନ୍ୟା, ବାତ୍ୟା ପରି ପ୍ରାକୃିତକ ବିପର୍ଯ୍ୟୟର ଠିକ୍‌ ପରିଚାଳନା ହୋଇପାରୁନି। ସାମୁଦ୍ରିକ ଝଡ଼ ଓ ବନ୍ୟା କୃଷି ପାଇଁ ବିପତ୍ତି ହୋଇଛି। ଶସ୍ୟ ଉତ୍ପାଦନ ପାଇଁ ଜଳ ପରିଚାଳନାର ଯଥେଷ୍ଟ ଗୁରୁତ୍ୱ ରହିଛି। କୃଷକଙ୍କ ମେକ୍‌ ଇନ୍‌ ରୁରାଲ୍‌ କେନ୍ଦ୍ରାପଡ଼ାର ସ୍ବପ୍ନ ସରକାରୀ ଅସହଯୋଗ ପାଇଁ ପୂରଣ ହୋଇପାରୁନାହିଁ। ୨୦୧୫ ମସିହାରୁ ପରମ୍ପରାଗତ କୃଷି ବିକାଶ ଯୋଜନା କେନ୍ଦ୍ର ସରକାର ଆରମ୍ଭ କରିଥିବା ବେଳେ ଜିଲାକୁ ଅଦ୍ୟାବଧି ସାମିଲ କରାଯାଇପାରିନାହିଁ। କୃଷି ବିଶେଷଜ୍ଞଙ୍କ ଦ୍ୱାରା ଅନୁଧ୍ୟାନ କରି ସାମୂହିକ ଅର୍ଥକରୀ ଫସଲ ପାଇଁ ୫ ବର୍ଷିୟା ଖସଡ଼ା ପ୍ରସ୍ତୁତ ହୋଇପାରିଲେ ଚାଷୀ ସ୍ବାବଲମ୍ବୀ ହେବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ଓ ସାମାଜିକ କର୍ମୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ଜିଲା ଜନ ଅଧିକାର ମଞ୍ଚ ସଭାପତି ଭୁବନାନନ୍ଦ ଜେନା, ଜିଲା ଜନ ସୁରକ୍ଷାମଞ୍ଚ ସଭାପତି ଗଣେଶ ଚନ୍ଦ୍ର ସାମଲ, ସାମାଜିକ କର୍ମୀ ସଞ୍ଜୟ କୁମାର ବେହେରା, କ୍ଷୀତିଶ କୁମାର ସିଂହ ପ୍ରମୁଖ କହିଛନ୍ତି, ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ କୃଷି କ୍ଷେତ୍ରକୁ ନଷ୍ଟ କରୁଛି। ଏହି ସମୟରେ କୃଷି ପାଇଁ ଜଳ ପରିଚାଳନା ଏକ ମୁଖ୍ୟ ସମସ୍ୟା ହୋଇଛି। ଏହାର ନିରାକରଣ ସହ ମେକ୍‌ ଇନ୍‌ ଇଣ୍ଡିଆ, ମେକ୍‌ ଇନ୍‌ ଓଡ଼ିଶା ପରି ଜିଲା ଅର୍ଥନୀତିକୁ ସୁଦୃଢ଼ ପାଇଁ କୃଷିକ୍ଷେତ୍ରରେ ମେକ୍‌ ଇନ୍‌ ରୁରାଲ୍‌ କେନ୍ଦ୍ରାପଡ଼ା ଆହ୍ବାନ କାର୍ଯ୍ୟକାରୀ ହେବା କଥା। ଅଦ୍ୟାବଧି ସ୍ଥାନୀୟ ରାଜନେତା ଓ ପ୍ରଶାସକ ଏଥିପ୍ରତି ଧ୍ୟାନ ଦେଇନାହାନ୍ତି। ସାମ୍ପ୍ରତିକ ସମୟରେ ଜୈବିକ ଖାଦ୍ୟ ପ୍ରତି ଲୋକଙ୍କ ରୁଚି ବଢ଼ୁଛି। କେନ୍ଦ୍ର ସରକାର ମଧ୍ୟ ୨୦୧୫ ମସିହାରେ ଜୈବିକ ଚାଷକୁ ଗୁରୁତ୍ୱ ଦେଇ ନ୍ୟାଶନାଲ ମିଶନ ଅନ୍‌ ସଷ୍ଟନେବଲ ଏଗ୍ରିକଲ୍‌ଚର (ଏନ୍‌ଏମ୍‌ଏସ୍‌ଏ) ଅଧୀନରେ ପରମ୍ପରାଗତ କୃଷି ବିକାଶ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନା ଓଡ଼ିଶାର ଅନ୍ୟ ଜିଲାରେ କାର୍ଯ୍ୟକାରୀ ହୋଇଥିଲେ ମଧ୍ୟ କେନ୍ଦ୍ରାପଡା ବାଦ୍‌ ପଡ଼ିଛି। ଜିଲାରେ ୭ ନଦୀ ଓ ୨୭ ଶାଖାନାଳ ଅଛି। ପ୍ରତିବର୍ଷ ପ୍ରାୟ ୧୪୦୦ ମିଲିମିଟର ବର୍ଷା ହେଉଛି। ତେବେ ବର୍ଷା ଜଳ ସଂରକ୍ଷଣ ଓ ନଦୀ, ନାଳ ଜଳର ପରିଚାଳନା ଚାଷୀଙ୍କ ପାଇଁ ଆତଙ୍କ ସୃଷ୍ଟି କରୁଛି। ବର୍ଷାଦିନେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଥିବା ବେଳେ ଜଳସେଚନ ପାଇଁ ଜିଲାର ପ୍ରାୟ ୪୦ ହଜାର ହେକ୍ଟର ଜମି ପଡ଼ିଆ ପଡୁଛି। ଜିଲାର ୭୪୪ କି.ମି. ଲମ୍ବର ତଟବନ୍ଧ ଏବେ ଅସୁରକ୍ଷିତ। ସେହିପରି ବନ୍ୟା ଆସିଲେ ୪୫୫ ଗ୍ରାମରେ ବନ୍ୟାଜଳ ମାସାଧିକ କାଳ ଜମିରହୁଛି। ଏହା ବ୍ୟତୀତ ଜିଲାର ଚାଷୀ ଧାନଫସଲ ମଧ୍ୟରେ ସୀମିତ ରହୁଛନ୍ତି। ଫଳରେ ଆୟ କମୁଛି। ସାମୂହିକ ଭାବେ ଏକ ୫ ବର୍ଷିୟା ଅର୍ଥକରୀ ଫସଲ ପାଇଁ କୃଷି ଗବେଷକଙ୍କ ଏକ କମିଟି ଆବଶ୍ୟକ। ଜିଲାରେ ହେଉଥିବା ପ୍ରାକୃତିକ ବିପର୍ଯ୍ୟୟ, ଜଳ ସେଚନ ବ୍ୟବସ୍ଥା, ତାଲିମ ସହ ଅର୍ଥକରୀ ଫସଲର ଉତ୍ପାଦନ ଓ ବିକ୍ରିକୁ ନେଇ ସ୍ପଷ୍ଟ ମତପ୍ରକାଶ ପାଇଲେ ଜିଲାର କୃଷିଶିଳ୍ପକୁ ଆଗେଇ ନେଇହେବ। ସାମ୍ପ୍ରତିକ ସମୟରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦରମା ସହିତ ୮ ଏକର ଚାଷ କରୁଥିବା ଚାଷୀର ଆୟ ସମାନ ହେଉ ନ ଥିବାରୁ କୃଷି ପ୍ରତି ଆଗ୍ରହ ପ୍ରକାଶ ପାଉନାହିଁ। ଯୁବବର୍ଗ କୃଷି ଅପେକ୍ଷା କର୍ମନିଯୁକ୍ତି ପାଇଁ ଜିଲା ବାହାରକୁ ଯାଉଥିବାରୁ ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଜିଲା କୃଷି ବିଭାଗ ବୈଠକରେ ପାରମ୍ପରିକ ଚାଷକୁ ଗୁରୁତ୍ୱ ଦେବାକୁ ଆଲୋଚନା ହୋଇଛି। କୃଷି କ୍ଷେତ୍ରକୁ ସମୃଦ୍ଧ କରିବା ଲାଗି ହେଉଥିବା ଯୋଜନାର ତୃଣମୂଳସ୍ତରରେ କାର୍ଯ୍ୟକାରୀ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri