କୃଷି ଅର୍ଥନୀତିକୁ ବିଗାଡୁଛି ପ୍ରାକୃତିକ ବିପର୍ଯ୍ୟୟ

କେନ୍ଦ୍ରାପଡ଼ା ଅଫିସ,୨୫ା୭: କେନ୍ଦ୍ରାପଡ଼ା ଜିଲାରେ ଉର୍ବର ଭୂମି ସହ ଲୋକସମ୍ବଳ ଅଛି। ଏହାସତ୍ତ୍ୱେ କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାର ସାମାଜିକ ଓ ଅର୍ଥନୀତି ଦୁର୍ବଳ ରହୁଛି। ଏହାର ମୁଖ୍ୟ କାରଣ ବନ୍ୟା, ବାତ୍ୟା ପରି ପ୍ରାକୃିତକ ବିପର୍ଯ୍ୟୟର ଠିକ୍‌ ପରିଚାଳନା ହୋଇପାରୁନି। ସାମୁଦ୍ରିକ ଝଡ଼ ଓ ବନ୍ୟା କୃଷି ପାଇଁ ବିପତ୍ତି ହୋଇଛି। ଶସ୍ୟ ଉତ୍ପାଦନ ପାଇଁ ଜଳ ପରିଚାଳନାର ଯଥେଷ୍ଟ ଗୁରୁତ୍ୱ ରହିଛି। କୃଷକଙ୍କ ମେକ୍‌ ଇନ୍‌ ରୁରାଲ୍‌ କେନ୍ଦ୍ରାପଡ଼ାର ସ୍ବପ୍ନ ସରକାରୀ ଅସହଯୋଗ ପାଇଁ ପୂରଣ ହୋଇପାରୁନାହିଁ। ୨୦୧୫ ମସିହାରୁ ପରମ୍ପରାଗତ କୃଷି ବିକାଶ ଯୋଜନା କେନ୍ଦ୍ର ସରକାର ଆରମ୍ଭ କରିଥିବା ବେଳେ ଜିଲାକୁ ଅଦ୍ୟାବଧି ସାମିଲ କରାଯାଇପାରିନାହିଁ। କୃଷି ବିଶେଷଜ୍ଞଙ୍କ ଦ୍ୱାରା ଅନୁଧ୍ୟାନ କରି ସାମୂହିକ ଅର୍ଥକରୀ ଫସଲ ପାଇଁ ୫ ବର୍ଷିୟା ଖସଡ଼ା ପ୍ରସ୍ତୁତ ହୋଇପାରିଲେ ଚାଷୀ ସ୍ବାବଲମ୍ବୀ ହେବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ଓ ସାମାଜିକ କର୍ମୀ ମତ ଦେଇଛନ୍ତି।
ଏ ସମ୍ପର୍କରେ ଜିଲା ଜନ ଅଧିକାର ମଞ୍ଚ ସଭାପତି ଭୁବନାନନ୍ଦ ଜେନା, ଜିଲା ଜନ ସୁରକ୍ଷାମଞ୍ଚ ସଭାପତି ଗଣେଶ ଚନ୍ଦ୍ର ସାମଲ, ସାମାଜିକ କର୍ମୀ ସଞ୍ଜୟ କୁମାର ବେହେରା, କ୍ଷୀତିଶ କୁମାର ସିଂହ ପ୍ରମୁଖ କହିଛନ୍ତି, ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ କୃଷି କ୍ଷେତ୍ରକୁ ନଷ୍ଟ କରୁଛି। ଏହି ସମୟରେ କୃଷି ପାଇଁ ଜଳ ପରିଚାଳନା ଏକ ମୁଖ୍ୟ ସମସ୍ୟା ହୋଇଛି। ଏହାର ନିରାକରଣ ସହ ମେକ୍‌ ଇନ୍‌ ଇଣ୍ଡିଆ, ମେକ୍‌ ଇନ୍‌ ଓଡ଼ିଶା ପରି ଜିଲା ଅର୍ଥନୀତିକୁ ସୁଦୃଢ଼ ପାଇଁ କୃଷିକ୍ଷେତ୍ରରେ ମେକ୍‌ ଇନ୍‌ ରୁରାଲ୍‌ କେନ୍ଦ୍ରାପଡ଼ା ଆହ୍ବାନ କାର୍ଯ୍ୟକାରୀ ହେବା କଥା। ଅଦ୍ୟାବଧି ସ୍ଥାନୀୟ ରାଜନେତା ଓ ପ୍ରଶାସକ ଏଥିପ୍ରତି ଧ୍ୟାନ ଦେଇନାହାନ୍ତି। ସାମ୍ପ୍ରତିକ ସମୟରେ ଜୈବିକ ଖାଦ୍ୟ ପ୍ରତି ଲୋକଙ୍କ ରୁଚି ବଢ଼ୁଛି। କେନ୍ଦ୍ର ସରକାର ମଧ୍ୟ ୨୦୧୫ ମସିହାରେ ଜୈବିକ ଚାଷକୁ ଗୁରୁତ୍ୱ ଦେଇ ନ୍ୟାଶନାଲ ମିଶନ ଅନ୍‌ ସଷ୍ଟନେବଲ ଏଗ୍ରିକଲ୍‌ଚର (ଏନ୍‌ଏମ୍‌ଏସ୍‌ଏ) ଅଧୀନରେ ପରମ୍ପରାଗତ କୃଷି ବିକାଶ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନା ଓଡ଼ିଶାର ଅନ୍ୟ ଜିଲାରେ କାର୍ଯ୍ୟକାରୀ ହୋଇଥିଲେ ମଧ୍ୟ କେନ୍ଦ୍ରାପଡା ବାଦ୍‌ ପଡ଼ିଛି। ଜିଲାରେ ୭ ନଦୀ ଓ ୨୭ ଶାଖାନାଳ ଅଛି। ପ୍ରତିବର୍ଷ ପ୍ରାୟ ୧୪୦୦ ମିଲିମିଟର ବର୍ଷା ହେଉଛି। ତେବେ ବର୍ଷା ଜଳ ସଂରକ୍ଷଣ ଓ ନଦୀ, ନାଳ ଜଳର ପରିଚାଳନା ଚାଷୀଙ୍କ ପାଇଁ ଆତଙ୍କ ସୃଷ୍ଟି କରୁଛି। ବର୍ଷାଦିନେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଥିବା ବେଳେ ଜଳସେଚନ ପାଇଁ ଜିଲାର ପ୍ରାୟ ୪୦ ହଜାର ହେକ୍ଟର ଜମି ପଡ଼ିଆ ପଡୁଛି। ଜିଲାର ୭୪୪ କି.ମି. ଲମ୍ବର ତଟବନ୍ଧ ଏବେ ଅସୁରକ୍ଷିତ। ସେହିପରି ବନ୍ୟା ଆସିଲେ ୪୫୫ ଗ୍ରାମରେ ବନ୍ୟାଜଳ ମାସାଧିକ କାଳ ଜମିରହୁଛି। ଏହା ବ୍ୟତୀତ ଜିଲାର ଚାଷୀ ଧାନଫସଲ ମଧ୍ୟରେ ସୀମିତ ରହୁଛନ୍ତି। ଫଳରେ ଆୟ କମୁଛି। ସାମୂହିକ ଭାବେ ଏକ ୫ ବର୍ଷିୟା ଅର୍ଥକରୀ ଫସଲ ପାଇଁ କୃଷି ଗବେଷକଙ୍କ ଏକ କମିଟି ଆବଶ୍ୟକ। ଜିଲାରେ ହେଉଥିବା ପ୍ରାକୃତିକ ବିପର୍ଯ୍ୟୟ, ଜଳ ସେଚନ ବ୍ୟବସ୍ଥା, ତାଲିମ ସହ ଅର୍ଥକରୀ ଫସଲର ଉତ୍ପାଦନ ଓ ବିକ୍ରିକୁ ନେଇ ସ୍ପଷ୍ଟ ମତପ୍ରକାଶ ପାଇଲେ ଜିଲାର କୃଷିଶିଳ୍ପକୁ ଆଗେଇ ନେଇହେବ। ସାମ୍ପ୍ରତିକ ସମୟରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦରମା ସହିତ ୮ ଏକର ଚାଷ କରୁଥିବା ଚାଷୀର ଆୟ ସମାନ ହେଉ ନ ଥିବାରୁ କୃଷି ପ୍ରତି ଆଗ୍ରହ ପ୍ରକାଶ ପାଉନାହିଁ। ଯୁବବର୍ଗ କୃଷି ଅପେକ୍ଷା କର୍ମନିଯୁକ୍ତି ପାଇଁ ଜିଲା ବାହାରକୁ ଯାଉଥିବାରୁ ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଜିଲା କୃଷି ବିଭାଗ ବୈଠକରେ ପାରମ୍ପରିକ ଚାଷକୁ ଗୁରୁତ୍ୱ ଦେବାକୁ ଆଲୋଚନା ହୋଇଛି। କୃଷି କ୍ଷେତ୍ରକୁ ସମୃଦ୍ଧ କରିବା ଲାଗି ହେଉଥିବା ଯୋଜନାର ତୃଣମୂଳସ୍ତରରେ କାର୍ଯ୍ୟକାରୀ ପ୍ରକ୍ରିୟା ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri