ଲିବ୍ୟାରେ ପ୍ରକୃତିର ତାଣ୍ଡବ: ୩୦୦୦ରୁ ଅଧିକ ମୃତ, ଉଦ୍ଧାରକାରୀଙ୍କ ମଧ୍ୟରୁ ୧୨୩ନିଖୋଜ

ଟ୍ରିପୋଲି,୧୨।୯: ଲିବ୍ୟା ପ୍ରାକୃତିକ ବିପର୍ଯ୍ୟୟରେ ଧ୍ୱଂସ ବିଧ୍ୱଂସ ହୋଇଯାଇଛି। ଭୟଙ୍କର ଝଡ ଓ ବନ୍ୟାରେ ସାରା ଦେଶ ମାଟି କାମୁଡି ପଡିଛି। ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ୩୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ବିଭିନ୍ନ ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୭ ରୁ ୧୦ ହଜାର ଲୋକ ନିଖୋଜ ଅଛନ୍ତି। ଏଯାଏଁ କେବଳ ୭୦୦ଟି ଶବ ଚିହ୍ନଟ ହୋଇପାରିଛି।

ପରିସ୍ଥିତି ଏପରି ସଙ୍ଗୀନ ହୋଇପଡିଛି କି, ଉଦ୍ଧାର କାର୍ଯ୍ୟରେ ନିୟୋଜିତ ୧୨୩ ସୈନିକ ନିଖୋଜ ଅଛନ୍ତି। ୧୨ ସୈନିକଙ୍କ ମୃତହେଦ ମିଳିଛି। ଦେଶର ବିମାନବନ୍ଦରଗୁଡ଼ିକରେ କୌଣସି ଭାରୀ କିମ୍ବା ମାଲବାହୀ ବିମାନ ଅବତରଣ କରିବାରେ ସକ୍ଷମ ନୁହନ୍ତି। ତେଣୁ ସେଠାରେ ସାହାଯ୍ୟ ଯୋଗାଇବା କଷ୍ଟକର ହୋଇପଡିଛି। ବେଙ୍ଗହାଜି ସହରର ଏକ ଚିତ୍ର ଲିବ୍ୟା ସରକାର ପୋଷ୍ଟ କରିଛନ୍ତି। ବନ୍ୟା ଯୋଗୁଁ ଏହି ସହରରେ ୨୮୩ଟି କୋଠା ଭୁଶୁଡି ପଡିଛି। କେବଳ ଏଠାରେ ହିଁ ୧୪୭ଜଣଙ୍କର ମୃତ୍ୟୁ ହୋଇଛି।

‘ଦି ଗାର୍ଡିଆନ’ ଏବଂ ‘ଅଲ ଆରବ ମନିଟର’ର ରିପୋର୍ଟ ଅନୁଯାୟୀ, ଲିବ୍ୟାର ପୂର୍ବ ଭାଗରେ ସ୍ଥିତି ନିୟନ୍ତ୍ରଣରେ ନାହିଁ । ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ୩୦୦ ରୁ ୭୦୦କୁ ବୃଦ୍ଧି ପାଇଛି। ସୋମବାର ଓ ମଙ୍ଗଳବାର ମଧ୍ୟରେ ନିଖୋଜ ଲୋକଙ୍କ ସଂଖ୍ୟା ମଧ୍ୟ ୨୦୦ ରୁ ୧୦ ହଜାରକୁ ବୃଦ୍ଧି ପାଇଛି ।

ସ୍ବାସ୍ଥ୍ୟମନ୍ତ୍ରୀ ଅବଦୁଲ ଜଲିଲ କହିଛନ୍ତି, ମୃତ୍ୟୁ ସଂଖ୍ୟା ୩ ହଜାରରୁ ଅଧିକ ରହିଛି।  ବର୍ତ୍ତମାନ ଆମେ ମୃତ୍ୟୁସଂଖ୍ୟାକୁ ୩ହଜାର ବୋଲି ବିଚାର କରୁଛୁ, କିନ୍ତୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ସଂଖ୍ୟା ୧୦ ହଜାର ପର୍ଯ୍ୟନ୍ତ ମଧ୍ୟ ଯାଇପାରେ। ଏହା ବ୍ୟତୀତ ଏକ ଲକ୍ଷରୁ ଅଧିକ ଲୋକ ନିଖୋଜ ଥିବା ଆଶଙ୍କା କରାଯାଉଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri