‘ପ୍ରାକୃତିକ ବନାମ କୃତ୍ରିମ କୋମା’

ଭୁବନେଶ୍ୱର,୨୧।୪: ଜି-୨୦ ପରିପ୍ରେକ୍ଷୀରେ ଆଇସିଏମ୍‌ଆର୍‌ ଆଞ୍ଚଳିକ ଭେଷଜ ଅନୁସନ୍ଧାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ହାଇଟେକ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଭୁବନେଶ୍ୱରଠାରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ‘ପ୍ରାକୃତିକ ବନାମ କୃତ୍ରିମ କୋମା’ ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନଚକ୍ର ଆୟୋଜିତ ହୋଇଥିଲା। ବିଶେଷକରି ଜି-୨୦ ଜନ ଭାଗୀଦାରି କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଏଭଳି ଏକ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଶିକ୍ଷା କ୍ଷେତ୍ରର ଆଲୋଚନା ପାଇଁ ସ୍ବତନ୍ତ୍ର ଅନୁଷ୍ଠାନ ଦ୍ୱାରା ପରିଚାଳିତ ଉକ୍ତ କାର୍ଯ୍ୟକ୍ରମକୁ ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସିର ଗବେଷକ ଡ. ମହେଶ ଚନ୍ଦ୍ର ସାହୁ ଏବଂ ଡ. ତନ୍‌ବୀର ରେହମାନ ଆୟୋଜନ କରିଥିଲେ। ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର କମ୍ୟୁନିଟି ମେଡିସିନ ବିଭାଗର ପ୍ରଫେସର ଡା. ଲିସା ଷଡ଼ଙ୍ଗୀ ଅତିଥି ତଥା ବକ୍ତାମାନଙ୍କୁ ପରିଚିତ କରାଇଥିଲେ। କ୍ରମେ ଆର୍‌ଏମ୍‌ଆର୍‌ସି ଭୁବନେଶ୍ୱରର ନିର୍ଦ୍ଦେଶିକା ଡ. ସଂଘମିତ୍ରା ପତି ଭାରତର ଜି-୨୦ ଜନଭାଗୀଦରି ବିଷୟବସ୍ତୁ ଏବଂ ସେମିନାରର ଗୁରୁତ୍ୱ ଉପରେ ଉଦ୍‌ବୋଧନ ଦେଇଥିଲେ। ଏହାପରେ ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଫେସର ଡା. ଅକ୍ଷୟ କୁମାର ସାମଲ ସମସ୍ତ ଅତିଥିଙ୍କୁ ସ୍ବାଗତ ଜଣାଇ ବସୁଧୈବ କୁଟୁମ୍ବକମ୍‌ ବିଷୟରେ ବିସ୍ତୃତ ବର୍ଣ୍ଣନା କରିଥିଲେ। ଆଇଏମ୍‌ଏସ୍‌ ଓ ସମ୍‌ ହସ୍ପିଟାଲର ଡିନ୍‌ ଡା.ସଂଘମିତ୍ରା ମିଶ୍ର ଉକ୍ତ ଆଲୋଚ଼ନାଚ଼କ୍ରରେ ଅଧ୍ୟକ୍ଷତା କରିଥିଲେ। ଅପରପକ୍ଷରେ କର୍ମଶାଳାର ପ୍ରଥମ ଅଧିବେଶନରେ ଆଇଏମ୍‌ଏସ୍‌ ଓ ସମ୍‌ ହସ୍ପିଟାଲର ନ୍ୟୁରୋ ମେଡିସିନ ବିଭାଗର ପ୍ରଫେସର ଓ ବିଭାଗୀୟ ମୁଖ୍ୟ ଡା. ଶ୍ରୀକାନ୍ତ ସାହୁ କୋମାର ପ୍ରତ୍ୟାବର୍ତ୍ତନୀୟ କାରଣ ଗୁଡିକ ଯାଞ୍ଚ କରିବା ଜରୁରୀ ଏବଂ କୋମାରେ ଥିବା ରୋଗୀଙ୍କର କ୍ଲିନିକାଲ ହିଷ୍ଟ୍ରିର ଗୁରୁତ୍ୱ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି କର୍ମଶାଳାର୨ୟ ଅଧିବେଶନରେ ଅନୁଷ୍ଠାନର ଶ୍ୱାସରୋଗ ବିଭାଗର ପ୍ରଫେସର ତଥା ବିଭାଗୀୟ ମୁଖ୍ୟ ଡା. ଶରତ କୁମାର ବେହେରା କୋମା ବିଷୟ ଅନ୍ତର୍ଗତ ବିଭିନ୍ନ ଶବ୍ଦ ଓ ସଂଜ୍ଞା ଏବଂ କୋମା ରୋଗୀର ଚିକିତ୍ସା କରିବା ପାଇଁ ଭିନ୍ନ ଭିନ୍ନ କ୍ଲିନିକାଲ ଆଭିମୁଖ୍ୟ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri