ପରିସ୍ଥିତି ସ୍ବାଭାବିକ କର: ସୁରେଶ ପୂଜାରୀ

ସମ୍ବଲପୁର,୨୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ହୋଇଥିବା ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ। ଓକିଲମାନେ ଜେଲ ଭିତରେ ଥିବାରୁ କୋର୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। ଶୀଘ୍ର ଗିରଫ ଓକିଲମାନଙ୍କ ଜାମିନ ପ୍ରକ୍ରିୟା ତ୍ୱରାନ୍ବିତ କରାଯିବା ସହ ପରିସ୍ଥିତି ସ୍ବାଭାବିକ କରିବାକୁ ପଦକ୍ଷେପ ଗ୍ରହଣ କରାଯାଉ। ରାଜ୍ୟ ସରକାରଙ୍କ ଅବହେଳା ଯୋଗୁ ଆଜି ସମ୍ବଲପୁରବାସୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗିରଫ ଓକିଲମାନଙ୍କ ମଧ୍ୟରୁ ୧୨ଜଣଙ୍କୁ ପୋଲିସ ମାଡ଼ ମାରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଛି। କୋର୍ଟରେ ଯେଉଁସବୁ ଘଟଣା ଘଟିଲା ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ତଦନ୍ତ କରାଗଲେ ହୋଇଥିବା ଚକ୍ରାନ୍ତ ପଦାକୁ ଆସିବ ବୋଲି ମଙ୍ଗଳବାର ସମ୍ବଲପୁର ଗସ୍ତରେ ଆସିଥିବା ଭାଜପା ଟିମ୍‌ ସଦସ୍ୟ ବରଗଡ ଏମ୍‌ପି ସୁରେଶ ପୂଜାରୀ କହିଛନ୍ତି।
ସେ ଆହୁରି କହିଥିଲେ, ଦୀର୍ଘ ୧୫ଦିନ ହେଲା କୋର୍ଟ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ସାଧାରଣ ଲୋକମାନେ ହଇରାଣ ହେଉଛନ୍ତି। ବାରମ୍ବାର କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ରିପୋର୍ଟ ମାଗୁଛନ୍ତି। ହେଲେ ରାଜ୍ୟ ସରକାର ଆଜି ପର୍ଯ୍ୟନ୍ତ ପ୍ରଦାନ କରୁନାହାନ୍ତି ା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପଶ୍ଚିମ ଓଡ଼ିଶାର ଜନତାଙ୍କ ଦାବି। ତେଣୁ ସରକାର ଶୀଘ୍ର ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଏମ୍‌ପି ପୂଜାରୀ ଦାବି କରିଥିଲେ। ପ୍ରତିନିଧି ଦଳରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ରେଙ୍ଗାଲି ବିଧାୟକ ନାଉରୀ ନାଏକ, ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ସାମିଲ ଥିଲେ। ଏମାନେ ପ୍ରଥମେ ଜେଲ ଭିତରେ ଗିରଫ ଓକିଲଙ୍କୁ ଭେଟିଥିଲେ। ପରେ ବିଚାରପତି, ଜିଲା ଓକିଲ ସଂଘ ସଦସ୍ୟ, ନାଗରିକ କ୍ରିୟାନୁଷ୍ଠାନ କମିଟି ସଦସ୍ୟ, ପୋଲିସ ଅଧିକାରୀଙ୍କୁ ଭେଟିଥିଲେ। ପ୍ରତିନିଧି ଦଳ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସମ୍ମିଳନୀ କକ୍ଷରେ ଆର୍‌ଡିସି ଡ. ସୁରେଶ ଚନ୍ଦ୍ର ଦଳେଇ, ଜିଲାପାଳ ଅନନ୍ୟା ଦାସ, ଉତ୍ତରାଞ୍ଚଳ ପୋଲିସ ଆଇଜି ଡ. ଦୀପକ କୁମାର, ସମ୍ବଲପୁର ଏସ୍‌ପି ବାତୁଳା ଗଙ୍ଗାଧରଙ୍କ ସହ ଆଲୋଚନା କରିଥିଲେ। ସର୍କିଟ ହାଉସଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରତିନିଧି ଦଳଙ୍କ ସମେତ ସମ୍ବଲପୁର ଭାଜପା ସଭାପତି ଗିରିଶ ପଟେଲ, ଝାରସୁଗୁଡ଼ା ସଭାପତି ମଙ୍ଗଳ ସାହୁ, ବରଗଡ଼ ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ, ରାଜ୍ୟ ସମ୍ପାଦକ ସୀମାଞ୍ଚଳ ଖଟେଇ ଓ ଟଙ୍କଧର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଥିଲା। କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଘଟଣାରେ ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରି ରାଜ୍ୟ ସରକାର ଓ ରାଜ୍ୟ ପୋଲିସକୁ ଦାୟୀ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ ଏହି ଘଟଣାରେ ୩୯ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୩୦ ଓକିଲ, ୮ କିନ୍ନର ଓ ଜଣେ ସାଧାରଣ ଲୋକ ରହିଛନ୍ତି। ଏସ୍‌ଡିଜେଏମ୍‌ ଓ ଜିଲାଜଜ୍‌ କୋର୍ଟରେ ଦୁଇଥର ଜାମିନ ଆବେଦନ ଖାରଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?