ସ୍ବାଭାବିକ ହେଉଛି ଯୋଡ଼ା ସହର

ଯୋଡ଼ା,୧୬।୪(ଡି.ଏନ.ଏ.) ରାମଝଣ୍ଡା ସ୍ଥାପନକୁ ନେଇ ଅଶାନ୍ତ ହୋଇ ପଡ଼ିଥିବା କେନ୍ଦୁଝର ଜିଲା ଯୋଡ଼ା ସହର ଧିରେ ଧିରେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି। ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିତ୍ବା ୧୪୪ ସାମୟିକ କୋହଳ କରାଯାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ର କିଣାବିକା ପାଇଁ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ କଟକଣା କୋହଳ କରାଯାଇଥିଲା। ତେବେ ଶନିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ୧୪୪ ଧାରା ସମ୍ପୂର୍ଣ୍ଣ ବଳବତ୍ତର ରହିବ ବୋଲି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସୂଚନା ଦିଆଯାଇଛି। ପରିସ୍ଥିତି ଦେଖି ଶନିବାର ପୁଣି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯିବ ବୋଲି ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରୀତିମୟ କହିଛନ୍ତି। ସହରରୁ ସମ୍ପୂର୍ଣ୍ଣ ୧୪୪ଧାରା କୋହଳ ଉପରେ ସୋମବାର ନିଷ୍ପତ୍ତି ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ୧୪୪ ଧାରା କୋହଳ ହେବା ପରେ ବଜାରରେ ଛୋଟ ବଡ଼ ବ୍ୟବସାୟୀମାନେ ଦୋକାନ ଖୋଲିଥିବା ଦେଖିବାକୁ ମିଳିଛି। ପ୍ରଶାସନିକ ତତ୍ପରତା ଏବଂ କେନ୍ଦୁଝର ଏସ୍‌ପିଙ୍କ ତ୍ୱରିତ ପଦକ୍ଷେପ ଯୋଗୁୁ ସହରରେ ସ୍ଥିତାବସ୍ଥା ପୁନର୍ବାର ଫେରି ଆସିଥିଲେ ହେଁ ପ୍ରଶାସନ ଏଥିପ୍ରତି ତୀକ୍ଷ୍‌ଣ ନଜର ରଖିଛି। ଲୋକେ ଘରୁ ବାହାରି ଅତ୍ୟାବଶ୍ୟକ ଜିନିଷ କିଣାକିଣି କରୁଛନ୍ତି। ଅନ୍ୟପକ୍ଷରେ ଶାନ୍ତି ବଜାୟ ରଖିବା ପାଇଁ ସହରର ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ କରାଯାଇଛି। ବନ୍ଦ ଥିବା ଇଣ୍ଟରନେଟ ସେବାକୁ ସକ୍ରିୟ କରଯାଇଛି। ୨ ଦିନ ଇଣ୍ଟରନେଟ ସେବା ବନ୍ଦ ରହିବା ଫଳରେ ଖଣିଜ ପରିବହନରେ ବ୍ୟବହାର ହେଉଥିବା ଆଇ ଥ୍ରୀ ଏମ୍‌ଏସ୍‌ ପ୍ରଯୁକ୍ତି ବିଦ୍ୟା ଅଚଳ ହୋଇପଡ଼ିଥିଲା। ଫଳରେ ଖଣିଜ ପରିବହନରେ ଘୋର ଅସୁବିଧା ସୃଷ୍ଟି ହୋଇଥିଲା। ଏହାଦ୍ବାରା ଯୋଡ଼ା ଖଣି ମଣ୍ଡଳରେ ବ୍ୟାପକ ରାଜସ୍ବହାନି ହୋଇଥିଲା। ସେହିପରି ବ୍ୟାଙ୍କ ବନ୍ଦ ରହିବା ଯୋଗୁ ଟଙ୍କା ନେଣ ଦେଣରେ ମଧ୍ୟ ବ୍ୟାପକ ଅସୁବିଧା ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ ରାମନବମୀ ଦିନ ରାମଝଣ୍ଡା ସ୍ଥାପନକୁ ନେଇ ଦୁଇ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟି ସହରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri