Posted inଜାତୀୟ

ପ୍ରକୃତିର ତାଣ୍ଡବ, ବାଦଲ ଫଟା ବର୍ଷାରେ ଧୋଇଗଲା ଅନେକ ଘର

କଠୁଆ,୧୭।୮: ପ୍ରତିବର୍ଷ ମୌସୁମୀ ଋତୁ ପାହାଡିଆ ରାଜ୍ୟଗୁଡ଼ିକ ପାଇଁ ବିପର୍ଯ୍ୟୟ ଆଣିଥାଏ। ଏଥର ମଧ୍ୟ ମୌସୁମୀ ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ତାଣ୍ଡବ ରଚିଛି। ଜମ୍ମୁ-କା=ଶ୍ମୀରର କିସ୍ତୱାରରେ ବାଦଲ ଫଟା ଘଟଣା ପରେ ହଠାତ ବନ୍ୟାରେ ଏପର୍ଯ୍ୟନ୍ତ ୬୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଉକ୍ତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅନ୍ୟପକ୍ଷରେ, କଠୁଆରେ ମଧ୍ୟ ବାଦଲ ଫାଟିବା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। କୁହାଯାଉଛି ଯେ କଠୁଆରେ ବାଦଲ ଫଟା ବର୍ଷାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଘର ଧ୍ୱଂସହୋଇଯାଇଛି।
କଠୁଆର ଡେପୁଟି କମିଶନର ରାଜେଶ ଶର୍ମା କହିଛନ୍ତି ଯେ କଠୁଆର ଯୋଧ ଗାଁରେ ହଠାତ ବନ୍ୟା ଏବଂ ଭୂସ୍ଖଳନ ହୋଇଛି। ଭୂସ୍ଖଳନ ଦ୍ୱାରା ୨-୩ ଘର ପ୍ରଭାବିତ ହୋଇଛି। ୬ ଜଣ ଫସି ରହିଥିବା ସୂଚନା ମିଳିଛି; ଉଦ୍ଧାର କାର୍ଯ୍ୟ ଚାଲିଛି। ପ୍ରବଳ ବର୍ଷା ଯୋଗୁ କିଛି ରାସ୍ତା ମଧ୍ୟ ଧୋଇ ଯାଇଛି।
ଅନ୍ୟପକ୍ଷରେ, କିସ୍ତୱାରରେ ହଠାତ ବନ୍ୟାରେ ଏପର୍ଯ୍ୟନ୍ତ ୬୦୨ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ ହୋଇଛି। ସେହି ସମୟରେ, ଜମ୍ମୁ ଓ କଶ୍ମୀରର ସରକାରୀ ମେଡିକାଲ କଲେଜ (GMC) ଏବଂ ହସ୍ପିଟାଲରେ କିସ୍ତୱାର ବିପର୍ଯ୍ୟୟରେ ଗୁରୁତର ଆହତ ୨୫ ଜଣଙ୍କ ଉପରେ ବଡ଼ ଅସ୍ତ୍ରୋପଚାର କରାଯାଇଛି। ସୂଚନାଯୋଗ୍ୟ, ୧୪ ଅଗଷ୍ଟ ରାତିରେ ୬୬ ଜଣ ଗୁରୁତର ଆହତ ରୋଗୀଙ୍କୁ ଜିଏମସି ଜମ୍ମୁକୁ ଅଣାଯାଇଥିଲା। ସେହି ରାତିରେ ୨୫ ଜଣଙ୍କ ଉପରେ ବଡ଼ ଅସ୍ତ୍ରୋପଚାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri