Posted inଜାତୀୟ

ଗାନ୍ଧୀ ପରିବାର ନିଜକୁ ତିସମାର ଖାନ୍ ଭାବୁଛନ୍ତି: ନଟୱର ସିଂ

ନୂଆଦିଲ୍ଲୀ,୧ ।୧୦: କଂଗ୍ରେସର ଅସନ୍ତୁଷ୍ଟ ଜି-୨୩ ସଦସ୍ୟଙ୍କ ମଧ୍ୟରୁ ମନିଷ ତିୱାରୀ ଓ କପିଲ ସିବଲଙ୍କ ପରେ ଏବେ ପୂର୍ବତନ ବୈଦେଶିକମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନଟୱର ସିଂ ବି ଗାନ୍ଧୀ ପରିବାର ଉପରେ ଖୁବ୍ ବର୍ଷିଛନ୍ତି । ପଞ୍ଜାବ କଂଗ୍ରେସର କଳହକୁ ଦେଖି ଶେଷରେ ନଟୱର ସିଂ କହିଛନ୍ତି ଗାନ୍ଧୀ ପରିବାର ନିଜକୁ ତିସମାର ଖାନ୍ ଭାବୁଛନ୍ତି । ପଞ୍ଜାବର ରାଜନୈତିକ ସଙ୍କଟ ଓ ଆଗାମୀ ୫ ରାଜ୍ୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନକୁ ନେଇ ଏକ ପ୍ରଶ୍ନର ଉତ୍ତରରେ ନଟୱର ସିଂ କହିଛନ୍ତି ଏମାନଙ୍କ କଥା କେହି ଶୁଣିବେ ନାହିଁ । ଏମାନଙ୍କୁ ପରାମର୍ଶ ଦେବାକୁ ବି କେହି ନାହିଁ । ତେବେ ଏସବୁ ସମସ୍ୟାର ମୂଳ କଂଗ୍ରେସ ହାଇକମାଣ୍ଡ ବୋଲି ସେ କହିଛନ୍ତି । ସେ କହିଛନ୍ତି ହାଇକମାଣ୍ଡ ୩ ଜଣ ଏମାନଙ୍କ ବ୍ୟତୀତ ଆଉ କାହା କଥା ଏଠି କାମ କରେନାହିଁ । ଯେ ପର୍ଯ୍ୟନ୍ତ ଏମାନେ ଜୀବିତ ଅଛନ୍ତି ସେପର୍ଯ୍ୟନ୍ତ ଏଠି କାହା କଥା କାମ କରିବ ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଯେ ମୋତେ ଲାଗୁନି କଂଗ୍ରେସ କୌଣସି ବି ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ହରାଇ ପାରିବ । କିନ୍ତୁ କଂଗ୍ରେସ ସବୁଠାରୁ ପୁରୁଣା ଦଳ ଭାବେ ଭାଜପାକୁ ହରାଇବା ଆମର ଟାର୍ଗେଟ ରହିବା କଥା । ହେଲେ ଏମିତି ହେବ ନାହିଁ । କାରଣ ଏମାନଙ୍କ କଥା କେହି ଶୁଣିବେ ନାହିଁ । ଗୁଲାମ ନବି ଆଜାଦ ଓ ଅନ୍ୟମାନେ ୱାର୍କିଂ କମିଟିର ବୈଠକ ଡାକିଲେ ହେଲେ ଏପର୍ଯ୍ୟନ୍ତ ଏହା ହେଲା ନାହିଁ ବୋଲି ସେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri