ଟଙ୍କା ମୁଣି ଧରି ବୁଲୁଛନ୍ତି ନବ ଦାସ: ଧର୍ମେନ୍ଦ୍ର

ପାଇକମାଳ, ୩୦।୧୧ (ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନକୁ ଆଉ ସପ୍ତାହେ ବାକି ଥିବାରୁ ସବୁଦଳର ହେଭିଓ୍ବେଟ୍‌ ନେତା ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି। ମଙ୍ଗଳବାର ମଧ୍ୟାହ୍ନରେ ପାଇକମାଳ ବ୍ଲକ ମାଣ୍ତୋସିଲ ଧାନମଣ୍ତି ସମ୍ମୁଖରେ ଆୟୋଜିତ ସଭାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। ସେ ତାଙ୍କ ଭାଷଣରେ କହିଥିଲେ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ କଂଗ୍ରେସରେ ଥିବା ବେଳେ କଂଗ୍ରେସକୁ ବୁଡାଇଲେ। ଏବେ ବିଜେଡିକୁ ଆସି ନବୀନଙ୍କୁ ବୁଡାଇବେ। ସ୍ବାସ୍ଥ୍ୟ ମନ୍ତ୍ରୀ ପଦ୍ମପୁର ନିର୍ବାଚନରେ ଟଙ୍କା ମୁଣି ଧରି ବୁଲୁଛନ୍ତି ବୋଲି ସେ କହିଥିଲେ। କେନ୍ଦ୍ର ମନ୍ତ୍ରୀ ଆହୁରି କହିଥିଲେ, କେନ୍ଦ୍ର ସରକାର ଧାନର ଏମ୍‌ଏସ୍‌ପି ବୃଦ୍ଧି କରି ଚାଷୀଙ୍କ ସୁଖ ଦୁଃଖରେ ରହିଛି। ହେଲେ ବିଜେଡି ସରକାର ମିଲ୍‌ ମାଲିକଙ୍କ ସହ ମଧୁଚନ୍ଦ୍ରିକା କରି ଚାଷୀଙ୍କୁ ହଇରାଣ କରୁଛନ୍ତି। ବରଗଡ-ନୂଆପଡା ଭାୟା ପଦ୍ମପୁର ଦେଇ ନୂତନ ରେଳପଥ ପାଇଁ ରାଜ୍ୟ ସରକାର ଆଜି ଜାଗା ଦେଲେ କେନ୍ଦ୍ର ସରକାର କାଲି କାମ ଆରମ୍ଭ କରିବେ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରଧାନ କହିଥିଲେ। ମାଣ୍ତୋସିଲ ମଣ୍ତଳ ଭାଜପା ସଭାପତି ଲଳିତ ଜଗତ ସଭା ପରିଚାଳନା କରିଥିଲେ। ଏହି ସଭାରେ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ପଦ୍ମପୁର ଉପନିର୍ବାଚନ ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଳାହାଣ୍ତି ଏମ୍‌ପି ବସନ୍ତ ପଣ୍ତା, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri