ନବକୃଷ୍ଣଙ୍କ ପ୍ରତିମୂର୍ତ୍ତି ପୁନଃ ସ୍ଥାପନ ହେବ

ଅନୁଗୋଳ ଅଫିସ/ଭୁବନେଶ୍ୱର, ୬ା୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ପାର୍କରେ ନବନିର୍ମିତ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ନେଇ ବିବାଦ ବଢ଼ିବା ପରେ ଏଥିରେ ହସ୍ତକ୍ଷେପ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଗୋପବନ୍ଧୁ ପାର୍କରୁ ଉକ୍ତ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ହଟାଇ ଦିଆଯାଇଛି। ଓଡ଼ିଶା ବିଧାନସଭା ସମ୍ମୁଖରେ ଥିବା ନବକୃଷ୍ଣଙ୍କ ପ୍ରତିମୂର୍ତ୍ତି ଢାଞ୍ଚାରେ ରାଜ୍ୟ ସରକାର ଆଉ ଏକ ପ୍ରତିମୂର୍ତ୍ତି ନିର୍ମାଣ କରିବା ପରେ ତାହାକୁ ଅନୁଗୋଳରେ ପୁନଃସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।
ବିଭାଗ ପକ୍ଷରୁ ଆହୁରି କୁହାଯାଇଛି, ଅନୁଗୋଳଠାରେ ନବକୃଷ୍ଣ ଚୌଧୁରୀଙ୍କ ଯେଉଁ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ଅନୁଗୋଳ ପୌରପାଳିକା ଦ୍ୱାରା ସ୍ଥାପନ କରାଯାଇଥିଲା, ତାହାକୁ ହଟାଇ ଦିଆଯାଇଛି। ନୂତନ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ନିର୍ମାଣ ହୋଇସାରିଲେ ତାହା ସେଠାରେ ପୁନଃସ୍ଥାପିତ ହେବ। ଏଥିସହ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଦେବୀଙ୍କ ଅନୁଗୋଳସ୍ଥିତ ଅନୁଷ୍ଠାନ ବାଜି ରାଉତ ଛାତ୍ରାବାସର ପୁନରୁଦ୍ଧାର ଓ ସଂରକ୍ଷଣ ତଥା ସମୂହ ବିକାଶ ପାଇଁ ରାଜ୍ୟ ସରକାର ଯଥାଶୀଘ୍ର ପଦକ୍ଷେପ ନେବେ। ସଂସ୍କୃତି ବିଭାଗ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଅଫିସର ଦଳ ଗୁରୁବାର ବାଜି ରାଉତ ଛାତ୍ରାବାସ ଗସ୍ତ କରିବେ। ଏହି ଅଫିସର ଦଳରେ ଓବିସିସିର ପରିଚାଳନା ନିର୍ଦ୍ଦେଶକ, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ସଂରକ୍ଷଣ ତଥା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଜୟନ୍ତ ଦାସ ସାମିଲ ହେବେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ପ୍ରତିମୂର୍ତ୍ତି ଓ ବାଜି ରାଉତ ଛାତ୍ରାବାସ ପୁନରୁଦ୍ଧାର କାର୍ଯ୍ୟର ତଦାରଖ କରାଯିବାକୁ ନିଷ୍ପତ୍ତି ହୋଇଛି।
ଅନ୍ୟପକ୍ଷରେ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ନିର୍ମାଣ ସମ୍ପର୍କରେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ବୁଧବାର ଏକ ସ୍ପଷ୍ଟୀକରଣ ରଖିଛନ୍ତି। ସେ କହିଛନ୍ତି, ଗୋପବନ୍ଧୁ ଉଦ୍ୟାନରେ ସ୍ଥାପନ କରାଯାଇଥିବା ୧୧ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ଇ-ଟେଣ୍ଡର କରାଯାଇଥିଲା। ଅନୁଗୋଳର ଜଣେ ଠିକାଦାର ଏହି ଟେଣ୍ଡର ନେଇଥିଲେ। ନାଗପୁର କାରିଗରଙ୍କ ଦ୍ୱାରା ଏହା ନିର୍ମାଣ କରାଯାଇ ନାହିଁ। ଏହି ପ୍ରକଳ୍ପ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରାଯାଇ ନାହିଁ। ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତିକୁ ଖୋଲି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri