ନବରାତ୍ର ଦୁର୍ଗାପୂଜା ଆରମ୍ଭ

ସଇଁତଳା,୧୫।୧୦(ରାଖାଲ ପ୍ରସାଦ ଶତପଥି)ବଲାଙ୍ଗିର ଜିଲା ସଇଁତଳା ହାଟପଦାଠାରେ ଅନୁଷ୍ଠିତ ହେଉଥିବା ନବରାତ୍ର ଦୁର୍ଗାପୂଜାର ଚଳିତବର୍ଷ ରୌପ୍ୟ ଜୟନ୍ତୀ ମହାସମାରୋହର ସହ ପାଳନ କରାଯାଉଛି। ଶନିବାର ପୂଜା ଉପଲକ୍ଷେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳ ସମୟରେ ମଣ୍ଡପ ନିକଟରେ ସହରର ଶତାଧିକ ମହିଳା ଓ ପୁରୁଷ ଏକାଠି ହୋଇ ଏକ ବିରାଟ ଶୋଭାଯାତ୍ରାରେ ଘଣ୍ଟବାଦ୍ୟ ସହ ମଣ୍ଡପରୁ ବାହାରି ସ୍ଥାନୀୟ ନୂଆଁବନ୍ଧଠାରେ ପହଞ୍ଚତ୍ଥିଲେ। ସେଠାରେ ପୂଜାର୍ଚ୍ଚନା କରିବା ପରେ ଭରା କଳସ ନେଇ ମଣ୍ଡପକୁ ଫେରିଥିଲେ। ଚଳିତବର୍ଷ କପିଳ ଅଗ୍ରୱାଲ ଓ ତାଙ୍କ ସ୍ତ୍ରୀ ରଜନୀ କର୍ତ୍ତା ଦାୟିତ୍ୱରେ ଥିବାବେଳେ ମୁଖ୍ୟ ପୂଜକ ଭାବରେ ରାଧାକାନ୍ତ ତ୍ରିପାଠୀ, କିରଣ ମିଶ୍ର, ବିକ୍ରମ ମିଶ୍ର, ନବଘନ ଷଡ଼ଙ୍ଗୀ, ମାନସ ମିଶ୍ର ଓ ସାଧୁଚରଣ ଦାସ ପୂଜା କାର୍ଯ୍ୟରେ ସହଯୋଗ କରୁଛନ୍ତି। ପୂଜା କମିଟିର ସଭାପତି ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବ୍ଲକ ଅଧ୍ୟକ୍ଷା ମୋନିକା ସିଂ ଭୋଇ, ସମ୍ପାଦକ ସୁବୋଧ ମିଶ୍ରଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି କଳସ ଯାତ୍ରାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?