ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ ହୋଇଯାଇଛି । ମା’ ଜଗତଜନନୀଙ୍କ ଧରା ପୃଷ୍ଠକୁ ଅବତରଣ ନିମନ୍ତେ ଆବାହନ କରାଯିବା ପରେ ବିଭିନ୍ନ ସାହି ବସ୍ତିମାନଙ୍କରେ ଥିବା ଦୂର୍ଗାଙ୍କ ପୂଜା ମଣ୍ଡପ ଏବଂ ଅଧିଷ୍ଠାତ୍ରୀ ଦେବୀଙ୍କ ପୀଠରେ ଶାରଦୀୟ ନବରାତ୍ରୀ ପୂଜା ଆରମ୍ଭ ହୋଇଥିବା ଜଣାପଡିଛି ।

ଦିଗପହଣ୍ଡି ସହରର ବଡବ୍ରାହ୍ମଣ ସାହି, ପୁଞ୍ଜିକୟାଁ ଛକ, ଗଡ଼ଚୈତନ୍ୟପୁର ଶାସନ ସାହିର ଦୂର୍ଗାପୂଜା ମଣ୍ଡପ ବରିଷ୍ଠ ପଣ୍ଡିତ ମାନଙ୍କ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ  ହୋଇଥିଲା। ଦିଗପହଣ୍ଡି ବଡ଼ବ୍ରାହ୍ମଣସାହି ଦୂର୍ଗାପୂଜା କମିଟି ପକ୍ଷରୁ ଚଳିତ ବର୍ଷ ୬୧ ତମ ନବରାତ୍ରି ଦୂର୍ଗାପୂଜା ଅନୁଷ୍ଠିତ ହୋଇଯାଇଛି । ସକାଳୁ ମା’ ଦୂର୍ଗାଙ୍କ  ପୂଜା ନିମନ୍ତେ କଳସ ଯାତ୍ରା ହୋଇଥିଲା । ସନ୍ଧ୍ୟାରେ ପୂଜା ମଣ୍ଡପରେ ନବରାତ୍ରି ପୂଜାର ପ୍ରଥମ ଦିନରେ ମା ‘ଙ୍କୁ ଶୈଳପୁତ୍ରୀ ବେଶ କରାଯିବା ସହ ହୋମଯଜ୍ଞ ଆୟୋଜନ କରାଯାଇଥିଲା। ପୂଜା କମିଟିର ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ ।

ସେହିପରି ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ଗ୍ରାମ ନିକଟ କେରାଣ୍ଡିମାଳ ପର୍ବତ ଶୀର୍ଷରେ ଥିବା ଆରାଧ୍ୟା ଦେବୀ ମା’ ନିଜ ବାଙ୍କେଶ୍ୱରୀ , ମରେଇବାଡି ଗ୍ରାମରେ ପୂଜା ପାଉଥିବା ମା’ ଖେମୁଣ୍ଡି କାଳୁଆ , ଦିଗପହଣ୍ଡି ସହରର ଚାଙ୍ଗୁଡି ଦେଇ ପର୍ବତ ଉପରେ ଥିବା ମା’ ଚାମୁଣ୍ଡେଶ୍ବରୀ , ଆସିକା ରୋଡ଼ ର ମା’ ଅଞ୍ଚଳେଶ୍ବରୀ, ଗୋଲଣ୍ଡା ଗ୍ରାମ ପର୍ବତ ଶିଖରରେ ଥିବା ମା’ ଟିକାଚନ୍ଦ୍ରୀ ପ୍ରମୁଖ ଶକ୍ତିପୀଠମାନଙ୍କରେ ମଧ୍ୟ ମହାଆଡମ୍ବର ସହକାରେ ନବରାତ୍ରୀ ପୂଜା ପାଳନ ହୋଇଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?