ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ନିରୀକ୍ଷଣ ଏବଂ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ତଥା ସମସ୍ତ ବ୍ଲକର ବିଇଓ ଓ ଏବିଇଓ, ସିଆର୍‌ସିସିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ପରୀକ୍ଷାରେ ଜିଲାରେ ୨୫ହଜାର ୫୨୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ପରୀକ୍ଷାର ସୁପରିଚାଳନା ପାଇଁ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଭୁଏଙ୍କ ସମେତ ଗୋଷ୍ଠୀ ଶିକ୍ଷାଧକାରୀ, ସହକାରୀ ଗୋଷ୍ଠୀ ଶିକ୍ଷାଧକାରୀ ଓ ସିଆର୍‌ସିସିମାନେ ବିଭିନ୍ନ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିଲେ। ୧୫ ବର୍ଷରୁ ଅଧିକ ବୟସ୍କ ନିରକ୍ଷର ବ୍ୟକ୍ତିଙ୍କୁ ସାକ୍ଷର କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଚାଲିଛି। ଜିଲାରେ କାର୍ଯ୍ୟକ୍ରମକୁ ଫଳପ୍ରଦ କରିବା ଲକ୍ଷ୍ୟରେ ଜିଲାସ୍ତରୀୟ ଏବଂ ବ୍ଲକସ୍ତରୀୟ କର୍ମଶାଳା ପୂର୍ବରୁ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଦ୍ୟାଳୟର ଶିକ୍ଷକମାନେ ଘର ଘର ବୁଲି ଶିକ୍ଷାର୍ଥୀମାନଙ୍କୁ ଚିହ୍ନଟ କରିଥିଲେ ଏବଂ ସଚ୍ଛୋସେବୀ ଶିକ୍ଷକମାନେ ସେମାନଙ୍କୁ ଶିକ୍ଷାଦାନ କରୁଥିଲେ। ୨୦୨୫-୨୬ ଶିକ୍ଷାବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ୨୬ହଜାର ୯୦୦ ଜଣ ଶିକ୍ଷାର୍ଥୀ ଏବଂ ୨,୬୦୦ ଜଣ ସଚ୍ଛୋସେବୀ ଶିକ୍ଷକ ପଞ୍ଜୀକୃତ ହୋଇଥିଲେ। ସ୍ବେଚ୍ଛାସେବୀ ଶିକ୍ଷକମାନେ ନିରକ୍ଷରଙ୍କୁ ପଢ଼ାଇବା ପରେ ରବିବାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସମସ୍ତ ବ୍ଲକରେ ଏହି ପରୀକ୍ଷା ସୁରୁଖୁରୁରେ ସମ୍ପନ୍ନ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri