ମିସେସ୍‌ ୱାଲର୍‌ଡ ପ୍ରତିଯୋଗିତାରେ ରାଜଗାଙ୍ଗପୁରର ନବଦୀପ

ରାଜଗାଙ୍ଗପୁର, ୨୯ା୧୨(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ବୋହୂ ନବଦୀପ କୌର (୩୨) ମିସେସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ଜାନୁୟାରୀ ୯ରେ ଆମେରିକାର ଲାସ୍‌ଭେଗାସଠାରେ ଏହି ପ୍ରତିଯୋଗିତା ହେବ। ସେ ଏଥିରେ ଭାରତ ପକ୍ଷରୁ ଭାଗ ନେବାକୁ ଯାଉଛନ୍ତି। ନବଦୀପ ୨୦୨୧ରେ ମିସେସ୍‌ ଇଣ୍ଡିଆ ଓ୍ବାଲର୍‌ଡ ମୁକୁଟ ବିଜୟିନୀ ହୋଇଥିଲେ। ଏହି ସଫଳତା ପରେ ସେ ଆଗକୁ ବଢ଼ିବାକୁ ମନ ବଳାଇ ଉଦ୍ୟମ ଜାରି ରଖିଥିଲେ। ଏହି ପ୍ରତିଯୋଗିତାରେ ୬୦ରୁ ଊର୍ଦ୍ଧ୍ୱ ଦେଶର ପ୍ରତିଯୋଗୀ ଭାଗ ନେବେ। ଆସନ୍ତା ୯ ତାରିଖରୁ ପ୍ରତିଯୋଗିତା ଆରମ୍ଭ ହୋଇ ସପ୍ତାହେ ପର୍ଯ୍ୟନ୍ତ ଚାଲିବ। ଜାନୁୟାରୀ ୧୫ରେ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ତେବେ ଏହି ଖବର ପ୍ରଚାରିତ ହେବା ପରେ ରାଜଗାଙ୍ଗପୁର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଯାଇଛି।
ନବଦୀପଙ୍କ ଘର ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂସବାହାଲ ବିଲେଇଗଡ଼ରେ। ସେ ହେଉଛନ୍ତି, କମଲଦୀପ ସିଂଙ୍କ ସ୍ତ୍ରୀ ଏବଂ ସ୍ବର୍ଗତ ସୁଖବୀର ସିଂ ଓ ହରଶରଣ କୌରଙ୍କ ବୋହୂ। www. misses world.com ୱେବ୍‌ସାଇଟ୍‌କୁ ଯାଇ delegatesରେ India ବାହାର କରି ତାଙ୍କ ଫଟୋରେ ଭୋଟ ଦେବା ପାଇଁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri