ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ୱର ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।

BJD Rajya Sabha candidates

ଏହି ଘୋଷଣା ନବୀନ ନିବାସରେ ବିଜେଡିର ରାଜନୈତିକ ବ୍ୟାପାର କମିଟି (PAC) ବୈଠକ ଓ ବିଧାୟକମାନଙ୍କ ଆଲୋଚନା ପରେ ହୋଇଛି। ଓଡ଼ିଶାରେ ୪ଟି ରାଜ୍ୟ ସଭା ଆସନ ଖାଲି ହେଉଛି, ଯେଉଁଥିପାଇଁ ମାର୍ଚ୍ଚ ୧୬ରେ ନିର୍ବାଚନ ହେବ।

ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି। ଏସ୍‌ସିବି ମେଡିକାଲର ୟୁରୋଲୋଜି ବିଭାଗର ମୁଖ୍ୟ ଥିଲେ ଦତ୍ତେଶ୍ୱର। ସେ ଏସ୍‌ସିପି ମେଡିକାଲ କଲେଜର ଡିନ୍‌ ଓ ପ୍ରିନ୍ସିପାଲ ଥିଲେ। କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ, ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌ ପ୍ରତିଷ୍ଠାରେ ତାଙ୍କର ଅବଦାନ ବହୁତ ରହିଛି।

ସେହିପରି ସଂତୃପ୍ତ ମିଶ୍ର ୧୯୯୪ରେ ହିନ୍ଦୁସ୍ତାନ ଇଉନି ଲିଭର୍‌ରେ ଯୋଗ ଦେଇଥିଲେ। ୧୯୯୬ରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଭାବରେ ଯୋଗ ଦେଇଥିଲେ।  ଚାକିରିରୁ ସ୍ବେଚ୍ଛାକୃତ ଭାବରେ ଅବସର ନେଇ ୨୦୨୪ରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ। ଏହା ବ୍ୟତୀତ ସେ କାର୍ବନ ବ୍ଲାକର ଜଣେ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ସେ ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଭାବରେ କାର୍ଯ୍ୟ କରୁଛନ୍ତି । ସେ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ, ମାତ୍ର ଏଥିରେ ୫୭,୦୭୭ ଖଣ୍ଡ ଭୋଟ୍‌ରେ ଭାଜପାର ଭର୍ତ୍ତୃହରି ମହତାବଙ୍କଠାରୁ ପରାସ୍ତ ହୋଇଥିଲେ।

ଅନ୍ୟପକ୍ଷରେ ବିଜେଡି ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ଦତ୍ତେଶ୍ୱର ନବୀନଙ୍କୁ କୃତଜ୍ଞତା ଜଣାଇବା ସହ ସବୁ ଦଳଠାରୁ ସମର୍ଥନ ପାଇବାକୁ ଆଶା ରଖିଛି ବୋଲି କହିଛନ୍ତି।

ସେହିପରି ସଂତୃପ୍ତ ନବୀନଙ୍କୁ କୃତଜ୍ଞତା ଜଣାଇ କହିଛନ୍ତି, ମୋତେ ମିଳିଥିବା ଗୁରୁଦାୟିତ୍ୱ ସମ୍ପାଦାନ କରିବି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ…

ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ନବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…

ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟପାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ

ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ…

ନବଜାତ ଶିଶୁକନ୍ୟାକୁ ବୁଦାମୂଳେ ଫିଙ୍ଗିଦେଲେ, କାନ୍ଦଶୁଣି ଆଶାକର୍ମୀ କଲେ ଏମିତି କାମ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ଏକ ନବଜାତ ଶିଶୁକନ୍ୟାକୁ କେହି ବୁଦାମୂଳରେ ଫିଙ୍ଗି ଦେଇଥିବାବେଳେ କାନ୍ଦ ଶୁଣି ଶନିବାର ଉଦ୍ଧାର କରିଛନ୍ତି ଆଶାକର୍ମୀ। ମୟୂରଭଞ୍ଜ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଅପରେସନ ସିନ୍ଦୂର ପାର୍ଟ-୨ରେ ଥରିଲା ପାକିସ୍ତାନ, ପୋଖରାନରେ ଭାରତୀୟ ବାୟୁସେନା କଲା…

ନୂଆଦିଲ୍ଲୀ,୨୮।୨: ଅପରେସନ ସିନ୍ଦୂରର ସଫଳତା ପରେ, ଭାରତୀୟ ବାୟୁସେନା ଏହାର ସବୁଠାରୁ ଶକ୍ତିଶାଳୀ ଫାୟାରିଂ ଡ୍ରିଲର ମୋଟ ୨୭୭ଟି ଆଧୁନିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଏହାର ସଠିକ…

ଇରାନ ଉପରେ ଇସ୍ରାଏଲର ବଡ଼ ଆକ୍ରମଣ, ଜରୁରୀକାଳିନ ପରିସ୍ଥିତି ଘୋଷଣା କରି…

ତେହରାନ,୨୮ା୨: ଇରାନ ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଛି ଇସ୍ରାଏଲ। ଯାହାକୁ ଏହା ‘ପୂର୍ବ ଆକ୍ରମଣ’ ବୋଲି କହିଛି। ଏହି ଘଟଣା ଅଞ୍ଚଳରେ ଉତ୍ତେଜନାକୁ ବୃଦ୍ଧି…

ନବୀନ ନିବାସରେ ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ଘୋଷଣାକୁ ନେଇ ବଢ଼ିଲା ଜୋର୍‌ଦାର ଚର୍ଚ୍ଚା,

ଭୁବନେଶ୍ୱର,୨୮ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି। ଅନ୍ୟପକ୍ଷରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ରାଜନୈତିକ ମହଲରେ ଜୋର୍‌ଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri