ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ୱର ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।

BJD Rajya Sabha candidates

ଏହି ଘୋଷଣା ନବୀନ ନିବାସରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଓ ବିଧାୟକମାନଙ୍କ ଆଲୋଚନା ପରେ ହୋଇଛି। ଓଡ଼ିଶାରେ ୪ଟି ରାଜ୍ୟ ସଭା ଆସନ ଖାଲି ହେଉଛି, ଯେଉଁଥିପାଇଁ ମାର୍ଚ୍ଚ ୧୬ରେ ନିର୍ବାଚନ ହେବ।

ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି। ଏସ୍‌ସିବି ମେଡିକାଲର ୟୁରୋଲୋଜି ବିଭାଗର ମୁଖ୍ୟ ଥିଲେ ଦତ୍ତେଶ୍ୱର। ସେ ଏସ୍‌ସିବି ମେଡିକାଲ କଲେଜର ଡିନ୍‌ ଓ ପ୍ରିନ୍ସିପାଲ ଥିଲେ। କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ, ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌ ପ୍ରତିଷ୍ଠାରେ ତାଙ୍କର ଅବଦାନ ବହୁତ ରହିଛି।

ସେହିପରି ସଂତୃପ୍ତ ମିଶ୍ର ୧୯୯୪ରେ ହିନ୍ଦୁସ୍ତାନ ଇଉନି ଲିଭର୍‌ରେ ଯୋଗ ଦେଇଥିଲେ। ୧୯୯୬ରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଭାବରେ ଯୋଗ ଦେଇଥିଲେ।  ଚାକିରିରୁ ସ୍ବେଚ୍ଛାକୃତ ଭାବରେ ଅବସର ନେଇ ୨୦୨୪ରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ। ଏହା ବ୍ୟତୀତ ସେ କାର୍ବନ ବ୍ଲାକର ଜଣେ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ସେ ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଭାବରେ କାର୍ଯ୍ୟ କରୁଛନ୍ତି । ସେ କଟକ ଲୋକ ସଭା ଆସନରୁ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ, ମାତ୍ର ଏଥିରେ ୫୭,୦୭୭ ଖଣ୍ଡ ଭୋଟ୍‌ରେ ଭାଜପାର ଭର୍ତ୍ତୃହରି ମହତାବଙ୍କଠାରୁ ପରାସ୍ତ ହୋଇଥିଲେ।

ଅନ୍ୟପକ୍ଷରେ ବିଜେଡି ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ଦତ୍ତେଶ୍ୱର ନବୀନଙ୍କୁ କୃତଜ୍ଞତା ଜଣାଇବା ସହ ସବୁ ଦଳଠାରୁ ସମର୍ଥନ ପାଇବାକୁ ଆଶା ରଖିଛି ବୋଲି କହିଛନ୍ତି।

ସେହିପରି ସଂତୃପ୍ତ ନବୀନଙ୍କୁ କୃତଜ୍ଞତା ଜଣାଇ କହିଛନ୍ତି, ମୋତେ ମିଳିଥିବା ଗୁରୁଦାୟିତ୍ୱ ସମ୍ପାଦନ କରିବି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri