ହସରେ ଉଡାଇ ଦେଲେ ନବୀନ, କହିଲେ-ମୋଦିଙ୍କୁ ମୋ ଚିନ୍ତା ନୁହେଁ ବରଂ ଭୋଟ୍‌ ଚିନ୍ତା…

ଭୁବନେଶ୍ୱର,୨୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟି ଗଠନ କରାଯିବ ବୋଲି କହିଥିଲେ। କଡ଼ା ଭାଷାରେ ଏହା ଜବାବ ଦେବା ସହ ସ୍ବାସ୍ଥ୍ୟାବସ୍ଥା ପ୍ରସଙ୍ଗକୁ ହସରେ ଉଡାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୋଦିଙ୍କୁ ମୋ ସ୍ବାସ୍ଥ୍ୟାବସ୍ଥା ଚିନ୍ତା ନୁହେଁ ବରଂ ଭୋଟ ଚିନ୍ତା ବୋଲି ସେ କହିଛନ୍ତି।

ବୁଧବାର ସନ୍ଧ୍ୟାରେ ଏକ ପ୍ରେସ୍‌ମିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦି ନରେନ୍ଦ୍ର ମୋଦି ମୋର ଶୁଭଚିନ୍ତକ ତାହେଲେ ମୋତେ ଫୋନ କରିପାରିଥାନ୍ତେ। ମୋର ସ୍ବାସ୍ଥ୍ୟାବସ୍ଥା ଜାଣିବାକୁ କମିଟି ଗଠନ କରିବେ କହିଛନ୍ତି। ଯଦି କମିଟି କରିବେ, ତାହେଲେ ନିଶ୍ଚିତ ଭାବେ ଏକ କମିଟି କରି ଏଭଳି ଅପପ୍ରଚାରର ତଦନ୍ତ କରାନ୍ତୁ। ମୁଁ ଯଦି ଫିଟ୍‌ ନଥାନ୍ତି, ଏତେ ଖରାରେ କେମିତି ପ୍ରଚାର କରୁଥାନ୍ତି। ମୋ ସ୍ବାସ୍ଥ୍ୟାବସ୍ଥା ପୂରା ଠିକ୍‌ ଅଛି, ଏବେ ପ୍ରଚାର ପାଇଁ ନିମାପଡ଼ା ଯିବି। ଯଦି ମୋଦି ଓଡ଼ିଶାର ଭଲ ଚାହୁଁଛନ୍ତି କୋଇଲା ରୟାଲିଟି ରିଭିଜନ କରାନ୍ତୁ। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନ ଦାବି ପୂରଣ କରନ୍ତୁ। ଏହାଛଡ଼ା ମୋଦିଙ୍କୁ ମୋ ସ୍ବାସ୍ଥ୍ୟ ଚିନ୍ତା ନୁହେଁ ଭୋଟ ଚିନ୍ତା। ଏହାକୁ ନେଇ ଗୁଜବ ପ୍ରଚାର କରାଯାଉଛି, ମୁଁ ଫିଟ୍‌ ଅଛି। ଲୋକମାନେ ମୋ କଥା ଶୁଣିବାକୁ ଜନସଭାକୁ ଆସୁଛନ୍ତି, ମୋ ସ୍ବାସ୍ଥ୍ୟାବସ୍ଥା କଥା ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri