୧୮ ବରିଷ୍ଠ ବିଜେଡି ନେତ୍ରୀଙ୍କୁ ଜିଲା ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ବିଜେଡିର ବରିଷ୍ଠ ନେତାମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କମିଟିରେ ଥିବା ବରିଷ୍ଠ ନେତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେମାନେ ଦଳର ସଂଗଠନ ଗୁଡିକୁ ତଦାରଖ କରିବେ। ସୋମବାର ଏ ନେଇ ବିଜେଡି କାର୍ଯ୍ୟାଳୟ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବଜ୍ଞପ୍ତି ଅନୁଯାୟୀ ବିରିଷ୍ଠ ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ରଙ୍କୁ କେନ୍ଦୁଝର ଜିଲା ଦଳୀୟ ସଂଗଠନ ଦାୟିତ୍ୱ ଦିଆଯାଇଥିବା ବେଳେ ଗୀତା ବସ୍ତିଆଙ୍କୁ ଗଜପତି ଓ ଗଞ୍ଜାମ, କସ୍ତୁରୀ ମହାପାତ୍ରଙ୍କୁ ପୁରୀ, ଖୋର୍ଦ୍ଧା ଓ ଭୁବନେଶ୍ୱର, ଉର୍ମିଲତା ଦାସଙ୍କୁ ଭଦ୍ରକ ଓ ମୟୂରଭଞ୍ଜ ଦାୟିତ୍ୱ ଦିଆଯାଇଛି। ସେହିପରି ପ୍ରଭାସିନୀ ଷଡଙ୍ଗୀଙ୍କୁ କଟକ ଜିଲା ଦାୟିତ୍ୱ ଦିଆଯାଇଥିବାବେଳେ ଜ୍ୟୋତି ପାଣିଗ୍ରାହୀଙ୍କୁ ଝାରସୁଗୁଡା ଓ ସୁନ୍ଦରଗଡ, ସ୍ନିଗ୍ଧା ପାଣିଗ୍ରାହୀଙ୍କୁ ରାୟଗଡା ଓ ନବରଙ୍ଗପୁର, ନିବେଦିତା ମହାନ୍ତିଙ୍କୁ କୋରାପୁଟ ଓ ମାଲକାନଗିରି, କୁଞ୍ଜଲତା ସାମଲଙ୍କୁ ନୟାଗଡ, ପୁଷ୍ପାଞ୍ଜଳୀ ରାଣାଙ୍କୁ ଅନୁଗୋଳ, ଦେବଗଡ ଓ ଢେଙ୍କନାଳ, ମୀନତି ଦେବତାଙ୍କୁ ସମ୍ବଲପୁର ଓ ବରଗଡ, ଭାରତୀ ସିଂଙ୍କୁ ବାଲେଶ୍ୱର, ସରୋଜିନୀ ରାଜଙ୍କୁ ବଲାଙ୍ଗୀର ଓ ସୋନପୁର, ସଘଂମିତ୍ରା ଦଳାଇଙ୍କୁ କନ୍ଧମାଳ ଓ ବୌଦ୍ଧ, ରେଜଓ୍ବାନା ବେଗମଙ୍କୁ ଯାଜପୁର, ମୀତା ରାଉତଙ୍କୁ କେନ୍ଦ୍ରାପଡା, ସ୍ନେହାଞ୍ଜଳୀ ମହାନ୍ତିଙ୍କୁ ଜଗତସିଂହପୁର ଏବଂ ସଂଯୁକ୍ତା ମହାନ୍ତିଙ୍କୁ କଳାହାଣ୍ଡି ଓ ନୂଆପଡା ଦାୟିତ୍ୱ ଦିଆଯାଇଛି।
ଏଠାରେ ସୂଚନା ଯୋଗ୍ୟ ଯେ ଗତ କିଛି ଦିନ ହେବ ବିଜେଡି ସାଂଗଠନିକ କ୍ଷେତ୍ରରେ ବଡ ଧରଣର ଅଦଳ ବଦଳ ହେଉଛି। ବରିଷ୍ଠ ନେତାଙ୍କୁ ବରିଷ୍ଠ ଉପସଭାପତି ଦାୟିତ୍ୱ ଦେବା ସହିତ ଦଳର କେତେକ ମନ୍ତ୍ରୀ ଓ ନେତାଙ୍କୁ ବିଭିନ୍ନ ବର୍ଗର ଦାୟିତ୍ୱ ବଣ୍ଟନ କରାଯାଇଛି। ଦଳର ମହିଳା ସାଂଗଠନିକ କାର୍ଯ୍ୟ ବୁଝିବାକୁ ବରିଷ୍ଠ ନେତ୍ରୀମାନଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri