୩୦ ଜିଲାରେ ପର୍ଯ୍ୟବେକ୍ଷକ ନିଯୁକ୍ତ ଦେଲେ ନବୀନ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ ଜିଲାରେ ଦଳୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛନ୍ତି। ଏହି ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି। ଅନେକ ବିଧାୟକଙ୍କୁ ବି ଦାୟିତ୍ୱ ମିଳିଛି। ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁରର ଦାୟିତ୍ୱ ଦିଆଯାଇଥିବା ବେଳେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଗଜପତି ଏବଂ ରାୟଗଡ଼ା ଦାୟିତ୍ୱ ଦିଆଯାଇଛି। ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ବାଲେଶ୍ୱର ଦାୟିତ୍ୱ ମିଳିଛି।

ସେହିପରି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ କଟକ, ପ୍ରମିଳା ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ, ପ୍ରୀତିରଞ୍ଜନ ଘଡ଼ାଇକୁ ସୁନ୍ଦରଗଡ଼, ପ୍ରଦୀପ ଅମାତଙ୍କୁ ଗଞ୍ଜାମ ଓ ଅଶୋକ ପଣ୍ଡାଙ୍କୁ ଯାଜପୁର,ବଲାଙ୍ଗୀର- ସୁଶାନ୍ତ ସିଂ, ବରଗଡ଼- ସୁଧୀର ସାମଲ, ଭଦ୍ରକ – ପ୍ରତାପ ଜେନା, ଦେବଗଡ଼ – ଅମରେଶ ଜେନା, ଜଗତସିଂହପୁର – ଅରୁଣ କୁମାର ସାହୁ, କନ୍ଧମାଳ – ବିଜୟ ନାୟକ, ଖୋର୍ଦ୍ଧା – ରବୀନ୍ଦ୍ର କୁମାର ଜେନା, କୋରାପୁଟ-ମାଲକାନାଗିରି ପାଇଁ ଦିବ୍ୟଶଙ୍କର ମିଶ୍ର, ନବରଙ୍ଗପୁର – ଈଶ୍ୱର ପାଣିଗ୍ରାହୀ ଏବଂ ନୟାଗଡ଼ ପାଇଁ ପଦ୍ମନାଭ ବେହେରାଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି।

ସେହିପରି କଳାହାଣ୍ଡି ପାଇଁ ପ୍ରଣବ ବଳବନ୍ତରାୟ, ସ୍ନେହାଙ୍ଗିନୀ ଛୁରିଆଙ୍କୁ ନୂଆପଡ଼ା, ପ୍ରଦୀପ୍ତ କୁମାର ଅମାତଙ୍କୁ ଗଞ୍ଜାମ, ସୌଭାଗ୍ୟ ନାୟକଙ୍କୁ ବୌଦ୍ଧ, ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡ଼ା, ପ୍ରଶାନ୍ତ ମୁଦୁଲିଙ୍କୁ ମୟୁରଭଞ୍ଜ ଏବଂ ଦେବେଶ ଆଚାର୍ଯ୍ୟଙ୍କୁ ସୁବର୍ଣ୍ଣପୁର ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri